Biblia Todo Logo
Bib sou entènèt

- Piblisite -




ଯିହିଜିକଲ 3:5 - ପବିତ୍ର ବାଇବଲ

5 ଆମ୍ଭେ ତୁମ୍ଭକୁ କୌଣସି ବିଦେଶୀୟ ନିକଟକୁ ପଠାଉ ନାହୁଁ। ଯାହା ଫଳରେ ତୁମ୍ଭକୁ ତାଙ୍କ ଭାଷା ବୁଝିବା କଷ୍ଟ ହେବ। ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶ ନିକଟକୁ ପଠାଉଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ-ବଂଶ ନିକଟକୁ ପ୍ରେରିତ ହେଉଅଛ;

Gade chapit la Kopi

ଓଡିଆ ବାଇବେଲ

5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;

Gade chapit la Kopi




ଯିହିଜିକଲ 3:5
10 Referans Kwoze  

ସଦାପ୍ରଭୁ କହିଲେ, “ନୀନିବୀ ଗୋଟିଏ ବିରାଟ ନଗରୀ। ସେଠାରେ ଲୋକମାନେ ବହୁତ ମନ୍ଦକାର୍ଯ୍ୟ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସେହି ନଗରୀକୁ ଯାଅ ଏବଂ ତାହା ବିରୁଦ୍ଧରେ ଆମ୍ଭ ବିଗ୍ଭରଧାରା ଘୋଷଣା କର।”


ସେହି ଦୂରନ୍ତ ଜାତିଗଣ ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣିପାରିଲ ନାହିଁ ଓ ଯେଉଁମାନଙ୍କର ବିଦେଶୀୟ ଭାଷାର ଗଭୀରତା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକୁ ଆଉ ଦେଖିବ ନାହିଁ।”


ବହୁତ ଅଲଗା ଅଲଗା ଦେଶଗୁଡ଼ିକ ନିକଟକୁ ତୁମ୍ଭମାନଙ୍କୁ ପଠାଯାଉ ନାହିଁ, ଯେଉଁମାନଙ୍କର ଭାଷାଗୁଡ଼ିକ ତୁମ୍ଭେମାନେ ବୁଝ ନାହିଁ। ପୁଣି ଯେଉଁମାନେ ତୁମ୍ଭମାନଙ୍କର ଭାଷା ବୁଝିପାରନ୍ତି ନାହିଁ। କିନ୍ତୁ ଯଦି ଆମ୍ଭେ ତୁମ୍ଭକୁ ସେପରି ଲୋକମାନଙ୍କ ପାଖକୁ ପଠାଇଥା’ନ୍ତୁ, ସେମାନେ ତୁମ୍ଭ କଥା ଶୁଣିଥା’ନ୍ତେ।


ସଦାପ୍ରଭୁ ଅ‌‌ଦ୍‌‌ଭୂତ ସ୍ୱରରେ ଓ ଅନ୍ୟ ଭାଷାରେ ଲୋକମାନଙ୍କୁ କଥା କହିବେ।


ପରମେଶ୍ୱର ଯୋଷେଫଙ୍କ ଲୋକମାନଙ୍କ ପାଇଁ ଏହି ନିୟମ କରିଥିଲେ। ଯେତେବେଳେ ପରମେଶ୍ୱର ମିଶର ଭୂମି ବିରୁଦ୍ଧରେ ଗଲେ, ଯେଉଁଠାରେ ମୁଁ ଏକ ଭାଷା ଶୁଣିଲି ଯାହା ମୁଁ ବୁଝିପାରିଲି ନାହିଁ।


ଲୋକମାନେ ପାଉଲଙ୍କର ଏ କାମ ଦେଖି ଲୁକାୟନିଆ ଭାଷାରେ ଖୁବ୍ ଜୋ‌ର୍‌‌ରେ କହିଲେ, “ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭ ପାଖକୁ ଆସିଛନ୍ତି।”


ଏହା ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ଆମ୍ଭର ବାକ୍ୟସବୁ କୁହ।


ତା'ପରେ ଆତ୍ମାଟି ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ। ଆଉ ସଦାପ୍ରଭୁଙ୍କ ମହିମାରେ ମନ୍ଦିର ପରିପୂର୍ଣ୍ଣ ହେଲା।


Swiv nou:

Piblisite


Piblisite