Biblia Todo Logo
Bib sou entènèt

- Piblisite -




ଏଜ୍ରା 5:1 - ପବିତ୍ର ବାଇବଲ

1 ଏହି ସମୟରେ ଭବିଷ୍ୟ‌ଦ୍‌ବକ୍ତା ହାଗୟ ଓ ଇଦ୍ଦୋର ପୁତ୍ର ଜିଖରିୟ, ଏହି ଭବିଷ୍ୟ‌ଦ୍‌ବକ୍ତାମାନେ ଯିହୁଦା ଓ ଯିରୁଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ। ସେମାନେ ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥି ଉତ୍ତାରେ ହାଗୟ ଭବିଷ୍ୟଦ୍ବକ୍ତା ଓ ଇଦ୍ଦୋର ପୁତ୍ର ଜିଖରୀୟ, ଏହି ଭବିଷ୍ୟଦ୍-ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ହାଗୟ ଭବିଷ୍ୟଦ୍‍ବକ୍ତା ଓ ଇଦ୍ଦୋର ପୁତ୍ର ଯିଖରୀୟ, ଏହି ଭବିଷ୍ୟଦ୍‍ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ହାଗୟ ଭବିଷ୍ୟଦ୍‍ବକ୍ତା ଓ ଇଦ୍ଦୋର ପୁତ୍ର ଯିଖରୀୟ, ଏହି ଭବିଷ୍ୟଦ୍‍ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

Gade chapit la Kopi




ଏଜ୍ରା 5:1
9 Referans Kwoze  

ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶ‌‌ଲ୍‌‌ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟ‌ଦ୍‌ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ।


ତା'ପରେ ଇସ୍ରାଏଲର ଶାସକ ସଦାପ୍ରଭୁଙ୍କ ଶକ୍ତିରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଅପୂର୍ବ ମହିମାରେ ଦଣ୍ଡାୟମାନ ହୋଇ ତାଙ୍କ ପଲଙ୍କୁ ଚରାଇବେ। ସେମାନେ ଶାନ୍ତିରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶେଷ ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୃତ ହେବ।


ତେଣୁ ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରକାର୍ଯ୍ୟ ବନ୍ଦ ହେଲା। ପୁଣି ପାରସ୍ୟ ରାଜା ଦାରିୟାବସର ଅଧିକାରର ଦ୍ୱିତୀୟ ବର୍ଷ ପର୍ଯ୍ୟନ୍ତ ତାହା ବନ୍ଦ ହୋଇ ରହିଲା।


ଏଥିରେ ହାଗୟ ଭବିଷ୍ୟ‌ଦ୍‌ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରିୟର ଭବିଷ୍ୟ‌ଦ୍‌ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରିୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ।


“ସଦାପ୍ରଭୁ କହିଲେ, ‘ଆଜି ନବମ ମାସର ଚତୁର୍ବିଂଶ ଦିବସ। ତୁମ୍ଭେମାନେ ସଦାପ୍ରଭୁଙ୍କ ମନ୍ଦିରରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟ ଶେଷ କରିଛ। ତେଣୁ ଏହା ପରେ କ’ଣ ସବୁ ଘଟୁଛି ଆଗକୁ ଲକ୍ଷ୍ୟ କର।


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ୟ ଏହି ଦିନଗୁଡ଼ିକରେ ସେହି ବାକ୍ୟଗୁଡ଼ିକ ଭବିଷ୍ୟ‌ଦ୍‌ବକ୍ତାମାନଙ୍କଠାରୁ ଶୁଣୁଅଛ। ଯେତେବେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା, ଯାହାପାଇଁ ମନ୍ଦିର ନିର୍ମାଣ ହୋଇ ପାରିଥିଲା।


ପୁନର୍ବାର ହାଗୟ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ଗ୍ରହଣ କଲେ। ହାଗୟ ବାର୍ତ୍ତାଟି କହିଲେ:


Swiv nou:

Piblisite


Piblisite