Biblia Todo Logo
Bib sou entènèt

- Piblisite -




ଯିହିଜିକଲ 9:1 - ପବିତ୍ର ବାଇବଲ

1 ତା'ପରେ ପରମେଶ୍ୱର ଉଚ୍ଚସ୍ୱରରେ ମୋ’ କର୍ଣ୍ଣରେ କହିଲେ, ନଗରକୁ ଦଣ୍ଡ ଦେବାକୁ ନିଯୁକ୍ତ ହୋଇଥିବା ଅଧିକାରୀମାନଙ୍କୁ ଆଣ। ସେମାନେ ସମସ୍ତେ ସେମାନଙ୍କର ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତେବେ ସେ ଉଚ୍ଚସ୍ଵରରେ ମୋʼ କର୍ଣ୍ଣରେ ଏହି କଥା କହିଲେ, ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।

Gade chapit la Kopi

ଓଡିଆ ବାଇବେଲ

1 ତେବେ ସେ ଉଚ୍ଚସ୍ୱରରେ ମୋ’ କର୍ଣ୍ଣରେ ଏହି କଥା କହିଲେ, “ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତେବେ ସେ ଉଚ୍ଚସ୍ୱରରେ ମୋʼ କର୍ଣ୍ଣରେ ଏହି କଥା କହିଲେ, “ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।”

Gade chapit la Kopi




ଯିହିଜିକଲ 9:1
11 Referans Kwoze  

ତା'ପରେ ମୁଁ ସଦାପ୍ରଭୁଙ୍କର ସ୍ୱର ଶୁଣିଲି। ସେ କହିଲେ, “ମୁଁ କାହାକୁ ପଠାଇବି? କିଏ ଆମ୍ଭମାନଙ୍କ ପାଇଁ ଯିବ?” ତେଣୁ ମୁଁ କହିଲି, “ମୁଁ ଏଠାରେ ଅଛି! ମୋତେ ପଠାଅ!”


ସେହି ସ୍ୱର୍ଗଦୂତ ଉଚ୍ଚ ସ୍ୱରରେ କହିଲେ, “ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ୱରଙ୍କ ଦ୍ୱାରା ଲୋକମାନଙ୍କୁ ବିଗ୍ଭର କରିବା ସମୟ ଉପସ୍ଥିତ। ପରମେଶ୍ୱରଙ୍କର ଉପାସନା କର। ସେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।”


ଯିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ୱର ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କଲେ। କିନ୍ତୁ ସ୍ୱର୍ଗଦୂତ ଯେତେବେଳେ ଯିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ଯିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ଯ୍ୟ ସାଧନ କରୁଥିବା ସ୍ୱର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, “ବନ୍ଦ କର! ଯଥେଷ୍ଟ ହେଲା!” ସେହି ସମୟରେ ସଦାପ୍ରଭୁଙ୍କ ଦୂତ ଯିବୂଷୀୟ ଅରଣନରରେ ଛିଡ଼ା ହୋଇଥିଲେ।


ଏହା ପରେ ବା‌ଲ୍‌‌‌ର ପୂଜକମାନେ ବଳିଦାନ ଓ ହୋମବଳି କରିବାକୁ ଭିତରକୁ ଗଲେ। ଯେହୂ ନିଜର ଅଶୀ ଜଣଙ୍କୁ ବାହାରେ ନିଯୁକ୍ତ କରିଥିଲେ। ସେ ସେମାନଙ୍କୁ କହିଲେ, “ଏହି ଲୋକମାନଙ୍କ ମଧ୍ୟରୁ ଯେପରି ଜଣେ କେହି ପଳାଇ ନ ଯାଆନ୍ତି। ଯଦି ଜଣେ କେହି ପଳାଇ ଯାଏ, ଯେଉଁ ଲୋକ ତାକୁ ଛାଡ଼ି ଦେଇ ଥିବ, ସେ ତା'ର ଜୀବନ ତା'ର ବଦଳରେ ଦେବ।”


ସେହି ସମୟରେ ସଦାପ୍ରଭୁ ମିଶର ମଝିରେ ଯିବେ ଏବଂ ମିଶରୀୟମାନଙ୍କୁ ହତ୍ୟା କରିବେ। ସଦାପ୍ରଭୁ ଯେଉଁ ଦ୍ୱାରରେ ରକ୍ତ ଚିହ୍ନ ଦେଖିବେ ସେହି ଘରକୁ ଛାଡ଼ି ଦେବେ। ସେ ମୃତ୍ୟୁ ଦୂତକୁ ତୁମ୍ଭ ଘରେ ପଶି ତୁମ୍ଭକୁ ହତ୍ୟା କରିବାକୁ ଦେବେ ନାହିଁ।


ମୁଁ ଯେଉଁ ଦର୍ଶନ ସେଠାରେ ଦେଖିଲି, ତାହା ଯେତେବେଳେ ସହରକୁ ଧ୍ୱଂସ କରିବାକୁ ଆସିଲାପରି ଦେଖାଯାଉଥିଲା ଓ ମୁଁ କବାର ନଦୀରେ ଦେଖିଥିବା ଦର୍ଶନ ପରି ଥିଲା। ମୁଁ ଭୂମିଶାୟୀ ହୋଇ ପ୍ରଣିପାତ କଲି।


ସିୟୋନଆଡ଼େ ଧ୍ୱଜା ଉଠାଅ। ଜୀବନ ରକ୍ଷା ପାଇଁ ପଳାୟନ କର। ଅପେକ୍ଷା କର ନାହିଁ, କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।”


Swiv nou:

Piblisite


Piblisite