Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:5 - ପବିତ୍ର ବାଇବଲ

5 ବର୍ତ୍ତମାନ ଇସ୍ରାଏଲୀୟମାନଙ୍କର ଆର୍ତ୍ତ ଚିତ୍କାର ଆମ୍ଭେ ଶୁଣିଅଛୁ। ଆମ୍ଭେ ଦେଖିଅଛୁ ମିଶରବାସୀମାନେ କିପରି ସେମାନଙ୍କୁ କ୍ରୀତଦାସ କରିଅଛନ୍ତି। ଏବଂ ଆମ୍ଭେ ଆମ୍ଭର ଚୁକ୍ତି ମନେ ରଖିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ଵରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

5 ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏବେ ମିସରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।

Gade chapit la Kopi




ଯାତ୍ରା ପୁସ୍ତକ 6:5
11 Referans Kwoze  

ପରମେଶ୍ୱର ସେମାନଙ୍କର ଆତୁର ଡାକ ଶୁଣିଲେ ଓ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କଲେ।


ସେ ସେମାନଙ୍କର ସବୁ ଦୁଃଖରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ। ସେ ସେମାନଙ୍କୁ ନିଜ ପ୍ରେମ ଓ ଦୟାରୁ ମୁକ୍ତ କଲେ ଏବଂ ସେମାନେ ଅତି ପୁରୁଣା ସମୟ ଦେଇ ବହନ କଲେ।


ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦେଖାଇବେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।


ତାହାଙ୍କର ସେବା କରିବା ପାଇଁ ସେ ନିଜେ ବାଛିଥିବା ଇସ୍ରାଏଲର ଲୋକମାନଙ୍କୁ ସାହାଯ୍ୟ କଲେ। ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।


ସେ ଚିରଦିନ ଚୁକ୍ତି ମନେ ରଖନ୍ତି। ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।


ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭେ ମିଶରରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଅଛୁ ଏବଂ ମିଶରୀୟବାସୀ ସେମାନଙ୍କୁ ଯନ୍ତ୍ରଣା ଦେବା ସମୟରେ ଆମ୍ଭେ ସେମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ସେମାନଙ୍କର ଯନ୍ତ୍ରଣା ସବୁ ଜାଣିଛୁ।


ମୁଁ ଯେତେବେଳେ ମେଘଧନୁକୁ ଦେଖେ ସେତେବେଳେ ମୁଁ ତୁମ୍ଭ ସହିତ ଓ ଅନ୍ୟାନ୍ୟ ସଜୀବ ପ୍ରାଣୀମାନଙ୍କ ସହିତ ହୋଇଥିବା ଚୁକ୍ତିକୁ ମନେ ପକାଇବି। ସେହି ଚୁକ୍ତି କହେ ଯେ, ଭବିଷ୍ୟତରେ ଏପରି ବନ୍ୟାରେ ସମସ୍ତେ ବିନାଶ ହେବେ ନାହିଁ।


ପରମେଶ୍ୱର ନୋହ ଏବଂ ତାଙ୍କ ସହିତ ଜାହାଜରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ୱର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ୟା ଜଳ କମିଗଲା।


ଦୀର୍ଘଦିନ ପରେ ସେହି ମିଶରର ରାଜା ମୃତ୍ୟୁବରଣ କଲେ କିନ୍ତୁ ଇସ୍ରାଏଲୀୟମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡ଼ିଲା। ସେମାନେ ଅନୁନୟ କଲେ ଏବଂ ପରମେଶ୍ୱର ସେମାନଙ୍କର ଡାକ ଶୁଣିଲେ।


କିନ୍ତୁ ଫାରୋ ସେମାନଙ୍କୁ କହିଲେ, “ମୋଶା ଏବଂ ହାରୋଣ, ତୁମ୍ଭେମାନେ ମୋର କର୍ମୀମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କରୁଅଛ। ସେମାନଙ୍କୁ ସେମାନଙ୍କର କାର୍ଯ୍ୟ କରିବାକୁ ଦିଅ!


Swiv nou:

Piblisite


Piblisite