Biblia Todo Logo
Bib sou entènèt

- Piblisite -




ଯିହିଜିକଲ 13:3 - ପବିତ୍ର ବାଇବଲ

3 ମୋର ପ୍ରଭୁ ସଦାପ୍ରଭୁ ଏହା କହନ୍ତି, ଯେଉଁ ନିର୍ବୋଧ ଭବିଷ୍ୟ‌ଦ୍‌ବକ୍ତାମାନେ ପ୍ରକୃତ ଦର୍ଶନ ପ୍ରାପ୍ତ ନ ହୋଇ ନିଜ ନିଜ ଇଚ୍ଛାର ଅନୁସରଣ କରନ୍ତି, କିନ୍ତୁ ପ୍ରକୃତ ଦର୍ଶନ ଦେଖନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।

Gade chapit la Kopi

ଓଡିଆ ବାଇବେଲ

3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।

Gade chapit la Kopi




ଯିହିଜିକଲ 13:3
21 Referans Kwoze  

ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାମାନେ ତୁମ୍ଭ ପାଇଁ ଦର୍ଶନ ପାଇଛନ୍ତି। ମାତ୍ର ତାହା ଅସାର ଓ ମିଥ୍ୟାରେ ପରିପୂର୍ଣ୍ଣ। ସେମାନେ ତୁମ୍ଭର ଭଲ ପାଇଁ ଓ ତୁମ୍ଭର ଅଧର୍ମ ମୋଚନ ପାଇଁ ପ୍ରଗ୍ଭର କରି ନାହାନ୍ତି। ମାତ୍ର ଅସାର ଭାରୋକ୍ତି ଓ ତୁମ୍ଭ ନିର୍ବାସିତ ହେବାର ଦେଖି ପ୍ରଗ୍ଭର କରିଅଛନ୍ତି।


ଭବିଷ୍ୟ‌ଦ୍‌ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟ‌ଦ୍‌ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟ‌ଦ୍‌ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ମେଷପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କର। ସେହି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି ଭବିଷ୍ୟ‌ଦ୍‌ବାଣୀ କହନ୍ତି, ‘ଇସ୍ରାଏଲର ମେଷପାଳକମାନଙ୍କୁ ଧିକ୍, ଯେଉଁମାନେ କେବଳ ସେମାନଙ୍କର ଯତ୍ନ ନିଅନ୍ତି। ମେଷପାଳକମାନେ ମେଷମାନଙ୍କର ଯତ୍ନ ନେବା ଉଚିତ୍ ନୁହେଁ କି?


ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନରେ ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର।”


ବୁଦ୍ଧିମାନର ମନ ଜ୍ଞାନ ଲୋଡ଼େ। ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଆହାର କରେ।


ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସେହି ଲୋକ ଶବ୍ଦର ଅର୍ଥକୁ ନେଇ ଯୁକ୍ତିତର୍କ କରିବା ପାଇଁ ଅତ୍ୟଧିକ ଆଗ୍ରହୀ ହୋଇଥାଏ ଓ ସେ ବାଗ୍‌‌ଯୁଦ୍ଧ କରେ। ଏଗୁଡ଼ିକ ଦ୍ୱାରା କଳି, ଈର୍ଷା, ଅପମାନ ଓ ସନ୍ଦେହ ଆସିଥାଏ।


ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ମୋର ଗର୍ବ କରିବା କିଛି ନାହିଁ। ଏହା ମୋହର କର୍ତ୍ତବ୍ୟ। ମୁଁ ଯଦି ସୁସମାଗ୍ଭର ପ୍ରଗ୍ଭର ନ କରିବି, ତେବେ ମୋ’ ଜୀବନ ଧିକ୍।


“ହେ ଧର୍ମଶାସ୍ତ୍ରୀଗଣ! ତୁମ୍ଭମାନଙ୍କୁ ଧିକ୍, କାରଣ ତୁମ୍ଭେମାନେ ଈଶ୍ୱର ଜ୍ଞାନର ଗ୍ଭବିକାଠି ଲୁଚେଇ ଦେଲ। ନିଜ ଐଶ୍ୱରିକ ଜ୍ଞାନ ଶିଖିଲ ନାହିଁ କି, ଯେଉଁମାନେ ଶିଖିବାକୁ ଗ୍ଭହୁଁ ଥିଲେ, ସେମାନଙ୍କୁ ମଧ୍ୟ ଶିଖିବାକୁ ଦେଲ ନାହିଁ।”


ହେ ନିର୍ବୋଧଗଣ! ବାହାରେ ଯାହା ଅଛି, ତାହା ଯିଏ ତିଆରି କରିଛନ୍ତି ସେ ମଧ୍ୟ ଭିତରେ ଥିବା ବିଷୟ ସବୁ ତିଆରି କରିଛନ୍ତିା


ତା'ପରେ ସଦାପ୍ରଭୁ ମୋତେ କହିଲେ, “ପୁନର୍ବାର ସେହି ନିର୍ବୋଧ ମେଷପାଳକର ସାଜ ଦିଅ।


‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହିଛନ୍ତି, ସ୍ତ୍ରୀଲୋକମାନେ ତୁମ୍ଭକୁ ଧିକ୍, ଯେଉଁମାନେ ସମସ୍ତ ଲୋକମାନଙ୍କ ପାଇଁ କଙ୍କଣ ତିଆରି କରୁଛନ୍ତି ଓ ଯାଦୁ ଓଢ଼ଣୀ ମୁଣ୍ଡରେ ପିନ୍ଧିବା ପାଇଁ ତିଆରି କରୁଛନ୍ତି, ଲୋକମାନଙ୍କୁ ଫାଶରେ ପକାଇବା ପାଇଁ ଚେଷ୍ଟା କରୁଛନ୍ତି।


ଜଣେ ଜ୍ଞାନୀ ଲୋକ ତା'ର ଚିନ୍ତାଧାରା ଭଲ ଭାବରେ କହିପାରେ, କିନ୍ତୁ ନିର୍ବୋଧ ନିର୍ବୋଧତାକୁ ବଖାଣେ।


କିନ୍ତୁ ନିଜ କର୍ମରେ ସେମାନେ ସଫଳକାମ ହେବେ ନାହିଁ। ସମସ୍ତେ ଦେଖିବେ ଯେ ସେମାନଙ୍କର ମୂର୍ଖତା ପ୍ରକାଶିତ ହୋଇଛି। ଯନ୍ନୀସ୍ ଓ ଯମ୍ବ୍ରୀସ୍ ସହିତ ମଧ୍ୟ ଏହା ଘଟିଥିଲା।


ପୁଣି ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟ‌ଦ୍‌ବକ୍ତାଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ। ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି। ସେମାନେ କେବଳ ନିଜ ହୃଦୟର ଦର୍ଶନ କଥା କହନ୍ତି। ମାତ୍ର ସେମାନେ ସଦାପ୍ରଭୁଙ୍କର ମୁଖର କଥା କହନ୍ତି ନାହିଁ।


ତହିଁରେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ହନାନିୟ ଭବିଷ୍ୟ‌ଦ୍‌ବକ୍ତାକୁ କହିଲେ, “ହେ ହନାନିୟ, ଏବେ ଶୁଣ! ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି। ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଇ ଅଛ।


“‘ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣ ଉଜଡ଼ା ସ୍ଥାନର କୋକିଶିଆଳୀ ତୁଲ୍ୟ ହୋଇଅଛନ୍ତି।


ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପ୍ରତି ବାର୍ତ୍ତା। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି। ମୋର ଅସ୍ଥିସବୁ କମ୍ପୁଅଛି। ସଦାପ୍ରଭୁ ଓ ତାଙ୍କ ପବିତ୍ର ବାକ୍ୟ ହେତୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ତୁଲ୍ୟ ହୋଇଅଛି।


Swiv nou:

Piblisite


Piblisite