Biblia Todo Logo
Bib sou entènèt

- Piblisite -




ଏଜ୍ରା 3:6 - ପବିତ୍ର ବାଇବଲ

6 ସପ୍ତମ ମାସର ପ୍ରଥମ ଦିନରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ। ମାତ୍ର ସେ ସମୟରେ ସଦାପ୍ରଭୁଙ୍କ ମନ୍ଦିରର ମୂଳ ଭିତ୍ତି ଆରମ୍ଭ ହୋଇ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

6 ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।

Gade chapit la Kopi




ଏଜ୍ରା 3:6
6 Referans Kwoze  

ଏହା ପରେ ସେମାନେ ନିତ୍ୟ ହୋମବଳି, ଅମାବାସ୍ୟାରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କଲେ।


ସେମାନେ ପାରସ୍ୟର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋ‌ନ୍‌ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ, ପାନୀୟ ଓ ତୈଳ ଦେଲେ।


“ଇସ୍ରାଏଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।


ତୁମ୍ଭେମାନେ ସେହି ଦିନ କୌଣସି ବ୍ୟବସାୟିକ କିମ୍ବା କୌଣସି କର୍ମ କରିବା ଉଚିତ୍ ନୁହେଁ। ମାତ୍ର ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବ।”


“ଆଉ ସପ୍ତମ ମାସର ପ୍ରଥମ ଦିନରେ, ତୁମ୍ଭମାନଙ୍କର ଗୋଟିଏ ପବିତ୍ରସଭା ହେବା ଉଚିତ୍। ସେହି ଦିନରେ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ। ସେହି ଦିନଟି ତୁମ୍ଭମାନଙ୍କ ପାଇଁ ତୂରୀଧ୍ୱନି କରିବାର ଦିନ।


ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାରରୂପେ ଏକ ଅଣ୍ତିରା ମେଷ ଓ ସାତୋଟି ଏକବର୍ଷୀୟ ମେଷଶାବକ ହୋମବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍।


Swiv nou:

Piblisite


Piblisite