Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:15 - ପବିତ୍ର ବାଇବଲ

15 ଏହା ପରେ ଇସ୍ରାଏଲୀୟ କାର୍ଯ୍ୟାଧ୍ୟକ୍ଷମାନେ ଫାରୋଙ୍କ ନିକଟକୁ ଗଲେ। ସେମାନେ ଅଭିଯୋଗ କରି କହିଲେ “ଆମ୍ଭେମାନେ ତୁମ୍ଭର ଦାସ କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ଏପରି ବ୍ୟବହାର କରୁଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

15 ତହିଁରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?

Gade chapit la Kopi




ଯାତ୍ରା ପୁସ୍ତକ 5:15
4 Referans Kwoze  

ଫାରୋଙ୍କର ମୁନିବମାନେ, ତଦାରଖକାରୀମାନଙ୍କୁ ଲୋକମାନଙ୍କ ଉପରେ ନିଯୁକ୍ତ କଲେ। ସେମାନେ କ୍ରୀତଦାସମାନଙ୍କୁ ଗ୍ଭବୁକ ମାରି କହିଲେ, “କାହିଁକି ତୁମ୍ଭେମାନେ ଯେତେ ଇଟା ନିର୍ମାଣ କରୁଥିଲ, ସେତିକି ଇଟା ନିର୍ମାଣ କରୁ ନାହଁ? ପୂର୍ବରୁ ତୁମ୍ଭେମାନେ ଇଟା ତିଆରି କରିପାରୁଥିଲ, ଏବେ କାହିଁକି କରି ପାରିବ ନାହିଁ।”


ତୁମ୍ଭେ ଆମ୍ଭକୁ କୌଣସି ନଡ଼ା ପାଳ ଦେଉ ନାହଁ କିନ୍ତୁ ପୂର୍ବପରି ଇଟା ନିର୍ମାଣ ପାଇଁ କହୁଛ। ତେଣୁ ଆମ୍ଭର ମୁନିବମାନେ ଆମ୍ଭମାନଙ୍କୁ ପ୍ରହାର କରୁଛନ୍ତି। ତୁମ୍ଭର ଲୋକମାନେ ଏପରି କରି ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରୁଛନ୍ତି।”


ମିଶରୀୟ ଲୋକମାନେ ସେମାନଙ୍କୁ କଠିନ ପରିଶ୍ରମ ଦ୍ୱାରା ଅବମାନିତ କରିବାକୁ ସ୍ଥିର କଲେ। ତେଣୁ ମିଶରୀୟମାନେ ସେମାନଙ୍କ ପାଇଁ କ୍ରୀତଦାସ ମୁନିବମାନଙ୍କୁ ନିଯୁକ୍ତି ଦେଲେ। ସେମାନେ ପିଥୋମ୍ ଓ ରାମିଷେଷ୍ ନିର୍ମାଣ କଲେ, ଯେଉଁଠାରେ ଫାରୋ ଖାଦ୍ୟ ଶସ୍ୟ ରଖୁଥିଲେ।


ଏପରିକି ବନ୍ଦୀମାନେ ମଧ୍ୟ କବରରେ ଶାନ୍ତି ପାଆନ୍ତି, କାରଣ ସେଠାରେ ଜଗୁଆଳିର ଶବ୍ଦ ଶୁଣାଯାଏ ନାହିଁ।


Swiv nou:

Piblisite


Piblisite