ଏଜ୍ରା 6:16 - ପବିତ୍ର ବାଇବଲ16 ଏହା ପରେ ଇସ୍ରାଏଲର ଲୋକମାନେ, ଯାଜକମାନେ, ଲେବୀୟମାନେ ଓ ନିର୍ବାସିତର ଅବଶିଷ୍ଟ ଲୋକମାନେ ଆନନ୍ଦରେ ପରମେଶ୍ୱରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆନନ୍ଦର ସହିତ ପାଳନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥି ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ଵର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ଵରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ। Gade chapit laଓଡିଆ ବାଇବେଲ16 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ଉତ୍ସବ ପାଳନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ। Gade chapit la |
ବହୁତ ଲୋକ ସେହି ଅଞ୍ଚଳରେ ବାସ କରୁଥିଲେ ଯେଉଁମାନେ କି ଯିହୁଦା ଓ ବିନ୍ୟାମୀନମାନଙ୍କୁ ବିରୋଧ କରୁଥିଲେ। ସେମାନେ ଶୁଣିବାକୁ ପାଇଲେ ଯେ ନିର୍ବାସିତ ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଛନ୍ତି। ତେଣୁ ସେହି ଶତ୍ରୁମାନେ ସରୁବ୍ବାବିଲ ଓ ପିତୃବଂଶ ପ୍ରଧାନବର୍ଗମାନଙ୍କ ନିକଟକୁ ଆସିଲେ ଏବଂ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ନିର୍ମାଣ କରିବାକୁ ଦିଅ। କାରଣ ଆମ୍ଭେମାନେ ତୁମ୍ଭ ପରି ଅଟୁ। ଆମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁ। ଏବଂ ସେହି ସମୟରୁ ଅଶୂରୀୟ ରାଜା ଏସର-ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଛନ୍ତି, ଆମ୍ଭେମାନେ ତାଙ୍କୁ ବଳିଦାନ କରୁଅଛୁ।”