Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 7:2 - ପବିତ୍ର ବାଇବଲ

2 ତୁମ୍ଭର ଭାଇ ହାରୋଣଙ୍କୁ ମୋର ସମସ୍ତ ଆଜ୍ଞା କୁହ। ସେ ରାଜା ଫାରୋଙ୍କୁ କହିବ, ମୁଁ ଯାହାସବୁ କହିଅଛି, ଫାରୋ ନିଶ୍ଚୟ ଇସ୍ରାଏଲୀୟ ଲୋକମାନଙ୍କୁ ତାଙ୍କ ଦେଶରୁ ବାହାରକୁ ଯିବାକୁ ଛାଡ଼ି ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି ଫାରୋ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଦେବା ପାଇଁ ତୁମ୍ଭ ଭ୍ରାତା ହାରୋଣ ତାହାକୁ କହିବ।

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହାସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।

Gade chapit la Kopi




ଯାତ୍ରା ପୁସ୍ତକ 7:2
13 Referans Kwoze  

ତୁମ୍ଭେ ହାରୋଣକୁ କହିବ ଏବଂ ତା'ର ମୂଖରେ ବାକ୍ୟ ଦେବ। ମୁଁ ତୁମ୍ଭର ଜିହ୍ୱା ସହିତ ଓ ତା'ର ଜିହ୍ୱା ସହିତ ଥିବି ଏବଂ ମୁଁ ତୁମ୍ଭମାନଙ୍କୁ କହିବି, ଯାହା ତୁମ୍ଭମାନଙ୍କୁ କହିବାକୁ ହେବ।


ସେ କହିଲେ, “ମୁଁ ସଦାପ୍ରଭୁ ଅଟେ। ମିଶରର ରାଜା ଫାରୋଙ୍କୁ ମୋର କହିଥିବା ସମସ୍ତ କଥା କୁହ।”


କାରଣ ମୁଁ ତୁମ୍ଭମାନଙ୍କୁ ଆଗରେ ପରମେଶ୍ୱରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚରେ ଜଣାଇ ସାରିଛି।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


“ହେ ମନୁଷ୍ୟ ପୁତ୍ର, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ। ଏଣୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।


ଆହୁରି ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ତୁମ୍ଭେ ସେହିସବୁ କଥା ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।


“ଏଣୁ ତୁମ୍ଭ ବିଷୟରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ। ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସେମାନଙ୍କୁ କୁହ। ସେମାନଙ୍କ ପାଇଁ ଉ‌‌ଦ୍‌‌ବିଗ୍ନ ହୁଅ ନାହିଁ। ତୁମ୍ଭେ ସେମାନଙ୍କ ପାଇଁ ଭୟଭୀତ ହେଲେ ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉ‌‌ଦ୍‌‌ବିଗ୍ନ କରିବା।


ମାତ୍ର ସଦାପ୍ରଭୁ ମୋତେ କହିଲେ, “ଆମ୍ଭେ ଜଣେ ବାଳକ ବୋଲି, ‘କୁହ ନାହିଁ।’ କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ। ଆଉ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।


ତହୁଁ ମୀଖାୟ କହିଲେ, “ଯେପର୍ଯ୍ୟନ୍ତ ସଦାପ୍ରଭୁ ଅଛନ୍ତି, ମୁଁ ଶପଥ କରୁଛି ସଦାପ୍ରଭୁ ଯାହା କହିବେ ମୁଁ ତାହା ହିଁ କହିବି।”


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ବାକ୍ୟରେ ଆଉ କିଛି ମିଶାଅ ନାହିଁ। କିଅବା ତା'ଠାରୁ କିଛି ଊଣାକରି ପାଳନ କର ନାହିଁ। ସମ୍ପୂର୍ଣ୍ଣ ଭାବେ ସେହି ବାକ୍ୟମାନ ପାଳନ କର। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ମାନ।


ତୁମ୍ଭ ପାଇଁ ହାରୋଣ ଲୋକମାନଙ୍କୁ କହିବ। ତୁମ୍ଭେ ତା’ ପାଇଁ ପରମେଶ୍ୱର ପରି ଏବଂ ସେ ତୁମ୍ଭର ପ୍ରବକ୍ତା


ମୋଶା ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞା ପାଳନ କଲେ।


ମୋଶା ଏବଂ ହାରୋଣ ଏପରି କହି ସାରିବା ପରେ ଫାରୋଙ୍କ ନିକଟକୁ ଗଲେ। ସେମାନେ କହିଲେ, “ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର କହିଛନ୍ତି, ‘ମୋର ଲୋକମାନଙ୍କୁ ଯିବାକୁ ଦିଅ। ସେମାନେ ମୋ’ ସମ୍ମାନାର୍ଥେ ମରୁଭୂମିରେ ଏକ ଉତ୍ସବ ପାଳନ କରିବେ।’”


Swiv nou:

Piblisite


Piblisite