Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 7:19 - ପବିତ୍ର ବାଇବଲ

19 ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ସେ ତା'ର ଆଶାବାଡ଼ିକୁ ହାତରେ ଧରି ଏବଂ ଜଳଧାରଗୁଡ଼ିକୁ ଯଥା ନଦୀ, ହ୍ରଦ ଓ କେନାଲ ଯେଉଁଠାରେ ପାଣି ଗଚ୍ଛିତ ଅଛି ସବୁକୁ ସ୍ପର୍ଶ କରୁ। ଯେତେବେଳେ ସେ ଏପରି କଲା, ସମସ୍ତ ଜଳ ରକ୍ତରେ ପରିଣତ ହେଲା। ଏହିପରିକି କାଠ ପାତ୍ର ଓ ପ୍ରସ୍ତର ପାତ୍ରରେ ଥିବା ଜଳସବୁ ରକ୍ତରେ ପରିଣତ ହେଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ ଏହି କଥା କୁହ, ତୁମ୍ଭେ ଆପଣା ଯଷ୍ଟି ଘେନି ମିସରଦେଶୀୟ ଜଳ ଉପରେ, ଅର୍ଥାତ୍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

19 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍‍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ‘ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍‍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।’”

Gade chapit la Kopi




ଯାତ୍ରା ପୁସ୍ତକ 7:19
15 Referans Kwoze  

ମୋଶା ତାଙ୍କର ଆଶାବାଡ଼ି ସୂଫସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବେଗରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହୋଇଗଲା ଏବଂ ସମୁଦ୍ର ମଧ୍ୟ ଶୁଷ୍କ ଭୂମିରେ ପରିଣତ ହୋଇଗଲା।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସମୁଦ୍ର ଉପରେ ତୁମ୍ଭର ହସ୍ତ ବିସ୍ତାର କର। ଏଥିରେ ସମୁଦ୍ର ଜଳ ମାଡ଼ିଯାଇ ମିଶରର ରଥାରୋହୀ ଓ ଅଶ୍ୱାରୋହୀମାନଙ୍କୁ ବୁଡ଼ାଇ ଦେବ।”


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ହସ୍ତ ଆକାଶ ଆଡ଼କୁ ଉଠାଅ। ତାହାହେଲେ ମିଶର ଦେଶ ଅନ୍ଧକାରରେ ଆଚ୍ଛାଦିତ ହେବ। ମିଶରୀୟମାନେ ଅନ୍ଧକାରରେ ଦରାଣ୍ଡି ହେବେ।”


ସଦାପ୍ରଭୁ ମୋଶାଙ୍କୁ କହିଲେ, “ମିଶରର ଭୂମିରେ ତୁମ୍ଭ ହସ୍ତ ପ୍ରସାରଣ କର, ଏବଂ ମିଶର ଭୂମିରେ ପଙ୍ଗପାଳ ଦଳ ମିଶରରେ ମାଡ଼ିଯିବେ। ଯାହା କୁଆପଥର ବୃଷ୍ଟିରୁ ବଞ୍ଚିଛି ତାହା ସବୁ ସେମାନେ ଖାଇଯିବେ।”


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ତାଙ୍କର ଆଶାବାଡ଼ି ଉଠାଇ ଭୂମିରେ ଆଘାତ କରିବ। ଏବଂ ମିଶରର ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହୋଇଯିବେ।”


ମୋଶା ଫାରୋଙ୍କ ନିକଟରୁ ନଗର ବାହାରକୁ ଯାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଗଲା।


ପରମେଶ୍ୱର ଶୁଖିଲା ଭୂମିର ନାମ “ପୃଥିବୀ” ଦେଲେ ଏବଂ ଜଳସମୂହ ଭାଗର ନାମ ଦେଲେ, “ସମୁଦ୍ର” ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।


ଯଦି ସେମାନେ ଏହି ଦୁଇଟି ପ୍ରମାଣ ଦେଖିବା ପରେ ତୁମ୍ଭକୁ ବିଶ୍ୱାସ ନ କରନ୍ତି ଏବଂ ଯଦି ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ନୀଳନଦୀରୁ କିଛି ଜଳ ନେଇ ଭୂମିରେ ଢାଳିବ ତାହା ଭୂମିରେ ପଡ଼ିଲା ମାତ୍ରେ ରକ୍ତ ହୋଇଯିବ।”


ତୁମ୍ଭର ଆଶାବାଡ଼ିକୁ ସୂଫସାଗର ଉପରେ ବୁଲାଅ, ତାହା ବିଭକ୍ତ ହେବ, ଯାହା ଫଳରେ ଇସ୍ରାଏଲର ଲୋକମାନେ ସମୁଦ୍ର ମଧ୍ୟରେ ଶୁଖିଲା ପଥରେ ଯାଇ ପାରିବେ।


ଏହା ପରେ ଇଲୀଶାୟ ଗିହେଜୀକୁ କହିଲେ, “ଯିବାକୁ ପ୍ରସ୍ତୁତ ହୁଅ। ମୋର ଯଷ୍ଟିଟିକୁ ସଙ୍ଗରେ ନିଅ। ଗଲାବେଳେ କୌଣସି ସ୍ଥାନରେ ଟିକିଏ ହେଲେ ଅଟକିବ ନାହିଁ। ଏପରିକି କାହାରିକୁ ଦେଖିଲେ ନମସ୍କାର କର ନାହିଁ ଓ କେହି ନମସ୍କାର କଲେ ତାକୁ ଉତ୍ତର ଦିଅ ନାହିଁ। ମୋର ଯଷ୍ଟି ନେଇ ସେହି ବାଳକର ମୁଖ ଉପରେ ରଖି ଦିଅ।”


ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଛନ୍ତି। ସେ ତାଙ୍କର ହସ୍ତ ଉତ୍ତୋଳନ କରି ସେମାନଙ୍କୁ ଦଣ୍ଡ ଦେବେ। ଏପରିକି ପର୍ବତଗଣ ଭୟଭୀତ ହେବେ ଓ ମୃତଶରୀର ଗୁଡ଼ିକ ଅଳିଆ ପରି ରାସ୍ତାକଡ଼ରେ ପଡ଼ିରହିବ। ଏପରିକି ପରମେଶ୍ୱରଙ୍କ କ୍ରୋଧ ହ୍ରାସ ପାଇବ ନାହିଁ ଓ ତାଙ୍କ ହସ୍ତ ସେମାନଙ୍କୁ ଦଣ୍ଡ ଦେବେ।


ହେ ସଦାପ୍ରଭୁ, ତୁମ୍ଭେ କ’ଣ ନଦୀ, ଝରଣା, ସମୁଦ୍ର ଉପରେ କ୍ରୋଧାନ୍ୱିତ ହୋଇଥିଲ? ସେଥିପାଇଁ କ’ଣ ତୁମ୍ଭେ ତୁମ୍ଭର ଅଶ୍ୱ ଏବଂ ରଥକୁ ଆରୋହଣ କଲ?


ଭଗ୍ନ ବୁଣାଳୀମାନେ ଏବଂ ଯେଉଁମାନେ ସବୁ ମଜୁରୀ ପାଇଁ କାମ କରୁଥିଲେ ଦୁଃଖୀ ହେବେ।


Swiv nou:

Piblisite


Piblisite