ଯାତ୍ରା ପୁସ୍ତକ 8:26 - ପବିତ୍ର ବାଇବଲ26 କିନ୍ତୁ ମୋଶା କହିଲେ, “ଏହା କଦାପି ଠିକ୍ ହେବ ନାହିଁ। ମିଶରବାସୀମାନେ ଭାବିବେ ଯେ, ପଶୁମାନଙ୍କୁ ମାରି ବଳିଦାନ କରିବା, ଏକ ଭୟଙ୍କର କାର୍ଯ୍ୟ ହେବ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯଦି ଆମ୍ଭେ ଏପରି କାର୍ଯ୍ୟ ଏହିଠାରେ କରୁ ତେବେ ମିଶରବାସୀ ଆମ୍ଭମାନଙ୍କୁ ଦେଖିବେ, ଏବଂ ସେମାନେ ଆମ୍ଭମାନଙ୍କ ଉପରକୁ ପଥର ଫୋପାଡ଼ିବେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ତହିଁରେ ମୋଶା କହିଲେ, ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁଣ? Gade chapit laଓଡିଆ ବାଇବେଲ26 ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ? Gade chapit la |
ଏହିସବୁ କର୍ମ ସମାପ୍ତ ହେଲା ପରେ, ଇସ୍ରାଏଲୀୟ ମୁଖ୍ୟମାନେ ଆମ୍ଭ ନିକଟକୁ ଆସିଲେ ଓ ସେମାନେ କହିଲେ, “ଏଜ୍ରା, ଇସ୍ରାଏଲର ଲୋକମାନେ, ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର ଅର୍ଥାତ୍ କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମ ଅନୁସାରେ କରୁଅଛନ୍ତି।
“ଇସ୍ରାଏଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରାଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ଯାଅ। ତୁମ୍ଭେମାନେ ତାଙ୍କୁ କହିବ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନୟ କରୁଅଛୁ, ତିନି ଦିନ ମରୁଭୂମି ମଧ୍ୟକୁ ଯାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।’