Biblia Todo Logo
Bib sou entènèt

- Piblisite -




ଏଜ୍ରା 10:6 - ପବିତ୍ର ବାଇବଲ

6 ଏହା ପରେ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠିଗଲେ। ଏହା ପରେ ଇଲିୟାଶୀବର ପୁତ୍ର ଯିହୋହାନନର କୋଠରୀକୁ ଗଲେ। ଏଜ୍ରା ସେଠାରେ ରହିବା ସମୟରେ ସେ କୌଣସି ଖାଦ୍ୟ ଖାଇ ନ ଥିଲେ, କି ଜଳପାନ କରି ନ ଥିଲେ। ସେ ଏପରି କରିଥିଲେ କାରଣ ସେ ବହୁତ ଦୁଃଖିତ ଥିଲେ। ସେ ଇସ୍ରାଏଲମାନଙ୍କ ପାପ ପାଇଁ ବହୁତ ଦୁଃଖିତ ଥିଲେ ଯେଉଁମାନେ ଯିରୁଶାଲମକୁ ଫେରି ଆସିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରୁ ଉଠି ଇଲିୟାଶୀବର ପୁତ୍ର ଯିହୋହାନନର କୋଠରିକି ଗଲା; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ,ରୋଟୀ ଭୋଜନ କି ଜଳପାନ କଲା ନାହିଁ; କାରଣ ସେ ବନ୍ଦୀତ୍ଵର ଲୋକମାନଙ୍କ ସତ୍ୟଲଙ୍ଘନ ସକାଶୁ ଶୋକ କରୁଥିଲା।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍‍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍‍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।

Gade chapit la Kopi




ଏଜ୍ରା 10:6
16 Referans Kwoze  

ତୁମ୍ଭେମାନେ କରିଥିବା ପାପର ପ୍ରାୟଶ୍ଚିତ କରିବା ପାଇଁ ଯାହାକି ସଦାପ୍ରଭୁଙ୍କୁ କ୍ରୋଧିତ କଲା, ମୁଁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ଉପବାସ କଲି। ପ୍ରଥମ ଥର ପରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲି। ମୁଁ ଅନ୍ନ ଭୋଜନ କିଅବା ଜଳପାନ କଲି ନାହିଁ।


ଇଲିୟାଶୀବ, ଯୋୟାହ ଓ ଯୋହାନନ୍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ ମଧ୍ୟ ପାରସିକ ଦାରିୟାବସର ଅଧିକାର ସମୟରେ ଯାଜକମାନେ ପୂର୍ବପୁରୁଷ ଗୃହର ମୁଖ୍ୟ ରୂପେ ବଂଶାବଳିରେ ଲିଖିତ ହେଲେ।


ଇଲିୟାଶୀବ ମହାଯାଜକ ଥିଲେ, ଇଲିୟାଶୀବ ଓ ତାଙ୍କର ସାଥୀ ଯାଜକମାନେ ମେଷ ଫାଟକ ଗଠନ କରିବାକୁ ଗଲେ। ସେମାନେ ସେହି ଫାଟକ ଉତ୍ସର୍ଗ କଲେ ଏବଂ ଏହାର ଦ୍ୱାର ସ୍ଥାପନ କଲେ। ସେମାନେ ସହସ୍ର ଦୁର୍ଗର ଓ ହନନେଲ ଦୁର୍ଗର କାର୍ଯ୍ୟ କଲେ।


ଏଣୁ ମୁଁ ଉପବାସ, ଚଟବସ୍ତ୍ର ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ତାଙ୍କ ପ୍ରତି ଦୃଷ୍ଟି ଦେଲି।


ତେଣୁ ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବସ୍ତ୍ର ପରିଧାନ କରିବାକୁ ଡାକି କହିଲେ।


ମୁଁ ସବୁବେଳେ ପରମେଶ୍ୱରଙ୍କ ଆଦେଶ ମାନିଛି। ମୁଁ ପରମେଶ୍ୱରଙ୍କ ମୁଖରୁ ନିସୃତ ବାଣୀକୁ ମୋର ପ୍ରିୟ ଖାଦ୍ୟଠାରୁ ଅଧିକ ଭଲ ପାଇଛି।


ମହାଯାଜକ ଇଲିୟାଶୀ‌‌‌‌ବ୍‌‌‌‌ର ପୁତ୍ର ଯିହୋୟାଦାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ପୁତ୍ର ହାରୋଣୀୟ ସ‌ନ୍‌ବଲ୍ଲଟ୍‌ର ଜ୍ୱାଇଁ ଥିଲା। ମୁଁ ସେହି ଲୋକଙ୍କୁ ମୋ'ଠାରୁ ଗ୍ଭଲିଯିବା ପାଇଁ ବାଧ୍ୟ କରିଥିଲି।


ତେଣୁ ସେ ତାକୁ ଏକ ବଡ଼ କୋଠରୀ ଦେଲା। ସେହି କୋଠରୀକୁ ପୂର୍ବେ ଲୋକମାନେ ସେହି ସ୍ଥାନରେ ଶସ୍ୟ ନୈବେଦ୍ୟ, ସୁଗନ୍ଧ ଏବଂ ଅନ୍ୟାନ୍ୟ ସାମଗ୍ରୀ, ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ, ଆଉ ଯାଜକମାନଙ୍କ ନିମନ୍ତେ ଉପହାର ରଖିବାରେ ବ୍ୟବହୃତ ହେଉଥିଲା।


ଯେଶୂୟ ଯୋୟାକୀ‌‌‌‌‌‌ମ୍‌‌‌‌‌‌ର ପିତା ଥିଲେ, ଯୋୟାକୀମ୍ ଇଲିୟାଶୀବର ପିତା ଥିଲେ ଓ ଇଲିୟାଶୀବ ଯୋୟାଦର ପିତା ଥିଲେ।


ତା'ର ନିକଟକୁ ସବ୍ବୟର ପୁତ୍ର ବାରୁକ୍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲିୟାଶୀବ୍ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।


ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା କରୁଥିଲେ ଓ ତାଙ୍କର ଦୋଷ ସ୍ୱୀକାର କରୁଥିଲେ। ଏହି ସମୟରେ ସେ ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ନତମସ୍ତକ ହୋଇ କ୍ରନ୍ଦନ କରୁଥିଲେ। ଏଜ୍ରା ଏପରି କରୁଥିବା ସମୟରେ ଦଳେ ଲୋକ ଇସ୍ରାଏଲର ପୁରୁଷମାନେ, ସ୍ତ୍ରୀମାନେ ଓ ପିଲାମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଘେରି ରହିଥିଲେ। ସେହି ଇସ୍ରାଏଲୀୟମାନେ ମଧ୍ୟ ଅତିଶୟ କ୍ରନ୍ଦନ କରୁଥିଲେ।


ସେତେବେଳେ ନିର୍ବାସିତ ଲୋକମାନଙ୍କର ଅପରାଧ ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ। ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ଓ ମୋ’ ଗ୍ଭରିପଟେ ସେମାନେ ଏକତ୍ରିତ ହେବା ପର୍ଯ୍ୟନ୍ତ ଆଘାତ ପାଇ ବସିଲି।


ମୋଶା ସେଠାରେ ସଦାପ୍ରଭୁଙ୍କ ସହିତ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲେ। ମୋଶା କୌଣସି ଖାଦ୍ୟ କିମ୍ବା ପାନୀୟ ସେଠାରେ ଗ୍ରହଣ କଲେ ନାହିଁ। ଏବଂ ସେ ଚୁକ୍ତିର ବାକ୍ୟସବୁ ସେହି ଦଶଆଜ୍ଞା ପ୍ରସ୍ତର ଫଳକରେ ଖୋଦିତ କଲେ।


ଏହା ପରେ ସେ ଯିହୁଦା ଓ ଯିରୁଶାଲମର ପ୍ରତ୍ୟେକ ପ୍ରାନ୍ତରକୁ ଖବର ପଠାଇଲେ। ଏବଂ ସେ ସେହି ଲୋକମାନଙ୍କୁ, ଯେଉଁମାନେ ବନ୍ଦୀତ୍ୱରୁ ଫେରି ଆସିଥିଲେ, ସେମାନଙ୍କ ନିକଟରେ ଘୋଷଣା କରି କହିଲେ, ସେମାନେ ଯିରୁଶାଲମରେ ଏକତ୍ରିତ ହେବେ।


ମୋର ଶକ୍ତିସବୁ ଶେଷ ହୋଇଯାଇଛି। ମୁଁ ଯେପରି ଶୁଖିଲା ତୃଣପରି। ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି।


Swiv nou:

Piblisite


Piblisite