Biblia Todo Logo
Bib sou entènèt

- Piblisite -




ଯିହିଜିକଲ 26:3 - ପବିତ୍ର ବାଇବଲ

3 ତେଣୁ ମୋର ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଓ ସମୁଦ୍ର ତରଙ୍ଗ ଯେପରି କୂଳକୁ ଲଙ୍ଘନ କରେ ଆମ୍ଭେ ସେହିପରି ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀକି ଉଠାଇବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କି ଉଠାଇବା।

Gade chapit la Kopi

ଓଡିଆ ବାଇବେଲ

3 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।

Gade chapit la Kopi




ଯିହିଜିକଲ 26:3
23 Referans Kwoze  

ବାବିଲ ଉପରେ ସମୁଦ୍ର ମାଡ଼ି ଆସିବ ଓ ତାହାର ଢେଉସବୁ ଗର୍ଜନ କରି ତାକୁ ଆଚ୍ଛାଦିତ କରିବ।


ତେଣୁ “ସିଂହ” ଗର୍ଜନର ରବ, ସମୁଦ୍ର ଗର୍ଜନ ସଦୃଶ ସେମାନେ ଲୋକମାନଙ୍କ ଉପରେ ଗର୍ଜନ କରିବେ। ବନ୍ଦୀମାନେ ଯେତେବେଳେ ଗ୍ଭହିଁବେ ସେତେବେଳେ ସେମାନେ କେବଳ ଅନ୍ଧକାର ଦେଖିବେ। ସମସ୍ତ ଦୀପ୍ତି ଗ୍ଭଲିଯାଇ କେବଳ ଘନ ମେଘମାଳାରେ ଅନ୍ଧକାର ହୋଇଥିବେ।


ତୁମ୍ଭ ବିରୁଦ୍ଧରେ ବହୁ ଗୋଷ୍ଠୀ ଲଢ଼ିବାକୁ ଆସିଛନ୍ତି। ସେମାନେ କୁହନ୍ତି, “ଦେଖ, ସେ ହେଉଛି ସିୟୋନ, ଆମ୍ଭେ ତାକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେବୁ।”


“ସୂର୍ଯ୍ୟ, ଚନ୍ଦ୍ର ଓ ତାରାମାନଙ୍କରେ ସଙ୍କେତ ରୂପକ ଅନେକ ଅ‌ଦ୍‌ଭୂତ ବିଷୟ ଘଟିବ। ପୃଥିବୀରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡ଼ିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ’ଣ ପାଇଁ ଏପରି ହେଲା, ଜାଣିବେ ନାହିଁ।


ଆମ୍ଭେ ସମସ୍ତ ଗୋଷ୍ଠୀକୁ ଯିରୁଶାଲମ ବିରୁଦ୍ଧରେ ଲଢ଼ିବାକୁ ଏକତ୍ରିତ କରିବା। ନଗରଟି ପରାଜିତ ହେବ ଓ ଗୃହଗୁଡ଼ିକ ଲୁଣ୍ଠିତ ହେବ। ସ୍ତ୍ରୀମାନେ ଧର୍ଷିତ ହେବେ ଏବଂ ଦେଶର ଅର୍ଦ୍ଧେକ ଲୋକ ନିର୍ବାସିତ ହେବେ। ଅବଶିଷ୍ଟ ଲୋକମାନେ ନଗରରୁ ନିଆଯିବେ ନାହିଁ।


ସିଂହ ନୀନିବୀର ରାଜା ତା'ର ଶାବକମାନଙ୍କୁ ଖୁଆଇବା ପାଇଁ ବହୁତ ଶିକାର କଲା ଏବଂ ସିଂହୀ ପାଇଁ ଶିକାର କଲା। ସେ ତା'ର ନୀନିବୀ ଗୁମ୍ଫାକୁ ଶିକାରରେ ପରିପୂର୍ଣ୍ଣ କଲା! ସେ ତା'ର ଗୁମ୍ଫାକୁ ମାଂସରେ ପୂର୍ଣ୍ଣ କଲା।


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ହେ ଗେଶର, ମେଶକର ଓ ତୁବଲର ମୁଖ୍ୟ ଅଧିପତି ରାଜା ଗୋଗ, ଦେଖ, ମୁଁ ତୁମ୍ଭର ପ୍ରତିକୂଳ ଅଟେ।


ଆଉ କୁହ, ‘ମୋର ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “‘ହେ ସୀଦୋନ, ଦେଖ, ମୁଁ ତୁମ୍ଭର ପ୍ରତିକୂଳ ଅଟେ। ପୁଣି ମୁଁ ତୁମ୍ଭମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବି। ଆଉ ମୁଁ ନଗରକୁ ଦଣ୍ଡିତ ଓ ମୋର ନିଜକୁ ସେଠାରେ ପବିତ୍ର ରୂପେ ଦେଖାଇବି ପରେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।


ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣି ଅଛନ୍ତି। ମାତ୍ର ପୂର୍ବୀୟ ବାୟୁ ସମୁଦ୍ର ମଧ୍ୟରେ ତୁମ୍ଭକୁ ଭାଙ୍ଗି ପକାଇଛି।


ଏବଂ ଇସ୍ରାଏଲ ଦେଶକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି! ଦେଖ, ମୁଁ ତୁମ୍ଭ ବିରୁଦ୍ଧରେ ଅଟେ। ମୁଁ ଆପଣା ‌‌ଖ‌ଡ଼୍‌ଗ କୋଷରୁ ବାହାର କରି ତୁମ୍ଭମାନଙ୍କ ମଧ୍ୟରୁ ଧାର୍ମିକ ଓ ପାପୀକୁ ଉଚ୍ଛିନ୍ନ କରିବି।


ତେଣୁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଜାତିଗୁଡ଼ିକ ମଧ୍ୟରେ ତୁମ୍ଭର ବିଗ୍ଭର କରିବା।


ସେମାନେ ଧନୁ ଓ ବର୍ଚ୍ଛା ଧରିଛନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରୁଛନ୍ତି। ସେମାନେ ଅଶ୍ୱାରୋହଣ କରି ଅଗ୍ରସର ହେଉଛନ୍ତି। ହେ ବାବିଲ, ସେମାନେ ସମସ୍ତେ ସୁସଜ୍ଜିତ ହୋଇ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛନ୍ତି।


“ହେ ଉଦ୍ଧତ ବାବିଲ, ଆମ୍ଭେ ତୁମ୍ଭ ବିପକ୍ଷରେ ଅଛୁ।” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଯେହେତୁ ତୁମ୍ଭ ବିରୁଦ୍ଧରେ ଅଛୁ, ତେଣୁ ତୁମ୍ଭର ପ୍ରତିଫଳ ପାଇବାର ଦିନ ଆସିଅଛି।


“ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ଯିରୁଶାଲମ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ। ତୁମ୍ଭେମାନେ କହୁଅଛ ‘ଆମ୍ଭମାନଙ୍କ ବିପକ୍ଷରେ କେହି ଆକ୍ରମଣ କରିବେ ନାହିଁ କି ଆମ୍ଭର ସୁଦୃଢ଼ ନଗରୀକୁ କେହି ପରାସ୍ତ କରି ପାରିବେ ନାହିଁ।’”


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସେମାନେ ଅଶ୍ୱାରୋହଣ କରନ୍ତି। ଆଗୋ ସିୟୋନର କନ୍ୟା, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।”


ପରମେଶ୍ୱର ଆଜ୍ଞା କଲେ ଏବଂ ପ୍ରବଳ ବାୟୁ ଉଠି ଆସିଲା। ଢେଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।


କାରଣ ସଦାପ୍ରଭୁ, ମୋର ପ୍ରଭୁ ଏ କଥା କହନ୍ତି, “ହେ ସୋର, ତୁମ୍ଭେ ନିବାସହୀନ ଧ୍ୱସ୍ତ ନଗର ହେବ। ଆମ୍ଭେ ସମୁଦ୍ର ଜଳରାଶି ତୁମ୍ଭ ଉପରେ ପ୍ରବାହିତ କରାଇବା ଓ ଗଭୀର ଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ।


ତେଣୁ ମୁଁ (ପରମେଶ୍ୱର) ତୁମ୍ଭର ଓ ତୁମ୍ଭ ନଦୀ ସମୂହର ପ୍ରତିକୂଳ ଅଟେ। ମୁଁ ସିବେନୀ ଦୁର୍ଗଠାରୁ କୂଶ ଦେଶର ସୀମା ପର୍ଯ୍ୟନ୍ତ ସମଗ୍ର ମିଶର ଦେଶକୁ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବି।


ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ହେ ନୀନିବୀ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅଛୁ। ଆମ୍ଭେ ମୁଖମଣ୍ତଳରୁ ତୁମ୍ଭର ପୋଷାକ ଉଠେଇ ନେବା। ସମସ୍ତ ଦେଶ ତୁମ୍ଭର ଉଲଗ୍ନ ଶରୀର ଦେଖିବେ। ସେହି ରାଜ୍ୟଗୁଡ଼ିକ ତୁମ୍ଭର ଲଜ୍ଜିତରୂପ ଦେଖିବେ।


ମାତ୍ର ସଦାପ୍ରଭୁ ଏହାକୁ ନେଇଯିବେ। ସେ ତା'ର ଧନ ସମୁଦ୍ରରେ ଫୋପାଡ଼ି ଦେବେ ଏବଂ ନଗରଟି ନିଆଁରେ ଜଳିଯିବ।


ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।


Swiv nou:

Piblisite


Piblisite