Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:16 - ପବିତ୍ର ବାଇବଲ

16 ମୋଶା ସଦାପ୍ରଭୁଙ୍କ ସମସ୍ତ ନିୟମ ମାନି ତାଙ୍କର ଆଜ୍ଞା ଅନୁଯାୟୀ କାର୍ଯ୍ୟମାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କଲେ।

Gade chapit la Kopi

ଓଡିଆ ବାଇବେଲ

16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 40:16
19 Referans Kwoze  

“ବର୍ତ୍ତମାନ ହେ ଇସ୍ରାଏଲ ମୁଁ ଯେଉଁ ନିୟମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭେମାନେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।


ଯେଉଁ ଲୋକମାନଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ସେମାନେ ଯେ ଏଥିର ଯୋଗ୍ୟ ଏହା ଦର୍ଶାଇବା ଉଚିତ୍।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ।


“ମୁଁ ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହା ସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ। ତୁମ୍ଭେମାନେ ତାହାଠାରୁ କିଛି ଊଣା କରିବ ନାହିଁ କି ତହିଁରେ କିଛି ଅଧିକ ଯୋଗ କରିବ ନାହିଁ।


ପରମେଶ୍ୱର ଯୀଶୁଙ୍କୁ ମହାଯାଜକ ସ୍ୱରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମୋଶାଙ୍କ ପରି ଯୀଶୁ ମଧ୍ୟ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ଈଶ୍ୱରଙ୍କ ଗୃହରେ ଈଶ୍ୱର ଇଚ୍ଛା କରୁଥିବା ସମସ୍ତ କାର୍ଯ୍ୟ ସେ କଲେ।


କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ।


ହାରୋଣଙ୍କୁ ଅଭିଷିକ୍ତ କଲାପରି ତାଙ୍କର ପୁତ୍ରମାନଙ୍କୁ ଅଭିଷିକ୍ତ କରାଅ। ଅଭିଷିକ୍ତ ହେଲା ପରେ ସେମାନେ ମୋର ଯାଜକ ରୂପେ କର୍ମ କରି ପାରିବେ। ସେହି ପରିବାର ଅନନ୍ତକାଳୀନ ମୋର ଯାଜକ ରୂପେ ସେବା କରିବେ।”


ତେଣୁ ସଦାପ୍ରଭୁଙ୍କ କହିବାନୁସାରେ ମୁଁ ଫରାତ୍ ନଦୀ ନିକଟରେ ତାହା ଲୁଗ୍ଭଇ ରଖିଲି।


ତହିଁରେ ନୋହ ସେହିପରି କଲେ। ନୋହ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ।


ମୋଶା ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞା ପାଳନ କଲେ।


ପୁଣି ତାଙ୍କ ମସ୍ତକରେ ପଗଡ଼ି ରଖିଲେ, ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ, ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।


ତା'ପରେ ମୋଶା ହାରୋଣଙ୍କ ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ଜାମା ପିନ୍ଧାଇଲେ, କଟିରେ ସେମାନଙ୍କର କଟିବନ୍ଧନୀ ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ। ମୋଶା ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।


ଏହିରୂପେ, ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟର ମରୂଭୂମିରେ ସେମାନଙ୍କୁ ଗଣନା କଲେ।


ଯଦି ସେହି ମେଘ ପବିତ୍ର ତମ୍ବୁ ଉପରେ ଦୁଇ ଦିନ, ଏକ ମାସ କିମ୍ବା ବହୁ ସମୟ ଧରି ରହିଲା ଲୋକମାନେ ଯାତ୍ରା ବନ୍ଦ କରି ଛାଉଣିରେ ରହିଲେ, ପୁଣି ମେଘ ଯେତେବେଳେ ଗତି କରୁଥିଲା, ସେମାନେ ଯାତ୍ରା କଲେ।


Swiv nou:

Piblisite


Piblisite