ଯିହିଜିକଲ 3:7 - ପବିତ୍ର ବାଇବଲ7 କିନ୍ତୁ ଇସ୍ରାଏଲ ଭବିଷ୍ୟଦ୍ ବଂଶଧରଗଣ ତୁମ୍ଭ କଥା ଶୁଣିବା ପାଇଁ ଇଚ୍ଛା କରିବେ ନାହିଁ। କାରଣ ସେମାନେ ଆମ୍ଭ କଥା ଶୁଣିବା ପାଇଁ ଗ୍ଭହାନ୍ତି ନାହିଁ। ସମୁଦାୟ ଇସ୍ରାଏଲର ଲୋକମାନେ ଜିଦ୍ଖୋର ଓ କଠିନ ଚିତ୍ତ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଇସ୍ରାଏଲ-ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ-ବଂଶ ଦୃଢ଼କପାଳ ଓ କଠିନଚିତ୍ତ ଅଟନ୍ତି। Gade chapit laଓଡିଆ ବାଇବେଲ7 ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି। Gade chapit la |
“ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ।
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।