ଯାତ୍ରା ପୁସ୍ତକ 6:6 - ପବିତ୍ର ବାଇବଲ6 ତେଣୁ ଇସ୍ରାଏଲୀୟ ଲୋକମାନଙ୍କୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭେମାନେ ମିଶରବାସୀମାନଙ୍କର ଆଉ ଦାସ ହୋଇ ରହିବ ନାହିଁ। ଆମ୍ଭେ ଆମ୍ଭର ମହାନ ଶକ୍ତି ପ୍ରୟୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦେବା। ଏହା ପରେ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ କବଳରୁ ରକ୍ଷା କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ଵରୁ ମୁକ୍ତ କରିବା, ପୁଣି ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ତ ଦ୍ଵାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା। Gade chapit laଓଡିଆ ବାଇବେଲ6 ଏନିମନ୍ତେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା। Gade chapit la |
ଇସ୍ରାଏଲ ପରି ଆଉ କୌଣସି ଦେଶ ଅଛି କି? ନା! ଇସ୍ରାଏଲ ହିଁ ପୃଥିବୀର ଏକମାତ୍ର ଦେଶ ଅଟେ। ଯାହା ନିମନ୍ତେ ତୁମ୍ଭେ ଏପ୍ରକାର ଆଶ୍ଚର୍ଯ୍ୟ କର୍ମମାନ କରିଅଛ। ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ ଓ ତୁମ୍ଭେ ଆମ୍ଭମାନଙ୍କୁ ମୁକ୍ତ କଲ। ତୁମ୍ଭେ ଆପଣାକୁ ମହାନ କରିଅଛ। ତୁମ୍ଭେ ତୁମ୍ଭର ଲୋକମାନଙ୍କ ଅଗ୍ରତରେ ଗମନ କଲ ଓ ଆମ୍ଭମାନଙ୍କ ନିମନ୍ତେ ଅନ୍ୟ ଦେଶୀୟମାନଙ୍କୁ ସେମାନଙ୍କ ଦେଶରୁ ତଡ଼ି ଦେଲ।
ସମସ୍ତ ଲୋକ ଅଧର୍ମୀ। ତେଣୁ ସଦାପ୍ରଭୁଙ୍କ ପାଖରେ ଯୁବକମାନଙ୍କ ପାଇଁ ଅନୁକମ୍ପା ନାହିଁ। ସଦାପ୍ରଭୁ ଯୁବକମାନଙ୍କ ଉପରେ ସୁଖୀ ନୁହନ୍ତି। ଆଉମଧ୍ୟ ସଦାପ୍ରଭୁ ବିଧବା ଓ ଅନାଥମାନଙ୍କୁ ଦୟା କରିବେ ନାହିଁ। କାରଣ, ସମସ୍ତେ ଅଧର୍ମୀ ଓ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରନ୍ତି। ପୁଣି ସେମାନେ ମିଥ୍ୟା କୁହନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ସର୍ବଦା କ୍ରୋଧିତ ହୁଅନ୍ତି ଓ ସର୍ବଦା ଦଣ୍ଡ ଦିଅନ୍ତି।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁଗ୍ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।