Biblia Todo Logo
Bib sou entènèt

- Piblisite -




ଯିହିଜିକଲ 24:2 - ପବିତ୍ର ବାଇବଲ

2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଆଜିର ତାରିଖ ଲେଖି ରଖ। ‘ଏହି ଦିନରେ ବାବିଲର ରାଜା ଯିରୁଶାଲମକୁ ଅବରୋଧ କରିବାକୁ ଅଗ୍ରସର ହେଲା।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା।

Gade chapit la Kopi

ଓଡିଆ ବାଇବେଲ

2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍‍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦିନର ନାମ, ଅର୍ଥାତ୍‍, ଆଜି ଦିନର ନାମ ଲେଖି ରଖ; ଆଜି ଦିନରେ ବାବିଲର ରାଜା ଯିରୂଶାଲମ ନିକଟବର୍ତ୍ତୀ ହେଲା।

Gade chapit la Kopi




ଯିହିଜିକଲ 24:2
8 Referans Kwoze  

ତା'ପରେ ରାଜତ୍ୱର ନବମ ବର୍ଷର, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମକୁ ଆସିଲେ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ଛାଉଣି ସ୍ଥାପନ କଲେ। ସେମାନେ ଏହାର ଚତୁର୍ଦ୍ଦିଗରେ ପ୍ରବେଶ କରି ଅବରୋଧର କାର୍ଯ୍ୟ କଲେ।


ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ।


ଅନନ୍ତର ସିଦିକିୟଙ୍କ ରାଜତ୍ୱର ନବମ ବର୍ଷରେ ଦଶମ ମାସର ଦଶମ ଦିନରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାଙ୍କର ସମସ୍ତ ସୈନ୍ୟ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲେ ଏବଂ ଯିରୁଶାଲମକୁ ଅବରୋଧ କଲେ ଓ ତା'ର ଗ୍ଭରିପାଖରେ ସୈନ୍ୟ କତ୍ତୃର୍କ ଅବରୋଧ ନିର୍ମାଣ କଲେ।


ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ବୃହତ ଫଳକ ନେଇ ଏକ ସ୍ୱତନ୍ତ୍ର ଲେଖନୀ ସାହାଯ୍ୟରେ ତା'ଉପରେ ଏହି କଥାସବୁ ଲେଖ। ତାହା ହେଉଛି, ‘ମହେର-ଶାଲଲ-ହାଶ୍-ବସ୍।’ ଏହାର ଅର୍ଥ ହେଉଛି, ‘ଖୁବ୍ ଶୀଘ୍ର ଲୁଣ୍ଠନ ଓ ଗ୍ଭେରି ହେବ।’”


ଅନନ୍ତର ନବମ ବର୍ଷର ଦଶମ ମାସର ଦଶମ ଦିନରେ ମୋର ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,


ଅନନ୍ତର ଆମ୍ଭମାନଙ୍କ ନିର୍ବାସରେ ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୁଶାଲମରୁ ଜଣେ ପଳାତକ ମୋ’ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”


Swiv nou:

Piblisite


Piblisite