Biblia Todo Logo
Bib sou entènèt

- Piblisite -




ଯିହିଜିକଲ 11:2 - ପବିତ୍ର ବାଇବଲ

2 ଏବଂ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଏହି ଲୋକମାନେ ପାପପୂର୍ଣ୍ଣ ଯୋଜନା କରନ୍ତି ଓ ଏ ନଗର ମଧ୍ୟରେ କୁମନ୍ତ୍ରଣାସବୁ ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଅଧର୍ମ ସଙ୍କଳ୍ପ କରନ୍ତି ଓ ଏହି ନଗର ମଧ୍ୟରେ କୁମନ୍ତ୍ରଣା ଦିଅନ୍ତି;

Gade chapit la Kopi

ଓଡିଆ ବାଇବେଲ

2 ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଅଧର୍ମ ସଂକଳ୍ପ କରନ୍ତି ଓ ଏହି ନଗର ମଧ୍ୟରେ କୁମନ୍ତ୍ରଣା ଦିଅନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଅଧର୍ମ ସଂକଳ୍ପ କରନ୍ତି ଓ ଏହି ନଗର ମଧ୍ୟରେ କୁମନ୍ତ୍ରଣା ଦିଅନ୍ତି;

Gade chapit la Kopi




ଯିହିଜିକଲ 11:2
12 Referans Kwoze  

ସଦାପ୍ରଭୁ କହିଲେ, “ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସେମାନେ ମନ୍ତ୍ରଣା କରନ୍ତି ମାତ୍ର ସାହାଯ୍ୟ ଗ୍ଭହାନ୍ତି ନାହିଁ। ସେମାନେ ପାପ ଉପରେ ପାପ କରି ଗ୍ଭଲନ୍ତି ମାତ୍ର ମୋର ଆତ୍ମା ଦ୍ୱାରା ନୁହେଁ। ତେଣୁ ସେମାନେ ସନ୍ତାପର ପାତ୍ର।


ମୋତେ ଧନୀ ଲୋକମାନଙ୍କ ପାଖକୁ ଯିବାକୁ ଏବଂ କଥାବାର୍ତ୍ତା ହେବାକୁ ଦିଅ। କାରଣ ସେମାନେ ହିଁ ସଦାପ୍ରଭୁଙ୍କର ପଥ ଏବଂ ସେମାନଙ୍କର ପରମେଶ୍ୱରଙ୍କର ବ୍ୟବସ୍ଥା ଜାଣନ୍ତି।” କିନ୍ତୁ ଏମାନେ ଏକତ୍ର ହୋଇ ଯୁଆଳି ଭାଙ୍ଗି ଅଛନ୍ତି ଓ ବନ୍ଧନସବୁକୁ ଛିଣ୍ଡାଇ ପକାଇ ଅଛନ୍ତି।


ତୁମ୍ଭେ ଲୋକମାନଙ୍କୁ ଧ୍ୱଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ୱା କ୍ଷୁରତୁଲ୍ୟ ତୀ‌କ୍ଷ୍‌ଣ। ତୁମ୍ଭେ ମିଥ୍ୟା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ!


କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ। ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କୁହନ୍ତି। ସେମାନେ ଅନିଷ୍ଟକୁ ଗର୍ଭରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି।


ଯିରିମିୟଙ୍କ ଶତ୍ରୁଗଣ କହିଲେ, “ଆସ ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ୟବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ୟ‌ଦ୍‌ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ତେଣୁ ଆସ ଆମ୍ଭେମାନେ ତାଙ୍କୁ ପ୍ରବଞ୍ଚନା ଦ୍ୱାରା ଧ୍ୱଂସ କରିବା। ଆମ୍ଭେମାନେ ତାଙ୍କର କୌଣସି କଥା ଶୁଣିବା ନାହିଁ।”


ରାତ୍ରିରେ ସେ ମୂଲ୍ୟହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ଯ୍ୟ କରେ ନାହିଁ ଏବଂ ସେ ମନ୍ଦକାର୍ଯ୍ୟ କରିବାରୁ ବିମୁଖ ହୁଏ ନାହିଁ।


ଏଷ୍ଟର ରାଜା ନିକଟରେ ପୁନର୍ବାର ନିବେଦନ କଲା, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମ‌ନ୍‌ର କୃତ ଅମଙ୍ଗଳ ଓ ତା'ର କଳ୍ପିତ କଳ୍ପନା ନିବାରାଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲା।


ଗୋଟିଏ ବିପର୍ଯ୍ୟୟ ପରେ ଆଉ ଗୋଟିଏ ବିପର୍ଯ୍ୟୟ ଘଟିବ ଓ ଜନରବ ଉପରେ ଜନରବ ହେବ। ତେଣୁ ତୁମ୍ଭେମାନେ ଭବିଷ୍ୟ‌ଦ୍‌ବକ୍ତାର ନିକଟରୁ ଦର୍ଶନର ଚେଷ୍ଟା କରିବ। କିନ୍ତୁ ଯାଜକମାନଙ୍କର ଶିକ୍ଷା ଓ ପ୍ରାଚୀନ ଲୋକମାନଙ୍କର ଜ୍ଞାନ ଲୋପ ପାଇବ।


ଜଣେ ଯିଏ କି ସଦାପ୍ରଭୁଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରିବାକୁ ଉପଦେଶ ଦେବ, ସେପରି ଲୋକ ତୁମ୍ଭମାନଙ୍କ ମଧ୍ୟରୁ ବାହାରି ଯାଇଛି।


ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ। ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।


Swiv nou:

Piblisite


Piblisite