Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:28 - ପବିତ୍ର ବାଇବଲ

28 ଏହି ଶିଳାବୃଷ୍ଟି ଯଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡ଼ି ଦେବି। ତୁମ୍ଭମାନଙ୍କର ଆଉ ଏଠାରେ ରହିବା ଦରକାର ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ଵରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଛାଡ଼ି ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ଵ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

28 ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 9:28
14 Referans Kwoze  

ଫାରୋ ମୋଶା ଏବଂ ହାରୋଣଙ୍କୁ ଡାକିଲେ। ଫାରୋ କହିଲେ, “ସଦାପ୍ରଭୁଙ୍କୁ କୁହ ମୋ’ ଉପରୁ, ମୋର ଲୋକମାନଙ୍କ ଉପରୁ ବେଙ୍ଗମାନଙ୍କୁ କାଢ଼ି ନିଅନ୍ତୁ। ମୁଁ ତାଙ୍କର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଛାଡ଼ି ଦେବି।”


ଏଇ ଥରକ ପାଇଁ ମୋତେ କ୍ଷମା କର। ଏହି ‘ମାରାତ୍ମକ’ ପଙ୍ଗପାଳଗୁଡ଼ିକୁ ଦୂରେଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରାର୍ଥନା କର।”


ତେଣୁ ଫାରୋ କହିଲେ, “ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ମରୁଭୂମିକୁ ଯିବାକୁ ଅନୁମତି ଦେବି। କିନ୍ତୁ ତୁମ୍ଭେମାନେ ବେଶୀଦୂର ଯିବା ଉଚିତ୍ ନୁହେଁ। ବର୍ତ୍ତମାନ ଯାଅ ଏବଂ ମୋ’ ପାଇଁ ପ୍ରାର୍ଥନା କର।”


ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।”


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଆଉ ଏକ ଉତ୍ପାତ ମିଶର ଓ ଫାରୋଙ୍କ ବିରୁଦ୍ଧରେ ଆଣିବା। ଏହା ପରେ ସେ ତୁମ୍ଭକୁ ମିଶରରୁ ବାହାର କରିଦେବ। ଏପରିକି ସେ ତୁମ୍ଭକୁ ବଳପୂର୍ବକ ମିଶରରୁ ତଡ଼ି ଦେବ।


ତେଣୁ ଫାରୋ ମୋଶା ଓ ହାରୋଣଙ୍କୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”


ତେଣୁ ଫାରୋ ତାଙ୍କର କର୍ମଗ୍ଭରୀମାନଙ୍କୁ ଆଜ୍ଞା ଦେଲେ ଯେ, ତୁମ୍ଭେମାନେ ମୋଶା ଓ ହାରୋଣଙ୍କୁ ଫେରାଇ ଆଣ। ଫାରୋ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ଉପାସନା କର। କିନ୍ତୁ ମୋତେ କୁହ, କେଉଁମାନେ ଯିବ?”


ପୁନରାୟ ଫାରୋ ମୋଶାଙ୍କୁ ଡାକିଲେ ଏବଂ କହିଲେ, “ଯାଅ ସଦାପ୍ରଭୁଙ୍କର ଉପାସନା କର! ତୁମ୍ଭେ ତୁମ୍ଭର ପୁତ୍ରକନ୍ୟାମାନଙ୍କୁ ସାଙ୍ଗରେ ନେଇଯାଅ। କିନ୍ତୁ ତୁମ୍ଭର ମେଷଗୁଡ଼ିକୁ ଓ ଗୋରୁଗାଈଗୁଡ଼ିକ ନିଅ ନାହିଁ।”


ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ ସେଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଅନେକ ଥର ପାପ କରିଅଛୁ ଏବଂ ବର୍ତ୍ତମାନ ଆମ୍ଭେମାନେ ରାଜାଙ୍କୁ ମାଗି ପାପକୁ ବଢ଼େଇ ଦେଉଛୁ।”


ତା'ପରେ ରାଜା ଯାରବିୟାମ ପରମେଶ୍ୱରଙ୍କ ଲୋକକୁ ନିବେଦନ କରି କହିଲେ, “ତୁମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ମୋରବାହୁର ଆରୋଗ୍ୟ ପାଇଁ ପ୍ରାର୍ଥନା କର।” ତେଣୁ ପରମେଶ୍ୱରଙ୍କ ଲୋକ ପ୍ରାର୍ଥନା କଲେ, ରାଜାଙ୍କର ପକ୍ଷାଘାତ ବାହୁ ଭଲ ହୋଇଗଲା।


ପ‌‌‌ଶ୍‌‌‌ହୂର ଓ ସିଫନିୟ ଯିରିମିୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କର, କାରଣ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି। ସଦାପ୍ରଭୁ ଆମ୍ଭମାନଙ୍କ ସପକ୍ଷରେ ସମସ୍ତ ଆଶ୍ଚର୍ଯ୍ୟ କ୍ରିୟା କରି ପାରନ୍ତି, ଯେପରି ସେ ଅତୀତରେ କରିଥିଲେ। ଆଉ ମଧ୍ୟ ସଦାପ୍ରଭୁ ତାଙ୍କୁ ଆକ୍ରମଣରୁ ବିରତ କରାଇବେ ଓ ସେ ପ୍ରସ୍ଥାନ କରିବ।”


ବେଙ୍ଗମାନେ ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ଲୋକମାନଙ୍କ ଓ ତୁମ୍ଭ ଉପରକୁ ଉଠିବେ।’”


ଏଥିରେ ଲୋକମାନେ ମୋଶାଙ୍କ ନିକଟକୁ ଆସି ନିବେଦନ କଲେ, “ଆମ୍ଭେମାନେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରି ପାପ କରିଅଛୁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂରେଇ ନେବେ।” ତେଣୁ ମୋଶା ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।


Swiv nou:

Piblisite


Piblisite