Biblia Todo Logo
Bib sou entènèt

- Piblisite -




ଏଜ୍ରା 4:6 - ପବିତ୍ର ବାଇବଲ

6 ଆଉ ଅକ୍ଷଶ୍ୱେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୁଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦ ପତ୍ର ଲେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ଅକ୍ଷଶ୍ଵେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।

Gade chapit la Kopi

ଓଡିଆ ବାଇବେଲ

6 ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।

Gade chapit la Kopi




ଏଜ୍ରା 4:6
13 Referans Kwoze  

ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଏହିସବୁ ଘଟଣାମାନ ଘଟିଲା। ଦାରିୟାବସ୍ ମାଦୀୟ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ୱେରସର ଥିଲେ। ସେ କ‌‌ଲ୍‌‌‌‌ଦୀୟର ରାଜା ପଦରେ ଉପଯୋଗୀ ହେଲେ।


ଅକ୍ଷଶ୍ୱେରଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶ ଉପରେ ରାଜତ୍ୱ କଲେ।


ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।


ପାଉଲ କୋଠରୀକୁ ଆସିବା ପରେ ଯିରୁଶାଲମରୁ ଯେଉଁ ଯିହୂଦୀମାନେ ଆସିଥିଲେ, ସେମାନେ ତାହାଙ୍କ ଗ୍ଭରିପାଖେ ଠିଆ ହୋଇଗଲେ। ସେମାନେ ତାହାଙ୍କ ବିରୁଦ୍ଧରେ ବହୁଗୁରୁତର ଅଭିଯୋଗମାନ କଲେ, କିନ୍ତୁ କିଛି ପ୍ରମାଣ କରି ପାରିଲେ ନାହିଁ।


ଏହି ଲୋକମାନେ ମୋ’ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସେମାନେ ଦେଇ ପାରିବେ ନାହିଁ।


ସୈନ୍ୟମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥିରେ ଲେଖା ଥିଲା, “ଏ ଯିହୂଦୀମାନଙ୍କର ରାଜା ଯୀଶୁ।”


ସେମାନଙ୍କ ଅଭିପ୍ରାୟ ଦୁର୍ବଳ କରିବା ପାଇଁ ପାରସ୍ୟ ରାଜା କୋରସର ଯାବଜ୍ଜୀବନ ଓ ପାରସ୍ୟ ରାଜା ଦାରିୟାବସର ଅଧିକାର ପର୍ଯ୍ୟନ୍ତ ସେମାନଙ୍କ ପ୍ରତିକୂଳରେ ମନ୍ତ୍ରଣାକାରିମାନଙ୍କୁ ବେତନ ଦେଇ ରଖିଲେ।


ସପ୍ତମ ଦିନରେ ଯେତେବେଳେ ରାଜା ଦ୍ରାକ୍ଷାରସ ଯୋଗୁଁ ଅତ୍ୟଧିକ ମାତାଲ ହେଲେ, ସେ ମହୂମନ୍, ବିସ୍ଥା, ହର୍ବୋଣା, ବି‌ଗ୍‌ଥା, ଅବଗଥ, ସେଥର ଓ କର୍କସଙ୍କୁ ଆଦେଶ ଦେଲେ। ଏହି ସାତ ଜଣ ନପୁଂସକ ଯେଉଁମାନେ ରାଜା ଅକ୍ଷଶ୍ୱେରଶଙ୍କ ସେବା କଲେ।


ଏହା ପରେ ଇ‌ସ୍‌ହାକଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ ସେଠାକାର ଲୋକମାନେ ତା’ ପାଇଁ ମଧ୍ୟ ବିବାଦ କଲେ। ତହିଁରେ ଇ‌ସ୍‌ହାକ ତହିଁର ନାମ ସିଟନା ରଖିଲେ।


ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସରେ ଅର୍ଥାତ୍ ଟେବେ‌ତ୍‌ ମାସରେ, ଏଷ୍ଟରକୁ ରାଜଗୃହରେ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।


ଏହା ପରେ ହାମନ୍ ଅକ୍ଷଶ୍ୱେରଶ ରାଜାକୁ କହିଲା, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ କୃତ ଏକ ଦେଶୀୟ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ ସେମାନେ ମଧ୍ୟ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ। ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ୍ ନୁହେଁ।


“ବର୍ତ୍ତମାନ, ହେ ଦାନିୟେଲ, ଆମ୍ଭେ ତୁମ୍ଭକୁ ସତ୍ୟ କଥା ଜଣାଇବା। ପାରସ୍ୟର ଆଉ ତିନି ରାଜା ଜନ୍ମ ନେବେ। ତା'ପରେ ଚତୁର୍ଥ ରାଜା ଯେ ଆସିବ, ସେ ସବୁଠାରୁ ଅଧିକ ଧନଶାଳୀ ହେବ। ଆଉ ଆପଣା ଧନରେ ବଳବାନ ହେବ ଓ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ।


Swiv nou:

Piblisite


Piblisite