Biblia Todo Logo
Bib sou entènèt

- Piblisite -




ଏଜ୍ରା 10:19 - ପବିତ୍ର ବାଇବଲ

19 ଏମାନେ ଆପଣା ଆପଣା ସ୍ତ୍ରୀମାନଙ୍କୁ ଦୂର କରି ଦେବେ ବୋଲି କଥା ଦେଲେ। ଆଉ ଦୋଷୀ ହେବାରୁ ସେମାନେ ନିଜ ନିଜର ଦୋଷ ସକାଶେ ପଲରୁ ଏକ ଏକ ମେଷ ଦୋଷାର୍ଥକବଳି ରୂପେ ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।

Gade chapit la Kopi

ଓଡିଆ ବାଇବେଲ

19 ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।

Gade chapit la Kopi




ଏଜ୍ରା 10:19
9 Referans Kwoze  

ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତା'ର ଦୋଷାର୍ଥକ ନୈବେଦ୍ୟ ଉତ୍ସର୍ଗ କରିବ। ପୁଣି ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁଣ ମେଷ ଦୋଷାର୍ଥକ ନୈବେଦ୍ୟ ରୂପେ ଯାଜକ ନିକଟକୁ ଆଣିବ।


ଏହା ପରେ ଯେହୂ ସେଠାରୁ ପ୍ରସ୍ଥାନ କଲାବେଳେ ତାଙ୍କୁ ସାକ୍ଷାତ କରିବାକୁ ଆସୁଥିବା ରେଖବର ପୁତ୍ର ଯିହୋନାଦବଙ୍କୁ ଭେଟିଲେ। ସେ ଯିହୋନାଦବଙ୍କୁ ସ୍ୱାଗତ କରି ପଗ୍ଭରିଲେ, “ତୁମ୍ଭେ ମୋର ବିଶ୍ୱସ୍ତ ବନ୍ଧୁ କି, ମୁଁ ଯେପରି ତୁମ୍ଭ ପ୍ରତି ସରଳ ଓ ବିଶ୍ୱସ୍ତ?” ଯିହୋନାଦବ ଉତ୍ତର ଦେଲେ, “ହଁ, ମୁଁ ତୁମ୍ଭର ଜଣେ ବିଶ୍ୱସ୍ତ ବନ୍ଧୁ।” ତେଣୁ ଯେହୂ କହିଲେ, “ତେବେ ମୋତେ ତୁମ୍ଭ ହସ୍ତ ଦିଅ।” ଯେତେବେଳେ ସେ ହସ୍ତ ବଢ଼ାଇଲେ ଯେହୂ ତାଙ୍କୁ ଆପଣା ରଥ ଉପରକୁ ଟାଣି ଆଣିଲେ।


ଯାକୁବ, ପିତର ଓ ଯୋହନ ନେତା ରୂପେ ପରିଗଣିତ ହେଉଥିଲେ। ସେମାନେ ଦେଖିଲେ ଯେ, ପରମେଶ୍ୱର ମୋତେ ଏହି ବିଶେଷ ଅନୁଗ୍ରହ ପ୍ରଦାନ କରିଛନ୍ତି। ସେଥିପାଇଁ ସେମାନେ ବର୍ଣ୍ଣ‌ବ୍‌‌‌‌ବା ଓ ମୋତେ ତାହାଙ୍କର ସହଭାଗୀତାର ଦକ୍ଷିଣହସ୍ତ ପ୍ରଦାନ କଲେ। ଯାକୁବ, ପିତର ଓ ଯୋହନ କହିଲେ, “ପାଉଲ ଓ ବର୍ଣ୍ଣ‌ବ୍‌‌‌‌ବା, ତୁମ୍ଭେମାନେ ଅଣଯିହୂଦୀମାନଙ୍କ ପାଖକୁ ଯିବା କଥାରେ ଆମ୍ଭେମାନେ ରାଜି ଅଛୁ। ମାତ୍ର ଆମ୍ଭେମାନେ ଯିହୂଦୀମାନଙ୍କ ପାଖକୁ ଯିବୁ।”


ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ, ମିଶରୀୟ ଓ ଅଶୂରୀୟମାନଙ୍କ ସହିତ ଚୁକ୍ତିବଦ୍ଧ ହୋଇଅଛୁ।


ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କ ପରି ଦାମ୍ଭିକ ହୁଅ ନାହିଁ। କିନ୍ତୁ ଇଚ୍ଛୁକ ହୃଦୟର ସହିତ ସଦାପ୍ରଭୁଙ୍କର ଆଜ୍ଞାକାରୀ ହୁଅ। ସେହି ପବିତ୍ର ସ୍ଥାନକୁ ଆସ। ସଦାପ୍ରଭୁ ତାଙ୍କ ପବିତ୍ର ସ୍ଥାନକୁ ଚିରଦିନ ନିମନ୍ତେ ପବିତ୍ର କରିଛନ୍ତି। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର। ତେବେ ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭମାନଙ୍କଠାରୁ ନିବୃତ୍ତ ହେବ।


ସମସ୍ତ ନେତାଗଣ, ସୈନ୍ୟଗଣ ଓ ରାଜା ଦାଉଦଙ୍କର ପୁତ୍ରଗଣ ଶଲୋମନଙ୍କୁ ରାଜାରୂପେ ସ୍ୱୀକାର କଲେ ଓ ତାଙ୍କର ବାଧ୍ୟ ହେଲେ।


ଏହି ଦୋଷଗୁଡ଼ିକ ମଧ୍ୟରୁ ଯେକୌଣସି ଗୋଟିଏ କରେ ସେ ପାପୀ ବୋଲି ବିବେଚିତ ହୁଏ। ସେ ନିଶ୍ଚୟ ଫେରାଇଦେବ, ଯାହାକିଛି ସେ ଗ୍ଭେରି କରିଛି କିମ୍ବା ଅନ୍ୟାୟ ଭାବରେ ହରଣ କରିଛି କିମ୍ବା ତାକୁ କିଛି ବିଶ୍ୱାସରେ ଦିଆଯାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ୟ ଯାହାକି ହଜି ଯାଇଛି।


ଆଉ ଇମ୍ମେରର ବଂଶଧରମାନଙ୍କ ମଧ୍ୟରୁ ହନାନି ଓ ସବଦିୟ।


Swiv nou:

Piblisite


Piblisite