Biblia Todo Logo
Bib sou entènèt

- Piblisite -




ଏଜ୍ରା 6:3 - ପବିତ୍ର ବାଇବଲ

3 କୋରସ୍ ରାଜାଙ୍କ ଅଧିକାରର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୁଶାଲମସ୍ଥିତ ପରମେଶ୍ୱରଙ୍କ ମନ୍ଦିର ବିଷୟରେ ଆଜ୍ଞା କଲେ। ଲୋକମାନଙ୍କ ବଳିଦାନର ସ୍ଥାନ, ସେହି ମନ୍ଦିର ନିର୍ମିତ ହେଉ। ତାହାର ମୂଳଭିତ୍ତି ମ‌‍‌ଜ୍‌‍ବୁତ୍ ହେଉ। ତାହାର ଉଚ୍ଚତା ଷାଠିଏ ହାତ ଓ ତାର ପ୍ରସ୍ଥ ଷାଠିଏ ହାତ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କୋରସ୍ ରାଜାଙ୍କ ଅଧିକାରର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୂଶାଲମସ୍ଥିତ ପରମେଶ୍ଵରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;

Gade chapit la Kopi

ଓଡିଆ ବାଇବେଲ

3 କୋରସ୍‍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍‍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, “ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “କୋରସ୍‍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍‍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;

Gade chapit la Kopi




ଏଜ୍ରା 6:3
16 Referans Kwoze  

କୋରସ୍ ପାରସ୍ୟର ରାଜା ହୋଇଥିବାର ପ୍ରଥମ ବର୍ଷରେ, ସଦାପ୍ରଭୁ କୋର‌ସଙ୍କ ଦ୍ୱାରା ଏକ ବିଶେଷ ଘୋଷଣା କରାଇଲେ। ସଦାପ୍ରଭୁ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ଦ୍ୱାରା ଯେଉଁ ଶପଥ କରିଥିଲେ, ତାହା ଯେପରି ପ୍ରକୃତରେ ଘଟିବ, ସେଥିନିମନ୍ତେ ସେ ଏହିପରି କଲେ। କୋରସ୍ ତାଙ୍କ ରାଜ୍ୟର ପ୍ରତ୍ୟେକ ସ୍ଥାନକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ସେମାନେ ଏହି ବାର୍ତ୍ତା ବହନ କରୁଥିଲେ।


ସେହି ନଗରୀଟି ଗ୍ଭରି କୋଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସେହି ଦୂତ ମାପଦଣ୍ଡରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ୟ 12,000 ଷ୍ଟାଡ଼ିଆ ଥିଲା।


ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି। ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି। ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।


ବାସ୍ତବରେ କୌଣସି ବ୍ୟକ୍ତି ଆମ୍ଭର ପରମେଶ୍ୱରଙ୍କୁ ଭିତରେ ରଖିବା ପାଇଁ ଏକ ଗୃହ ନିର୍ମାଣ କରି ପାରିବ ନାହିଁ। ଏପରିକି ସ୍ୱର୍ଗ ବା ସର୍ବୋଚ୍ଚ ସ୍ୱର୍ଗ ମଧ୍ୟ ତାଙ୍କୁ ଧାରଣ କରି ପାରିବ ନାହିଁ। ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରି ପାରିବି ନାହିଁ। କେବଳ ତାଙ୍କଠାରେ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ଏକ ସ୍ଥାନ ନିର୍ମାଣ କରିପାରେ।


ପ୍ରଥମ ବର୍ଷରେ କୋରସ୍ ପାରସ୍ୟର ରାଜା ଥିଲେ। ସଦାପ୍ରଭୁ ତାଙ୍କୁ ଏକ ଘୋଷଣା ପତ୍ର ଲେଖିବା ପାଇଁ ଉତ୍ସାହିତ କରିଥିଲେ ଓ ଉକ୍ତ ଘୋଷଣାନାମାକୁ ତାଙ୍କ ରାଜ୍ୟର ଗ୍ଭରିଆଡ଼େ ପଢ଼ି ଶୁଣାଇ ଥିଲେ। ଯିରିମିୟଙ୍କ ଦ୍ୱାରା କୁହାଯାଇଥିବା ସଦାପ୍ରଭୁଙ୍କର ବାକ୍ୟ ପୂରଣ କରିବାକୁ ଏହା ହୋଇଥିଲା। ସେହି ଘୋଷଣାନାମାଟି ଏହିପରି ଥିଲା।


ସେମାନେ ପାରସ୍ୟର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋ‌ନ୍‌ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ, ପାନୀୟ ଓ ତୈଳ ଦେଲେ।


ଏହା ପରେ ଶଲୋମନ, ହୂରମ୍ ନିକଟକୁ ବାର୍ତ୍ତା ପଠାଇଲେ। ହୂରମ୍, ସୋର ସହରର ରାଜା ଥିଲେ। ଶଲୋମନ କହିଲେ, “ମୋର ବାପା ଦାଉଦଙ୍କୁ ସାହାଯ୍ୟ କଲାପରି ମୋତେ ମଧ୍ୟ ସାହାଯ୍ୟ କର। ତୁମ୍ଭେ ଦେବଦାରୁ ଗଛର କାଠ ତାଙ୍କ ନିକଟକୁ ପଠାଇଲ, ଯେପରି ସେ ବାସ କରିବା ନିମନ୍ତେ ଏକ ଗୃହ ନିର୍ମାଣ କରି ପାରନ୍ତି।


“ପାରସ୍ୟର ରାଜା କୋରସ୍ ଏହିପରି କହିଛନ୍ତି: ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ମୋତେ ପ୍ରଦାନ କରିଛନ୍ତି। ଏବଂ ସଦାପ୍ରଭୁ ମୋତେ ଯିହୁଦା ରାଜ୍ୟର ଯିରୁଶାଲମଠାରେ ତାହାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବା ପାଇଁ ନିରୂପଣ କରିଛନ୍ତି।


ଏଥିରେ ହାଗୟ ଭବିଷ୍ୟ‌ଦ୍‌ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରିୟର ଭବିଷ୍ୟ‌ଦ୍‌ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରିୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ।


Swiv nou:

Piblisite


Piblisite