Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:29 - ପବିତ୍ର ବାଇବଲ

29 ମୋଶା କହିଲେ, “ଦେଖ, ଏ ସ୍ଥାନରୁ ଯାଇ ମୁଁ ତୁମ୍ଭ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ମାଛିମାନଙ୍କଠାରୁ ମୁକ୍ତି ପାଇବା ପାଇଁ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ପାଇଁ ଯାଉଥିବା ଲୋକମାନଙ୍କୁ ଅଟକାଇବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଅନନ୍ତର ମୋଶା କହିଲେ, ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର ଓ ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ କାଲି ସମସ୍ତ ଦଂଶକ-ଝାଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଛାଡ଼ିଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

29 ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 8:29
9 Referans Kwoze  

ଫାରୋ ହୃଦୟଙ୍ଗମ କଲେ ଯେ, ସେ ବେଙ୍ଗମାନଙ୍କ ଦାଉରୁ ରକ୍ଷା ପାଇଲେ। ଏବଂ ସେ ପୁଣି ଜି‌ଦ୍‌ଖୋର ହେଲେ। ସେ ସେମାନଙ୍କ କଥା ଶୁଣିଲେ ନାହିଁ। ସଦାପ୍ରଭୁ ଯେପରି କହିଥିଲେ, ସେହିପରି ସବୁ ଘଟିଗଲା।


ଫାରୋ ମୋଶା ଏବଂ ହାରୋଣଙ୍କୁ ଡାକିଲେ। ଫାରୋ କହିଲେ, “ସଦାପ୍ରଭୁଙ୍କୁ କୁହ ମୋ’ ଉପରୁ, ମୋର ଲୋକମାନଙ୍କ ଉପରୁ ବେଙ୍ଗମାନଙ୍କୁ କାଢ଼ି ନିଅନ୍ତୁ। ମୁଁ ତାଙ୍କର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଛାଡ଼ି ଦେବି।”


ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ୱରଙ୍କୁ ତୁମ୍ଭେମାନେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସେହିପରି କାଟିବ।


ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ। ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସେମାନେ ତୁମ୍ଭକୁ ଭୟ କରନ୍ତି।


କିନ୍ତୁ ମୁଁ ଜାଣେ ତୁମ୍ଭେ ଏବଂ ତୁମ୍ଭର କର୍ମଗ୍ଭରୀମାନେ ବାସ୍ତବରେ ଏପର୍ଯ୍ୟନ୍ତ ସଦାପ୍ରଭୁଙ୍କୁ ଭୟ କରୁ ନାହଁ।”


ତା'ପରେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି। ଆଉ ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହାବି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ ରଖିବି ନାହିଁ।”


Swiv nou:

Piblisite


Piblisite