Biblia Todo Logo
Bib sou entènèt

- Piblisite -




ଯିହିଜିକଲ 20:3 - ପବିତ୍ର ବାଇବଲ

3 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ପ୍ରାଚୀନବର୍ଗଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ତେଣୁ ତୁମ୍ଭେମାନେ ମୋ’ ବିଷୟରେ ତଦାରଖ କରିବାକୁ ଆସିଅଛ? ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କିଛି ପଗ୍ଭରିବାକୁ ଦେବି ନାହିଁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।

Gade chapit la Kopi




ଯିହିଜିକଲ 20:3
20 Referans Kwoze  

ଆଉ ସେହି ଦର୍ଶକମାନେ ଲଜ୍ଜିତ ହେବେ ଏବଂ ମନ୍ତ୍ରଜ୍ଞମାନେ ଉ‌‌ଦ୍‌‌ବିଗ୍ନ ହେବେ। ସେମାନେ କିଛି କହି ପାରିବେ ନାହିଁ କାରଣ ପରମେଶ୍ୱର ତାଙ୍କୁ କୌଣସି ଉତ୍ତର ଦେବେ ନାହିଁ।”


ଯେଉଁ ଲୋକ କିଛି ଶିକ୍ଷା ଶୁଣିବା ପୂର୍ବରୁ ଆପଣା କର୍ଣ୍ଣ ବନ୍ଦ କରିଦିଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।


ପରମେଶ୍ୱର ହିଁ ଆତ୍ମା। ତେଣୁ ପରମେଶ୍ୱରଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ୟ ସହିତ ତାହାଙ୍କର ଉପାସନା କରିବା ଉଚିତ୍।”


ଯୋହନଙ୍କ ନିକଟକୁ ବାପ୍ତିଜିତ ହେବା ପାଇଁ ଲୋକମାନେ ଆସିଲେ। ଯୋହନ ସେମାନଙ୍କୁ କହିଲେ, “ତୁମ୍ଭେମାନେ ବିଷଧର ସାପ ଭଳି। ପରମେଶ୍ୱରଙ୍କ ଆସୁଥିବା ମହା କ୍ରୋଧରୁ ଖସି ପଳାଇବା ପାଇଁ କିଏ ତୁମ୍ଭମାନଙ୍କୁ ଚେତାଇ ଦେଲା?


ଅନେକ ଫାରୂଶୀ ଓ ସାଦ୍ଦୂକୀମାନେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସେମାନଙ୍କୁ ଦେଖି ଯୋହନ କହିଲେ, “ହେ କାଳସର୍ପଗଣ! ତୁମ୍ଭେ ପ୍ରଭୁଙ୍କ ଆଗାମୀ କ୍ରୋଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚେତାବନୀ ଦେଲେ?


ଯେତେବେଳେ ତୁମ୍ଭେମାନେ ଉପହାର ଆଣୁଛ, ନିଜ ନିଜ ସନ୍ତାନମାନଙ୍କୁ ଆଜି ପର୍ଯ୍ୟନ୍ତ ଅଗ୍ନିରେ ଉତ୍ସର୍ଗ କରୁଛ? ହେ ଇସ୍ରାଏଲର ଲୋକମାନେ, ମୋ'ଠାରୁ ଉପଦେଶ ନେବାକୁ ତୁମ୍ଭମାନଙ୍କୁ ଅନୁମତି ଦେବି କି? ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ମୁଁ ଜୀବିତ ଥିବାଯାଏ ତୁମ୍ଭମାନଙ୍କୁ ଉପଦେଶ କି ପରାମର୍ଶ ଦେବି ନାହିଁ।


“ତୁମ୍ଭେମାନେ ସବୁ ହସ୍ତ ପ୍ରସାରଣ କରି ମୋତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହୋଇ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭେମାନେ ସବୁ ଅନେକ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ପରିପୂର୍ଣ୍ଣ।


“ଯେତେବେଳେ ତୁମ୍ଭେମାନେ ମୋତେ ସାକ୍ଷାତ କରିବାକୁ ଆସିଛ ତୁମ୍ଭେମାନେ ମୋର ପ୍ରାଙ୍ଗଣରେ ସମସ୍ତ ଜିନିଷକୁ ପଦଦଳିତ କରିଛ। କିଏ ତୁମ୍ଭମାନଙ୍କୁ ଏହା କରିବାକୁ କହିଥିଲା?


ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ତାହା କଲେ ବହୁତ ଘୃଣିତ ହୁଏ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।


ଯେତେବେଳେ ଶାଉଲ ସଦାପ୍ରଭୁଙ୍କୁ ପଗ୍ଭରିଲେ, ସଦାପ୍ରଭୁ ତାଙ୍କୁ କିଛି ଉତ୍ତର କଲେ ନାହିଁ। ସଦାପ୍ରଭୁ ସ୍ୱପ୍ନଦ୍ୱାରା କିମ୍ବା ଊରୀମ୍ ଦ୍ୱାରା ନା ଭବିଷ୍ୟ‌ଦ୍‌ବକ୍ତାଙ୍କ ଦ୍ୱାରା ମଧ୍ୟ ତାଙ୍କୁ ଉତ୍ତର କଲେ ନାହିଁ।


ସେହି ସମୟରେ ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,


“‘ପୁଣି ହେ ମନୁଷ୍ୟ ପୁତ୍ର, ତୁମ୍ଭ ଲୋକମାନଙ୍କର କାନ୍ଥ ନିକଟରେ ଠିଆ ହୋଇ ସେମାନଙ୍କର ଦ୍ୱାରଗୁଡ଼ିକରେ ଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି। ଆଉ ଜଣେ ଅନ୍ୟ ଜଣକୁ କହେ, “ଭାଇ ଆସ, ସଦାପ୍ରଭୁଙ୍କଠାରୁ ଭବିଷ୍ୟ‌ଦ୍‌ବାଣୀ ଶୁଣିବା।”


ଲୋକମାନେ ଗୋଟିଏ ସମୁଦ୍ରରୁ ଅନ୍ୟ ଗୋଟିଏ ସମୁଦ୍ର ପର୍ଯ୍ୟନ୍ତ ଏବଂ ଉତ୍ତର ଦିଗରୁ ପୂର୍ବ ଦିଗକୁ ଭ୍ରମଣ କରିବେ। ସେମାନେ ସଦାପ୍ରଭୁଙ୍କର ବାର୍ତ୍ତା ଏଣେତେଣେ ଖୋଜି ବୁଲିବେ, ମାତ୍ର ତାହା ପାଇବେ ନାହିଁ।


ତାହାହେଲେ ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରିବେ ଓ ମୋର ପଥ ବିଷୟରେ ଜାଣିବାକୁ ଚେଷ୍ଟା କରିବେ। ଯେଉଁ ଗୋଷ୍ଠୀୟ ଲୋକେ ପୂଜା କର୍ମ କରିଛନ୍ତି ଓ ନିଜର ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ପୂଜାବିଧାନ ବିଷୟ ଆମ୍ଭକୁ ପଗ୍ଭରନ୍ତି ଓ ପରମେଶ୍ୱରଙ୍କ ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।


ଅନନ୍ତର ଇସ୍ରାଏଲର ପ୍ରାଚୀନଗଣ ମଧ୍ୟରୁ କେତେଜଣ ମୋ’ ନିକଟକୁ ଆସି ମୋ’ ସମ୍ମୁଖରେ ବସିଲେ।


Swiv nou:

Piblisite


Piblisite