Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:24 - ପବିତ୍ର ବାଇବଲ

24 ମିଶରର ଉତ୍ପତ୍ତିଠାରୁ ଏପରି ଶିଳାବୃଷ୍ଟି, ବିଜୁଳି ମାରିବା କେବେବି ହୋଇ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

24 ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହିଁରେ ଶିଳାବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 9:24
11 Referans Kwoze  

କାରଣ ସେତେବେଳେ ଏତେ ଅଧିକ ବିପଦ ଆସିବ ଯେ ସେଭଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ଯ୍ୟନ୍ତ ଆସି ନାହିଁ କି ଭବିଷ୍ୟତରେ ଆସିବ ନାହିଁ।


ପଙ୍ଗପାଳଦଳ ତୁମ୍ଭର ଗୃହ, ତୁମ୍ଭର କର୍ମଗ୍ଭରୀମାନଙ୍କର ଗୃହ ଏପରିକି ମିଶରର ସମସ୍ତ ଗୃହ ପଙ୍ଗପାଳରେ ପୂର୍ଣ୍ଣ ହୋଇଯିବ। ଏତେ ପଙ୍ଗପାଳ ତୁମ୍ଭର ପୂର୍ବପୁରୁଷଗଣ ପୂର୍ବରୁ କେବେ ଦେଖି ନ ଥିବେ। ଏପରିକି ମିଶରକୁ ତୁମ୍ଭର ପୂର୍ବପୁରୁଷଗଣ ଆସିବା ଦିନଠାରୁ ବର୍ତ୍ତମାନ ଯାଏ ଏତେ ପଙ୍ଗପାଳ ହୋଇ ନ ଥିବ।’” ଏହା ପରେ ମୋଶା ଫାରୋଙ୍କ ନିକଟରୁ ବିଦାୟ ନେଲେ।


ତେଣୁ ମୋଶା ତାଙ୍କର ଆଶାବାଡ଼ିକୁ ଆକାଶ ଆଡ଼େ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଗ୍ଭରିଆଡ଼େ ଶିଳାବୃଷ୍ଟି ହେଲା।


ତେଣୁ, ଆସନ୍ତାକାଲି ଏହି ସମୟରେ, ମୁଁ ଏକ ଭୟଙ୍କର ଶିଳାବୃଷ୍ଟି କରିବି। ଏପରି ଶିଳାବୃଷ୍ଟି ମିଶରରେ କେବେବି ହୋଇ ନ ଥିବ। ଏପରିକି ମିଶର ଏକ ଦେଶ ହେଲାଠାରୁ ହୋଇ ନ ଥିବ।


ଏହି ଶିଳାବୃଷ୍ଟି ମିଶରର କ୍ଷେତ ମଧ୍ୟସ୍ଥ ସବୁକିଛି ନଷ୍ଟ କଲା। ଏହି ଶିଳାବୃଷ୍ଟି, ଲୋକମାନଙ୍କୁ, ପଶୁମାନଙ୍କୁ ଓ ବୃକ୍ଷାଦିମାନକୁ ଧ୍ୱଂସ କଲା। ଏହି ଶିଳାବୃଷ୍ଟି ମଧ୍ୟ କ୍ଷେତ ମଧ୍ୟସ୍ଥ ବୃକ୍ଷମାନକୁ ନଷ୍ଟ କରି ପକାଇଲା।


ଏଣୁ ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହିଛନ୍ତି, “ମୁଁ ପ୍ରଚଣ୍ଡ କୋପରେ ବାୟୁ ପ୍ରବାହିତ କରାଇବି। ସେଠାରେ ପ୍ରବଳ ବୃଷ୍ଟି ହେବ ଓ ବୃହତ୍ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ ହେବ।


ମୁଁ ବରଫ ଓ କୁଆପଥର ଖଣ୍ଡଗୁଡ଼ିକୁ, କଷ୍ଟ ସମୟ ପାଇଁ ଯୁଦ୍ଧ ଓ ସଂଗ୍ରାମ ସମୟ ପାଇଁ ସଞ୍ଚୟ କରିଛି।


ସଦାପ୍ରଭୁ ଆକାଶ ମଧ୍ୟରୁ ଗର୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।


ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।


ପୁଣି ସଦାପ୍ରଭୁ ତାଙ୍କ କ୍ରୋଧର ପ୍ରଚଣ୍ଡତା ଉଚ୍ଚସ୍ୱରରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କ୍ରୋଧରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ୟ ସମସ୍ତ ଜିନିଷ ଭସ୍ମ କରି ଦେବ। ପୁଣି ସଦାପ୍ରଭୁଙ୍କର କ୍ରୋଧ ଝଡ଼, ତୋଫାନ ଓ ଶିଳାବୃଷ୍ଟି ତୁଲ୍ୟ ହେବ।


ତା'ପରେ ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନେ ଅଗ୍ନି ଆସିବାର ମୁଁ ଦେଖିଲି। ଆଉ ତାହାର ଚତୁର୍ଦ୍ଦିଗରେ ଉଜ୍ଜ୍ୱଳ ତେଜ ବାହାରୁଥିଲା ଓ ଏହାର ମଧ୍ୟଭାଗ ଏକ ଜ୍ୱଳନ୍ତ ଧାତୁ ସଦୃଶ ଦେଖା ଯାଉଥିଲା।


Swiv nou:

Piblisite


Piblisite