Biblia Todo Logo
Bib sou entènèt

- Piblisite -




ଯିହିଜିକଲ 4:3 - ପବିତ୍ର ବାଇବଲ

3 ଏବଂ ଗୋଟିଏ ଲୁହାର କରେଇ ନିଅ ଏବଂ ତୁମ୍ଭ ଓ ନଗରର ନ‌କ୍‌ସା ମଧ୍ୟରେ ଲୁହାର ପ୍ରାଚୀର ରୂପେ ସ୍ଥାପନ କର ଏବଂ ଏହା ଆଡ଼କୁ ବୁଲିପଡ଼। ନଗର ତୁମ୍ଭର ଅବରୋଧିତ ହେବ। ଏହା ଇସ୍ରାଏଲୀୟମାନଙ୍କର ଏକ ଚିହ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଏକ ଖଣ୍ତ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁଆଡ଼େ ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ। ଏହା ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ ହେବ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଏକ ଖଣ୍ଡ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁ ପ୍ରତି ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ। ଏହା ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନ ସ୍ୱରୂପ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଏକ ଖଣ୍ଡ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁ ପ୍ରତି ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ। ଏହା ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନସ୍ୱରୂପ ହେବ।

Gade chapit la Kopi




ଯିହିଜିକଲ 4:3
13 Referans Kwoze  

ସେମାନଙ୍କ ଉପସ୍ଥିତିରେ ତୁମ୍ଭର ଥଳିଗୁଡ଼ିକ ସୂର୍ଯ୍ୟାସ୍ତ ସମୟରେ ଆପଣା କାନ୍ଧରେ ବହନ କରି ନେଇଯିବ। ତୁମ୍ଭେ ଯେପରି ଭୂମି ନ ଦେଖି ପାରିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଏକ ଚିହ୍ନ ଓ ଏକ ଉଦାହରଣ ରୂପେ ଇସ୍ରାଏଲର ଲୋକମାନଙ୍କଠାରେ ବ୍ୟବହାର କରିଛୁ।”


ତା'ପରେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ତିନି ବର୍ଷ ଧରି ବିବସ୍ତ୍ର ଓ ଶୂନ୍ୟପାଦ ହୋଇ ଭ୍ରମଣ କଲେ। ଏହା ମିଶର ଓ କୂଶ ପାଇଁ ଚିହ୍ନ ଓ ଅ‌‌ଦ୍‌‌ଭୂତ ଲକ୍ଷଣ ସ୍ୱରୂପ ଅଟେ।


“ଇସ୍ରାଏଲର ଲୋକମାନଙ୍କ ପାଇଁ ମୁଁ ଓ ମୋର ପିଲାମାନେ ସଙ୍କେତ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ୱାରା ଆମ୍ଭେମାନେ ପ୍ରେରିତ ହୋଇଅଛୁ।’


ସେମାନଙ୍କୁ କୁହ, ‘ମୁଁ ତୁମ୍ଭମାନଙ୍କ ପାଇଁ ଏକ ଚିହ୍ନ ଓ ଉଦାହରଣ ଅଟେ। ମୁଁ ଯାହାକିଛି କଲି, ତାହା ତୁମ୍ଭମାନଙ୍କ ପ୍ରତି ଘଟିବ।’ ତୁମ୍ଭମାନଙ୍କୁ ନିର୍ବାସିତ କରାଯାଇ ବନ୍ଦୀରୂପେ ପଠାଯିବ।


କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି।


ତା'ପରେ ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, “ଏ ବାଳକ ଯୋଗୁଁ ଅନେକ ଯିହୂଦୀଙ୍କର ଉ‌ତ୍‌ଥାନ ଓ ପତନ ହେବ। ସେ ପରମେଶ୍ୱରଙ୍କର ଏକ ଚିହ୍ନ ହେବେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।


ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ।


ପୁଣି ଯଦି ନୈବେଦ୍ୟ କରେଇରେ ସେକା ହୋଇଥିବା ପିଠା ହୁଏ, ତେବେ ଏହା ନିଶ୍ଚିତ ତାଡ଼ିଶୂନ୍ୟ ସରୁ ମଇଦାରୁ ତିଆରି ହୋଇ ତୈଳରେ ଭଜା ହୋଇ ତିଆରି ହୋଇଥିବ।


ସିଦିକିୟର ରାଜତ୍ୱର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ଏହି ନଗରର ପ୍ରାଚୀର ଭଙ୍ଗାଗଲା ଓ ଯିରୁଶାଲମକୁ କରଗତ କରାଗଲା।


ଉତ୍ତର ଦେଶର ରାଜା ତାହାର ସମସ୍ତ ଶକ୍ତି ଦକ୍ଷିଣ ଦେଶ ବିରୁଦ୍ଧରେ ଲଗାଇବ। ସେ ଦକ୍ଷିଣ ଦେଶର ରାଜା ସହିତ ଏକ ଶାନ୍ତି ଚୁକ୍ତି କରିବ। ଏହାକୁ ନଷ୍ଟ କରିବା ପାଇଁ, ନିଜ କନ୍ୟାଗଣ ମଧ୍ୟରୁ ଜଣକୁ ଦକ୍ଷିଣର ରାଜା ସହିତ ବିବାହ ଦେବ। ତା'ର ଯୋଜନା ଫଳପ୍ରଦ ଦେବ ନାହିଁ କି ତାକୁ କେହି ସାହାଯ୍ୟ କରିବେ ନାହିଁ।


ପୁଣି ତୁମ୍ଭମାନଙ୍କର ସେହି ବିଶେଷ ଉପତ୍ୟକାରେ ସୈନ୍ୟମାନେ ଭେଟିବେ। ସେହି ଉପତ୍ୟକା ରଥରେ ପରିପୂର୍ଣ୍ଣ ହେବ। ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସଜ୍ଜିତ ହୋଇ ରହିବେ।


Swiv nou:

Piblisite


Piblisite