ଏଜ୍ରା 10:1 - ପବିତ୍ର ବାଇବଲ1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା କରୁଥିଲେ ଓ ତାଙ୍କର ଦୋଷ ସ୍ୱୀକାର କରୁଥିଲେ। ଏହି ସମୟରେ ସେ ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ନତମସ୍ତକ ହୋଇ କ୍ରନ୍ଦନ କରୁଥିଲେ। ଏଜ୍ରା ଏପରି କରୁଥିବା ସମୟରେ ଦଳେ ଲୋକ ଇସ୍ରାଏଲର ପୁରୁଷମାନେ, ସ୍ତ୍ରୀମାନେ ଓ ପିଲାମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଘେରି ରହିଥିଲେ। ସେହି ଇସ୍ରାଏଲୀୟମାନେ ମଧ୍ୟ ଅତିଶୟ କ୍ରନ୍ଦନ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ଵୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାହା ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ। Gade chapit laଓଡିଆ ବାଇବେଲ1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ। Gade chapit la |
ତେଣୁ ଏହି ଲୋକମାନେ ସମସ୍ତେ ମିଶି ପରମେଶ୍ୱରଙ୍କ ନିକଟରେ ଏକ ଶପଥ କଲେ। ସେମାନେ କହିଲେ, “ଯଦି ଆମ୍ଭେମାନେ ଆମ୍ଭର ଶପଥ ନରଖୁ, ତେବେ ଆମ୍ଭମାନଙ୍କ ପାଇଁ ସବୁ ଅଘଟଣ ଘଟିବ।” ପରମେଶ୍ୱରଙ୍କ ବ୍ୟବସ୍ଥା ତାଙ୍କର ଦାସ ମୋଶାଙ୍କ ଦ୍ୱାରା ଘୋଷଣା କରାଗଲା। ଏହି ସମସ୍ତ ଲୋକମାନେ ସାବଧାନ ସହକାରେ ସଦାପ୍ରଭୁ ପରମେଶ୍ୱରଙ୍କର ବ୍ୟବସ୍ଥା ଓ ନିୟମ ମାନିବା ପାଇଁ ଶପଥ କଲେ। ସେମାନେ ହେଲେ, ଲୋକମାନଙ୍କର ଅବଶିଷ୍ଟାଂଶ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେ ସମସ୍ତ ଲୋକ ଯେଉଁମାନେ ସେମାନଙ୍କୁ ଅନ୍ୟ ସ୍ଥାନରେ ଲୋକମାନଙ୍କଠାରୁ ଅଲଗା କଲେ, କାରଣ ସେମାନେ ପରମେଶ୍ୱରଙ୍କର ବ୍ୟବସ୍ଥା ରଖିପାରିବେ। ସେମାନେ ସେମାନଙ୍କର ସ୍ତ୍ରୀଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ, ସେମାନେ ସେମାନଙ୍କର ଭାତୃଗଣ, ସେମାନଙ୍କର କୁଳୀନଗଣ ଏହି ଶପଥ ନେବା ପାଇଁ ରାଜି ଥିଲେ।