Biblia Todo Logo
Bib sou entènèt

- Piblisite -




ଏଜ୍ରା 3:12 - ପବିତ୍ର ବାଇବଲ

12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶ ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ମନ୍ଦିର ଦେଖିଥିଲେ, ସେମାନଙ୍କ ଦୃଷ୍ଟିରେ ଏହି ମନ୍ଦିର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚ ସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦରେ ଜୟଧ୍ୱନି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶ-ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚୈଃସ୍ଵରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ଵନି କଲେ;

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚୈଃସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;

Gade chapit la Kopi




ଏଜ୍ରା 3:12
12 Referans Kwoze  

‘ତୁମ୍ଭମାନଙ୍କ ମଧ୍ୟରୁ କିଏ ଏହି ମନ୍ଦିରର ପୂର୍ବ ମହିମା ଦେଖିଲା? ଧ୍ୱଂସ ହୋଇ ଯାଇଥିବା ସୁନ୍ଦର ଗୃହ ସହିତ ତୁମ୍ଭେମାନେ ଏହାକୁ ତୁଳନା କରିଛ। ଯଦି ଏହି ଗୃହକୁ ପ୍ରଥମ ଗୃହ ସହିତ ତୁଳନା କର ତେବେ ତୁମ୍ଭର ଦୃଷ୍ଟିରେ ଏହା କିଛି ନୁହେଁ।


ଯେଉଁମାନେ କି ଛୋଟ ଜିନିଷଗୁଡ଼ିକୁ ଘୃଣା କରନ୍ତି, ସେମାନେ ଆନନ୍ଦ କରିବେ, ଯେତେବେଳେ ସେମାନେ ଯିରୁବ୍ବାବିଲଙ୍କ ହାତରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତୋଟି ପାର୍ଶ୍ୱ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।”


କ୍ଷୁଦ୍ରତମ ପରିବାର ସହସ୍ର ବିଶିଷ୍ଟ ବୃହତ୍ତମ ପରିବାରରେ ପରିଣତ ହେବ ଓ କ୍ଷୁଦ୍ରତମ ଦୁର୍ବଳ ବ୍ୟକ୍ତି ବଳବାନ୍ ଗୋଷ୍ଠୀରେ ପରିଣତ ହେବ। ଆମ୍ଭେ ସଦାପ୍ରଭୁ ଯଥା କାଳରେ ଏହା ଶୀଘ୍ର ଘଟାଇବା।”


ହେ କୀଟରୂପୀ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା” ସଦାପ୍ରଭୁ କୁହନ୍ତି, “ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ, ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।


ତୁମ୍ଭର ପ୍ରଥମ ଅବସ୍ଥା ଯାହା ଥିଲା ତାହାଠାରୁ ତୁମ୍ଭକୁ ସେ ଅଧିକ ଉନ୍ନତ କରିବେ।


ତହିଁରେ ଲୋକମାନେ ଆନନ୍ଦଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ବାରଣ କରି ପାରିଲେ ନାହିଁ। ତେଣୁ ଲୋକମାନେ ଉଚ୍ଚ ସ୍ୱରରେ ମହାଧ୍ୱନି କଲେ। ଆଉ ତହିଁର ଶବ୍ଦ ବହୁ ଦୂରକୁ ଶୁଣାଗଲା।


ସେ ସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇଯିବେ। ସେମାନେ କାନ୍ଦି କାନ୍ଦି ଆସିବେ, ଯେତେବେଳେ ସେମାନେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! କାରଣ ଆମ୍ଭର ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ଉତ୍ତମ! ପରମେଶ୍ୱରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମାନୋହର ଅଟେ।


Swiv nou:

Piblisite


Piblisite