Biblia Todo Logo
Bib sou entènèt

- Piblisite -




ଏଜ୍ରା 6:10 - ପବିତ୍ର ବାଇବଲ

10 ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ସେମାନେ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ।

Gade chapit la Kopi

ଓଡିଆ ବାଇବେଲ

10 ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।

Gade chapit la Kopi




ଏଜ୍ରା 6:10
11 Referans Kwoze  

ଆମ୍ଭେ ଯେଉଁ ନଗରକୁ ତୁମ୍ଭମାନଙ୍କୁ ନିର୍ବାସିତ କରିଅଛୁ ତାହାର ମଙ୍ଗଳ କର ଓ ସେହି ନଗର ନିମନ୍ତେ ସଦାପ୍ରଭୁଙ୍କୁ ପ୍ରାର୍ଥନା କର। କାରଣ ସେଠାରେ ଶାନ୍ତି ଆସିଲେ ତୁମ୍ଭମାନଙ୍କର ଶାନ୍ତି ଆସିବ।”


ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଉଛି, ତାହା ସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଠିକ୍ ରୂପେ କରାଯାଉ, କାରଣ ରାଜା ଓ ତାହାଙ୍କ ପୁତ୍ରଗଣର ରାଜ୍ୟବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ।


ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।


ମାତ୍ର ସେ ତା'ର ଅନ୍ତ୍ର ଅଂଶ ଓ ଗୋଡ଼ ଜଳରେ ଧୌତ କରିବ। ତା'ପରେ ଯାଜକ ସମ୍ପୂର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ତାହା ହେବ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନୈବେଦ୍ୟ।


ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା'ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ।


ତହିଁରେ ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚିନ୍ତା କଲେ, “ପୃଥିବୀକି ଅଭିଶାପ ଦେବା ନାହିଁ। ଯଦିଓ ବାଲ୍ୟକାଳରୁ ମନୁଷ୍ୟର ମନର ଅଭିପ୍ରାୟ ଓ ପ୍ରବଣତା ମନ୍ଦ, ତଥାପି ଆଉ କେବେହେଲେ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।


ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୁଶାଲମସ୍ଥ ଯାଜକମାନଙ୍କ ବାକ୍ୟ ଅନୁଯାୟୀ ଯୁବାବୃଷ, ମେଷ, ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହାସବୁ ସେମାନଙ୍କ ପ୍ରୟୋଜନ, ତାହା ସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ।


ସେତେବେଳେ ରାଜା ନବୂଖ‌ଦ୍‌ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନଙ୍କୁ ଦାନିୟେଲ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବାକୁ ଆଦେଶ କଲା।


ତୁମ୍ଭେ ତୁମ୍ଭର ମେଷ, ଗାଈ ଗୋରୁ ସମସ୍ତ ନେଇ ଯାଅ ଏବଂ ମୋତେ ଆଶୀର୍ବାଦ କର।”


“ପାରସ୍ୟର ରାଜା କୋରସ୍ ଏହିପରି କହିଛନ୍ତି: ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ମୋତେ ପ୍ରଦାନ କରିଛନ୍ତି। ଏବଂ ସଦାପ୍ରଭୁ ମୋତେ ଯିହୁଦା ରାଜ୍ୟର ଯିରୁଶାଲମଠାରେ ତାହାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବା ପାଇଁ ନିରୂପଣ କରିଛନ୍ତି।


Swiv nou:

Piblisite


Piblisite