ଗାଦ୍ ଦାଉଦଙ୍କ ନିକଟକୁ ଯାଇ କହିଲେ, “ଏହି ତିନୋଟି ମଧ୍ୟରୁ ଗୋଟିକୁ ବାଛ। 1, ତୁମ୍ଭ ପାଇଁ, ତୁମ୍ଭ ଦେଶ ପାଇଁ ସାତ ବର୍ଷ ଦୁର୍ଭିକ୍ଷ ହେବ। 2, ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ତିନି ମାସ ପର୍ଯ୍ୟନ୍ତ ଗୋଡ଼ାଇବେ। 3, ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ। ଏହିସବୁ କଥା ବିଷୟରେ ଭାବ ଏବଂ ଏହି ତିନି କଥାରୁ ଗୋଟିକୁ ବାଛ। ଏବଂ ମୁଁ ସଦାପ୍ରଭୁଙ୍କୁ ତୁମ୍ଭର ପସନ୍ଦ ଜଣାଇ ଦେବି। ଯେହେତୁ ସଦାପ୍ରଭୁ ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି।”