ଏଜ୍ରା 3:2 - ପବିତ୍ର ବାଇବଲ2 ଯୋଷାଦକର ପୁତ୍ର ଯେଶୂୟ ଓ ତାର ଯାଜକ ଭାତୃଗଣ, ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ତାର ଭାତୃଗଣ ମିଶି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନ ଅନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ ଭ୍ରାତୃଗଣ ଓ ଶଲଟୀୟେଲର ପୁତ୍ର ଯିରୁବ୍ବାବିଲ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ଵରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ଵରଙ୍କ ଯଜ୍ଞବେଦି ନିର୍ମାଣ କଲେ। Gade chapit laଓଡିଆ ବାଇବେଲ2 ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ। Gade chapit la |
ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟଦ୍ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ।
ତା'ପରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷୟରେ ଲୋକମାନଙ୍କୁ ଉତ୍ତେଜିତ କଲେ। ଯିହୁଦାର ଶାସକ ଶଲ୍ଟିୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କୁ ମଧ୍ୟ ସଦାପ୍ରଭୁ ଉତ୍ତେଜିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷୟରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତେଜିତ କଲେ। ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।
ଏହା ପରେ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ, ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭାତୃଗଣ, ବନ୍ଦୀ ଦଶାରୁ ଯିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ଯ୍ୟରେ ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।