ଏଜ୍ରା 10:2 - ପବିତ୍ର ବାଇବଲ2 ଏହା ପରେ ଏଲାମର ବଂଶଧରମାନଙ୍କ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନିୟ ଏଜ୍ରାଙ୍କୁ କହିଲା, “ଆମ୍ଭେ ଆମ୍ଭର ପରମେଶ୍ୱରଙ୍କୁ ବିଶ୍ୱାସଘାତ କରୁଛୁ। ଆମ୍ଭେ ଅନ୍ୟ ଦେଶୀୟମାନଙ୍କୁ ବିବାହ କରିଛୁ। କିନ୍ତୁ ଆମ୍ଭେ ଏପରି କଲେ ମଧ୍ୟ ଆମ୍ଭମାନଙ୍କର ଇସ୍ରାଏଲଙ୍କ ପ୍ରତି ଭରସା ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)2 ଏଥିରେ ଏଲମର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାକୁ ଉତ୍ତର କରି କହିଲା, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି। Gade chapit laଓଡିଆ ବାଇବେଲ2 ଏଥିରେ ଏଲମ୍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ଏଲମ୍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏହି ବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି। Gade chapit la |
ଏହିସବୁ କର୍ମ ସମାପ୍ତ ହେଲା ପରେ, ଇସ୍ରାଏଲୀୟ ମୁଖ୍ୟମାନେ ଆମ୍ଭ ନିକଟକୁ ଆସିଲେ ଓ ସେମାନେ କହିଲେ, “ଏଜ୍ରା, ଇସ୍ରାଏଲର ଲୋକମାନେ, ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର ଅର୍ଥାତ୍ କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମ ଅନୁସାରେ କରୁଅଛନ୍ତି।