Biblia Todo Logo
Bib sou entènèt

- Piblisite -




ଏଜ୍ରା 10:9 - ପବିତ୍ର ବାଇବଲ

9 ତେଣୁ ଯିହୁଦା ଓ ବିନ୍ୟାମିନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୁଶାଲମରେ ଏକତ୍ରିତ ହେଲେ। ସେହି ଦିନ ନବମ ମାସର ବିଂଶତିତମ ଦିନ ଥିଲା। ଆଉ ସମସ୍ତ ଲୋକେ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହୋଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ଯିହୁଦା ଓ ବିନ୍ୟାମୀନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ଦିନ ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ଵରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ଯିହୁଦା ଓ ବିନ୍ୟାମୀନ୍‍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ଯିହୁଦା ଓ ବିନ୍ୟାମୀନ୍‍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।

Gade chapit la Kopi




ଏଜ୍ରା 10:9
10 Referans Kwoze  

ପରମେଶ୍ୱର ଭୟଙ୍କର ବଜ୍ରର କାରଣ ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା। ସେ ପୃଥିବୀର ଶେଷପୃଷ୍ଠରୁ ବାଦଲ ଉଠାନ୍ତି ଏବଂ ବର୍ଷା ଓ ବିଜୁଳି କରାନ୍ତି। ସେ ନିଜ ଭଣ୍ଡାର ଘରୁ ବାୟୁ ପ୍ରବାହିତ କରନ୍ତି।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି। ସେ ଜୀବନ୍ତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା। ଯେତେବେଳେ ସେ କୋପ କରନ୍ତି ପୃଥିବୀ କମ୍ପିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କ୍ରୋଧ ସହ୍ୟ କରି ପାରିବେ ନାହିଁ।


ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସରେ ଅର୍ଥାତ୍ ଟେବେ‌ତ୍‌ ମାସରେ, ଏଷ୍ଟରକୁ ରାଜଗୃହରେ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।


ସେତେବେଳେ ନିର୍ବାସିତ ଲୋକମାନଙ୍କର ଅପରାଧ ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ। ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ଓ ମୋ’ ଗ୍ଭରିପଟେ ସେମାନେ ଏକତ୍ରିତ ହେବା ପର୍ଯ୍ୟନ୍ତ ଆଘାତ ପାଇ ବସିଲି।


ଏବେ ଆମ୍ଭେମାନେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହିସବୁ ସ୍ତ୍ରୀମାନଙ୍କୁ ଓ ଏମାନଙ୍କଠାରୁ ଜାତ ସନ୍ତାନମାନଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ଚୁକ୍ତି କରିବା ଏବଂ ଏହା ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ କରାଯାଉ।


ଯଦି କୌଣସି ଲୋକ ତିନି ଦିନ ମଧ୍ୟରେ ଯିରୁଶାଲମକୁ ନ ଆସିବ, ତେବେ ତାର ସମସ୍ତ ସମ୍ପତ୍ତି ହରଣ କରାଯିବ। ଏହି ନିଷ୍ପତ୍ତି ଅଧିପତିମାନେ ଓ ପ୍ରାଚୀନବର୍ଗମାନେ ନେଇଥିଲେ ଓ ସେମାନଙ୍କୁ ମଧ୍ୟ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।


ଏହା ପରେ ଯାଜକ ଏଜ୍ରା ଠିଆ ହୋଇ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଅବିଶ୍ୱସ୍ତ ହୋଇଅଛ ଓ ଇସ୍ରାଏଲର ଦୋଷ ବଢ଼ାଇଅଛ, କାରଣ ତୁମ୍ଭେମାନେ ଅଣଇସ୍ରାଏଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଅଛ।


ଯେଉଁ ସମୟରେ ଏହା ଘଟିଲା ତାହା ଥିଲା ନବମ ମାସ ଓ ସେ ସମୟରେ ରାଜା ଶୀତକାଳ କ୍ଷେପଣର ଗୃହରେ ବସିଥିଲେ। ଆଉ ତାହାଙ୍କ ସମ୍ମୁଖରେ ଅଗ୍ନିପାତ୍ରରେ ଅଗ୍ନି ଜଳୁଥିଲା।


Swiv nou:

Piblisite


Piblisite