ଏଜ୍ରା 4:7 - ପବିତ୍ର ବାଇବଲ7 ଏହା ପରେ ଅର୍ତ୍ତକ୍ଷସ୍ତର ଶାସନ ସମୟରେ ବିଶ୍ଳମ୍, ମିତ୍ରଦାତ୍, ଟାବେଲ ଓ ତାହାର ଅନ୍ୟ ସାଥୀମାନେ ପାରସ୍ୟର ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ। ସେହି ପତ୍ର ଅରାମୀୟ ଅକ୍ଷରରେ ଲେଖା ଯାଇ ତାହା ଅରାମୀୟ ଭାଷାରେ ଅନୁବାଦ କରାଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍, ମିତ୍ରଦାତ୍, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ-ରାଜ ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା। Gade chapit laଓଡିଆ ବାଇବେଲ7 ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା। Gade chapit la |
ବହୁତ ଲୋକ ସେହି ଅଞ୍ଚଳରେ ବାସ କରୁଥିଲେ ଯେଉଁମାନେ କି ଯିହୁଦା ଓ ବିନ୍ୟାମୀନମାନଙ୍କୁ ବିରୋଧ କରୁଥିଲେ। ସେମାନେ ଶୁଣିବାକୁ ପାଇଲେ ଯେ ନିର୍ବାସିତ ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଛନ୍ତି। ତେଣୁ ସେହି ଶତ୍ରୁମାନେ ସରୁବ୍ବାବିଲ ଓ ପିତୃବଂଶ ପ୍ରଧାନବର୍ଗମାନଙ୍କ ନିକଟକୁ ଆସିଲେ ଏବଂ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ନିର୍ମାଣ କରିବାକୁ ଦିଅ। କାରଣ ଆମ୍ଭେମାନେ ତୁମ୍ଭ ପରି ଅଟୁ। ଆମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁ। ଏବଂ ସେହି ସମୟରୁ ଅଶୂରୀୟ ରାଜା ଏସର-ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଛନ୍ତି, ଆମ୍ଭେମାନେ ତାଙ୍କୁ ବଳିଦାନ କରୁଅଛୁ।”