ଯିହିଜିକଲ 8:1 - ପବିତ୍ର ବାଇବଲ1 ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ଆମ୍ଭେ ଆପଣା ଗୃହରେ ବସିଥିଲୁ ଓ ଯିହୁଦାର ପ୍ରାଚୀନମାନେ ଆମ୍ଭ ସମ୍ମୁଖରେ ବସିଥିଲେ। ଏହି ସମୟରେ ମୋର ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସରେ, ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋ’ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା। Gade chapit la |
ଏଣୁ ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, ଯେକେହି ଇସ୍ରାଏଲୀୟ ଯିଏ ତା'ର ହୃଦୟ ନିଜର ମୂର୍ତ୍ତିକୁ ଦିଏ, ଏବଂ ଯାହାର ପାପ ତା’ ପାଇଁ ଏକ ବାଧା ଦିଏ, ଯେତେବେଳେ ଭବିଷ୍ୟଦ୍ବକ୍ତା ନିକଟକୁ ଉପଦେଶ ପାଇଁ ଯାଏ, ମୁଁ ସଦାପ୍ରଭୁ ନିଜେ ତାକୁ ଉତ୍ତର ଦେବି। କିନ୍ତୁ ତାକୁ ଯାଇ ପଗ୍ଭରିବା ପାଇଁ କହିଲି, ତାଙ୍କର କଳୁଷିତ ମୂର୍ତ୍ତିଗୁଡ଼ିକୁ ସାହାଯ୍ୟ ନିମନ୍ତେ।
ରାଜା ଗୋଟିଏ ଦୂତ ଇଲୀଶାୟଙ୍କ ନିକଟକୁ ପଠାଇଲେ। ଇଲୀଶାୟ ସେତେବେଳେ ପ୍ରାଚୀନବର୍ଗଙ୍କ ସହ ତାଙ୍କ ଘରେ ବସିଥିଲେ। ଦୂତ ପହଞ୍ଚିବା ପୂର୍ବରୁ ଇଲୀଶାୟ ସେହି ପ୍ରାଚୀନବର୍ଗଙ୍କୁ କହିଲେ, “ଏଠାକୁ ଦେଖ, ଏହି ନରହତ୍ୟାକାରୀର ପୁତ୍ର ମୋର ମୁଣ୍ତ ଛେଦନ କରିବାକୁ ଲୋକ ପଠାଇଛି। ଦେଖ, ସେ ଦୂତ ପହଞ୍ଚିଲା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଗୃହରେ ପ୍ରବେଶ ନ କରାଇ ଦେବା ପାଇଁ ଦ୍ୱାରକୁ ଦୃଢ଼ ଭାବରେ ଧର। ମୁଁ ଶୁଣେ ତା’ ପ୍ରଭୁର ପଦଶବ୍ଦ ତା'ର ପଛରେ।”