Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:27 - ପବିତ୍ର ବାଇବଲ

27 ଏହା ପରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ସୂକ୍ଷ୍ମ କ୍ଷୋମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା ତିଆରି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ତନ୍ତୁବାୟ ନିର୍ମିତ ଜାମା

Gade chapit la Kopi

ଓଡିଆ ବାଇବେଲ

27 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା

Gade chapit la Kopi




ଯାତ୍ରା ପୁସ୍ତକ 39:27
14 Referans Kwoze  

ସେମାନଙ୍କ ମସ୍ତକରେ ମସିନା ବସ୍ତ୍ରର ପଗଡ଼ି ଓ କଟି ଦେଶରେ ମସିନା ବସ୍ତ୍ରର ଜଙ୍ଘିଆ ଥିବ। ସ୍ୱେଦ ଜାତ ହେଲାଭଳି କୌଣସି ପୋଷାକ ସେମାନେ ପିନ୍ଧିବେ ନାହିଁ।


ଆତ୍ମସଂଯମୀ ହୁଅ ଓ ନିଜ ମନକୁ ସେବାକାର୍ଯ୍ୟ ପାଇଁ ପ୍ରସ୍ତୁତ କର। ଯୀଶୁ ଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ ପ୍ରତି ବର୍ତ୍ତିବ, ସେଥିରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ୍।


ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠାରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭେମାନେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।


ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍।


ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ପରମେଶ୍ୱର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ୱର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।


“ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି, ମୋର ପ୍ରାଣ ମୋର ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ନିଜକୁ ଭୂଷିତ କରେ ଓ କନ୍ୟା ଯେପରି ନିଜକୁ ରତ୍ନରେ ଭୂଷିତା କରେ ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ରରେ ମୋତେ ଆବୃତ କରିଅଛନ୍ତି।


ତା'ପରେ ମୋଶା ହାରୋଣଙ୍କ ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ଜାମା ପିନ୍ଧାଇଲେ, କଟିରେ ସେମାନଙ୍କର କଟିବନ୍ଧନୀ ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ। ମୋଶା ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।


ଉପାସନା ଗ୍ଭେଗାର ଧଡ଼ିରେ ସେମାନେ ଏକ ଡାଳିମ୍ବ ଓ ଘଣ୍ଟି, ଗୋଟିଏ ପରେ ଗୋଟିଏ ଲଗାଇଲେ, ସଦାପ୍ରଭୁଙ୍କର ମୋଶାଙ୍କୁ ଦେଇଥିବା ଆଜ୍ଞାନୁସାରେ।


ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ପଗଡ଼ି ଓ ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ଶିରୋ ବନ୍ଧନୀ ଓ ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ।


ଯାଜକଗଣ ପୋଷାକ ଓ ଜଙ୍ଘିଆ ପରିଧାନ କରିବା ଉଚିତ୍, ଆଉ ସେ ହୋମବଳିର ଭସ୍ମ ସଂଗ୍ରହ କରିବା ଉଚିତ୍ ଓ ଯଜ୍ଞବେଦି ପାର୍ଶ୍ୱରେ ରଖିବା ଉଚିତ୍।


ଯେତେବେଳେ ସେମାନେ ଭିତର ପ୍ରାଙ୍ଗଣର ଫାଟକ ନିକଟକୁ ଆସନ୍ତି, ସେମାନେ ନାଇଲନ୍ ପୋଷାକ ପିନ୍ଧିବେ, ଯେତେବେଳେ ସେମାନେ ମନ୍ଦିରର ଭିତର ପ୍ରାଙ୍ଗଣର ସେବା କରନ୍ତି, ସେମାନେ ନିଶ୍ଚୟ ପଶମ ବସ୍ତ୍ର ପରିଧାନ କରିବେ ନାହିଁ।


“ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ ଛୋଟ ମୋହରରେ ଖୋଦିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।


Swiv nou:

Piblisite


Piblisite