Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:9 - ପବିତ୍ର ବାଇବଲ

9 ତେଣୁ ମୋଶା ଏହିସବୁ ଘଟଣା ଇସ୍ରାଏଲର ଲୋକମାନଙ୍କୁ କହିଲେ। କିନ୍ତୁ ଲୋକମାନେ ତାଙ୍କର କଥାକୁ କର୍ଣ୍ଣପାତ କଲେ ନାହିଁ। ସେମାନଙ୍କର ଉତ୍ସାହ ଭାଙ୍ଗି ପଡ଼ିଲା। ଏବଂ ସେମାନେ ଏତେ କଠିନ ପରିଶ୍ରମ କରୁଥିଲେ ଯେ ମୋଶାଙ୍କର କଥା ଶୁଣିବା ପାଇଁ ତାଙ୍କର ଆଉ ଧୈର୍ଯ୍ୟ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ ପ୍ରମାଣ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ଵ ହେତୁରୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 6:9
9 Referans Kwoze  

“ମୁଁ ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ କରୁ ନାହିଁ। ଏହାର ମଧ୍ୟ ଏକ ନିର୍ଦ୍ଦିଷ୍ଟ କାରଣ ଅଛି କାହିଁକି ମୁଁ ଧୈର୍ଯ୍ୟ ଧରିପାରୁ ନାହିଁ।


ତେଣୁ ସେମାନେ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଯାହା କଲ, ସଦାପ୍ରଭୁ ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ। ଫାରୋ ଏବଂ ତାଙ୍କର ଲୋକମାନେ ଆମ୍ଭମାନଙ୍କୁ ଯେପରି ଘୃଣା କରନ୍ତି। ତୁମ୍ଭେ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ହତ୍ୟା କରିବା ପାଇଁ ଅସ୍ତ୍ରରେ ସଜ୍ଜିତ କରିଛ।”


ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗରେ ପରାସ୍ତ ହୋଇ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗରେ ମଥାନତ କରିବେ।


ତା'ପରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ଲୋହିତ ସାଗର ପଥ ଦେଇ ଯାତ୍ରା କଲେ। ପୁଣି ଦୀର୍ଘପଥ ଯୋଗୁଁ ସେମାନେ ଧୈର୍ଯ୍ୟହରା ହୋଇଗଲେ।


ଆମ୍ଭେମାନେ କ’ଣ ମିଶରରେ କହି ନ ଥିଲୁ ଏହିପରି ଘଟିବ ବୋଲି? ମିଶରରେ ଆମ୍ଭେମାନେ ତୁମ୍ଭକୁ କହିଲୁ, ‘ଆମ୍ଭକୁ ବିବ୍ରତ କର ନାହିଁ। ଆମ୍ଭକୁ ଏହିଠାରେ ରହି ମିଶରୀୟମାନଙ୍କର ଦାସ ହେବାକୁ ଦିଅ।’ ମରୁଭୂମିରେ ମୃତ୍ୟୁବରଣ କରିବା ଅପେକ୍ଷା ମିଶରବାସୀଙ୍କର ଦାସକର୍ମ କରିବା ଭଲ ହେବ।”


ମିଶରୀୟମାନେ ଇସ୍ରାଏଲୀୟମାନଙ୍କର ଜୀବନ ଦୁର୍ବିସହ କଲେ। ସେମାନେ ସେମାନଙ୍କୁ କାଦୁଅ ଓ ଇଟା ତିଆରି କରିବା ପାଇଁ ବାଧ୍ୟ କଲେ। ସେମାନଙ୍କୁ ମଧ୍ୟ ବିଲରେ କଠିନ ପରିଶ୍ରମ କରାଇଲେ। ସେମାନେ ପ୍ରତ୍ୟେକ କ୍ଷେତ୍ରରେ ସେମାନଙ୍କୁ ଅଧିକ ପରିଶ୍ରମ କରିବାକୁ ବାଧ୍ୟ କଲେ।


ଦୀର୍ଘଦିନ ପରେ ସେହି ମିଶରର ରାଜା ମୃତ୍ୟୁବରଣ କଲେ କିନ୍ତୁ ଇସ୍ରାଏଲୀୟମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡ଼ିଲା। ସେମାନେ ଅନୁନୟ କଲେ ଏବଂ ପରମେଶ୍ୱର ସେମାନଙ୍କର ଡାକ ଶୁଣିଲେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଯେତେବେଳେ ଜଣେ ମନୁଷ୍ୟ ଅସୁସ୍ଥ ହୁଏ ତା'ର ଆତ୍ମା ତା'ର ଅସୁସ୍ଥତାକୁ ସହିପାରେ, କିନ୍ତୁ କେହି ହେଲେ ଗୋଟିଏ ରୋଗଗ୍ରସ୍ତ ଆତ୍ମାକୁ ସହିପାରେ ନାହିଁ।


Swiv nou:

Piblisite


Piblisite