Biblia Todo Logo
Bib sou entènèt

- Piblisite -




ଯିହିଜିକଲ 1:13 - ପବିତ୍ର ବାଇବଲ

13 ଏହି ଜୀବିତ ପ୍ରାଣୀମାନେ ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲଗୁଡ଼ିକ ସଦୃଶ ଏବଂ ଅଗ୍ନି ସେମାନଙ୍କର ମଧ୍ୟରେ ବୁଲୁଥିବାର ଦେଖାଯାଉଥିଲା। ଏବଂ ସେମାନେ ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲେ। ସେ ଅଗ୍ନି ତେଜୋମୟ ଥିଲା ଓ ତହିଁରୁ ବିଦ୍ୟୁତ୍ ନିର୍ଗତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ଵଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀ-ମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା।

Gade chapit la Kopi

ଓଡିଆ ବାଇବେଲ

13 ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ ନିର୍ଗତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା।

Gade chapit la Kopi




ଯିହିଜିକଲ 1:13
11 Referans Kwoze  

ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନାରେ ସାତୋଟି ଜ୍ୱଳନ୍ତ ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ୱରଙ୍କର ସାତୋଟି ଆତ୍ମା ଅଟନ୍ତି।


ହେ ପରମେଶ୍ୱର, ତୁମ୍ଭେ ଆପଣା ଦୂତମାନଙ୍କୁ ବାୟୁ ପରି କର ଓ ତୁମ୍ଭର ସେବକମାନଙ୍କୁ ଅଗ୍ନି ସଦୃଶ କର।


ତା'ପରେ ମୁଁ ସ୍ୱର୍ଗରୁ ଆଉ ଜଣେ ଦୂତଙ୍କୁ ଓହ୍ଲାଇବାର ଦେଖିଲି। ସେହି ଦୂତଙ୍କର ବହୁତ କ୍ଷମତା ଥିଲା। ତାହାଙ୍କର ମହିମା ପୃଥିବୀରେ ପ୍ରକାଶିତ ହେଲା।


ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ୱର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ୱାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶୋଭା ପାଉଥିଲା। ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।


ସ୍ୱର୍ଗଦୂତଙ୍କ ରୂପ ବିଜୁଳି ଭଳି ଝଲକୁଥିଲା ଓ ତାହାଙ୍କ ପୋଷାକ ହିମଭଳି ଧଳା ଥିଲା।


ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କର ପାଦର ତଳିପା ଗୋବତ୍ସର ତଳିପା ତୁଲ୍ୟ। ଆଉ ସେଗୁଡ଼ିକ ମଜା ଯାଇଥିବା ପିତ୍ତଳ ପରି ଝଟକୁଥିଲା।


ସୂର୍ଯ୍ୟାସ୍ତ ପରେ, ଯେତେବେଳେ ଏହା ଘୋର ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ୱଳନ୍ତ ମଶାଲ ହଠାତ୍ ଦେଖାଗଲା ଏବଂ ତାହା ଦୁଇ ଧାଡ଼ିରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ୟଦେଇ ଗଲା।


ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ୟ ଶାନ୍ତି ଦେବେ। ଯେତେବେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ୱର୍ଗଦୂତମାନଙ୍କ ସହିତ ସ୍ୱର୍ଗରୁ ଆସିବେ, ସେତେବେଳେ ପରମେଶ୍ୱର ଆମ୍ଭର ଦୁଃଖ ଉପଶମ କରିଦେବେ।


ଏବଂ ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “କିରୁବଦୂତଗଣର ନିମ୍ନରେ ଥିବା ତୁମ୍ଭେ ସେହି ଘୂର୍ଣ୍ଣୟମାନ ଚକ୍ର ମଧ୍ୟରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ସଂଗ୍ରହ କର ଓ ସେଗୁଡ଼ିକ ଉପରେ ବିଞ୍ଚି ଦିଅ।” ତହିଁରେ ସେହି ବ୍ୟକ୍ତି ଗ୍ଭଲିଗଲା, ଯେହେତୁ ମୁଁ ଦେଖୁଥିଲି।


“ମୁଁ ଗୋଟିଏ ସିଂହାସନ ସ୍ଥାପିତ ହେଉଥିବାର ଦେଖିଲି। ଅତି ବୃଦ୍ଧାଲୋକ ସେହି ଉପରେ ବସିଲେ। ତାଙ୍କର ବସ୍ତ୍ର ହିମତୁଲ୍ୟ ଶୁକ୍ଳବର୍ଣ୍ଣ ଓ ତାଙ୍କର ମସ୍ତକର କେଶ ମେଷଲୋମ ସଦୃଶ ଶୁଭ୍ର ଥିଲା। ତାଙ୍କର ସିଂହାସନ ଅଗ୍ନିମୟପରି ଓ ସିଂହାସନର ଚକସବୁ ଜ୍ୱଳନ୍ତା ଅଗ୍ନିଶିଖା, ସଦୃଶ ଥିଲା।


Swiv nou:

Piblisite


Piblisite