Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 7:16 - ପବିତ୍ର ବାଇବଲ

16 ତାଙ୍କୁ ଏହା କୁହ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି। ତାଙ୍କର ଲୋକମାନଙ୍କୁ ଛାଡ଼ିଦେବା ପାଇଁ କହିବାକୁ ଆପଣଙ୍କ ପାଖକୁ ସଦାପ୍ରଭୁ ମୋତେ ପଠାଇଛନ୍ତି। ସେମାନେ ତାଙ୍କୁ ଉପାସନା କରିବାକୁ ମରୁଭୂମିକୁ ଯିବେ। ଏପର୍ଯ୍ୟନ୍ତ ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଶୁଣି ନାହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ଫାରୋକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ି ଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ଫାରୋକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, “ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ି ଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଫାରୋକୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ିଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।

Gade chapit la Kopi




ଯାତ୍ରା ପୁସ୍ତକ 7:16
18 Referans Kwoze  

“ଇସ୍ରାଏଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରାଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ଯାଅ। ତୁମ୍ଭେମାନେ ତାଙ୍କୁ କହିବ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନୟ କରୁଅଛୁ, ତିନି ଦିନ ମରୁଭୂମି ମଧ୍ୟକୁ ଯାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।’


ଏହା ପରେ ସଦାପ୍ରଭୁ ମୋଶାଙ୍କୁ ଫାରୋଙ୍କ ନିକଟକୁ ଯାଇ କହିବାକୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ଯିବାକୁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରି ପାରିବେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଭାତରେ ଉଠ ଏବଂ ଫାରୋଙ୍କ ନିକଟକୁ ଯାଅ। ତାଙ୍କୁ କୁହ ଏବ୍ରୀୟ ଲୋକମାନଙ୍କର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ମୋର ଉପାସନା ପାଇଁ ଛାଡ଼।


ତା'ପରେ ପରମେଶ୍ୱର କହିଲେ, “ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବା! ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭେମାନେ ଏହି ପର୍ବତରେ ଆମ୍ଭର ଉପାସନା କରିବ।”


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଉଭୟ ଇସ୍ରାଏଲ ଓ ଯିହୁଦାର ପୁତ୍ରଗଣ ଅତ୍ୟାଗ୍ଭରିତ ହୋଇଛନ୍ତି। ଯେଉଁ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ନେଲେ ସେମାନେ ସେମାନଙ୍କୁ ଦୃଢ଼ ହସ୍ତରେ ଧରି ରଖିଲେ, ଛାଡ଼ିଲେ ନାହିଁ।


ଆମ୍ଭେ ତାଙ୍କୁ ଭଲ କାର୍ଯ୍ୟ ଉଦ୍ଦେଶ୍ୟରେ ଜାଗରିତ କରୁ, ସେ ଆମ୍ଭର ନଗର ନିର୍ମାଣ କରିବ। ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ମୁକ୍ତ କରିବ। ସେଥିପାଇଁ ସେ କୌଣସି ମୂଲ୍ୟ ବା ପୁରସ୍କାର ଆମ୍ଭଠାରୁ ନେବ ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କୁହନ୍ତି।


ମିଶରର ରାଜା ଖବର ପାଇଲେ ଯେ ଇସ୍ରାଏଲୀୟ ଲୋକମାନେ ପଳାଇଛନ୍ତି। ସେ ଯେତେବେଳେ ଏହା ଶୁଣିଲେ, ସେ ଏବଂ ତାଙ୍କର ଅଧିକାରୀ ତାଙ୍କର ମତି ପରିବର୍ତ୍ତନ କଲେ। ସେମାନେ କହିଲେ, “କାହିଁକି ଆମ୍ଭେମାନେ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲୁ? ଆମ୍ଭେ ଆମ୍ଭର ଦାସମାନଙ୍କୁ ହରାଇଅଛୁ।”


ମିଶରରେ, ଫାରୋ ଥିଲେ ଅତି କଠୋର ମନା। ସେ ଆମ୍ଭକୁ ଯିବାକୁ ଦେଉ ନ ଥିଲେ, ତେଣୁ ସେଠାରେ ସଦାପ୍ରଭୁ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ, ପ୍ରଥମଜାତ ପଶୁମାନଙ୍କୁ ହତ୍ୟା କରିଥିଲେ। ସେହି କାରଣରୁ ଆମ୍ଭେମାନେ ପଶୁମାନଙ୍କର ପ୍ରଥମଜାତ ଅଣ୍ଡିରା ପଶୁ ଉତ୍ସର୍ଗ କରୁ କିନ୍ତୁ ଆମ୍ଭମାନଙ୍କ ପ୍ରଥମଜାତ ପୁତ୍ରମାନଙ୍କୁ ତାଙ୍କ ନିକଟରୁ କିଣି ଫେରାଇ ଆଣୁ।’


ତେଣୁ ମୋଶା ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘କେତେ ଦିନ ତୁମ୍ଭେ ମୋତେ ଅମାନ୍ୟ କରିବ? ମୋର ଲୋକମାନଙ୍କୁ ଯିବାକୁ ଦିଅ ଓ ସେମାନଙ୍କୁ ମୋର ଉପାସନା କରିବାକୁ ଦିଅ।


ପରମେଶ୍ୱର ମୋଶାଙ୍କୁ କହିଲେ, “ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ଯାଅ। ସେ ଯେତେବେଳେ ନଦୀକୂଳକୁ ଯିବ। ଏହିପରି କୁହ ସଦାପ୍ରଭୁ କହିଲେ, ‘ମୋର ଲୋକମାନଙ୍କୁ ଛାଡ଼ ସେମାନେ ମୋର ଉପାସନା କରିବେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋଙ୍କ ନିକଟକୁ ଯାଅ ଏବଂ କୁହ, ସଦାପ୍ରଭୁ ଏହିକଥା କୁହନ୍ତି, ‘ମୋର ଲୋକମାନଙ୍କୁ ଯିବା ପାଇଁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରିବେ।


ଏହା ପରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଯଦି ମୁଁ ଇସ୍ରାଏଲୀୟମାନଙ୍କ ନିକଟକୁ ଯାଇ କହେ, ‘ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ମୋତେ ପଠାଇଛନ୍ତି,’ ଏହା ପରେ ଲୋକମାନେ ଯଦି ମୋତେ ପଗ୍ଭରନ୍ତି, ‘ତାଙ୍କର ନାମ କ’ଣ?’ ମୁଁ ତାଙ୍କୁ କ’ଣ କହିବି?”


ସଦାପ୍ରଭୁ କହିଲେ, ତୁମ୍ଭେ ଫାରୋଙ୍କୁ କହିବ।


ସଦାପ୍ରଭୁ କହନ୍ତି, ‘ଇସ୍ରାଏଲ ହେଉଛି ମୋର ପ୍ରଥମଜାତ ପୁତ୍ର ଏବଂ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭେ ମୋର ପୁତ୍ରଙ୍କୁ ଛାଡ଼ିଦିଅ, ଯାହା ଫଳରେ ସେମାନେ ମୋର ଉପାସନା କରିବେ। ଯଦି ତୁମ୍ଭେ ସେମାନଙ୍କୁ ଯିବା ପାଇଁ ନ ଦିଅ, ତେବେ ମୁଁ ତୁମ୍ଭର ପ୍ରଥମଜାତ ପୁତ୍ରକୁ ହତ୍ୟା କରିବି।’”


ତେଣୁ ଏହା ପରେ ମୁଁ ମିଶରକୁ ବହୁତ ଦଣ୍ଡ ଦେବି। ଏବଂ ତା'ପରେ ମୁଁ ମୋର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିବି।


Swiv nou:

Piblisite


Piblisite