Biblia Todo Logo
Bib sou entènèt

- Piblisite -




ଏଜ୍ରା 6:8 - ପବିତ୍ର ବାଇବଲ

8 ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ। ସେମାନଙ୍କର ବାଧା ଯେପରି ସୃଷ୍ଟି ନ ହୁଏ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ ଅର୍ଥାତ୍ ନଦୀ ସେପାରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆହୁରି, ପରମେଶ୍ଵରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍, ନଦୀ ସେପାରିସ୍ଥ ରାଜକରରୁ ଅତି ଯନିପୂର୍ବକ ବ୍ୟୟ ଦିଆଯାଉ।

Gade chapit la Kopi

ଓଡିଆ ବାଇବେଲ

8 ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜ ସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।

Gade chapit la Kopi




ଏଜ୍ରା 6:8
15 Referans Kwoze  

ତହିଁରେ ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥା ଯାଉ। ଆଉ ରାଜଗୃହରୁ ତାର ବ୍ୟୟଭାର ଭରଣ କରାଯାଉ।


‘ସେମାନଙ୍କର ସମସ୍ତ ରୂପାର ଅଧିକାରୀ ଆମ୍ଭେ ଏବଂ ସମସ୍ତ ସ୍ୱର୍ଣ୍ଣ ମଧ୍ୟ ଆମ୍ଭର। ସର୍ବଶକ୍ତିମାନ ସଦାପ୍ରଭୁ ଏହା ହିଁ କହୁଛନ୍ତି।


ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରିୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ଓ ପତ୍ରଦ୍ୱାରା ସେହି ବିଷୟରେ ଉତ୍ତର ନଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କଲେ ନାହିଁ।


ତହିଁରେ ରହୂମର ଓ ଲେଖକ ଶି‌‌‌‌‌‌ମ୍‌‌‌‌‌‌ଶୟର ଓ ସେମାନଙ୍କ ସଙ୍ଗୀମାନଙ୍କ ନିକଟରେ ଅର୍ତ୍ତକ୍ଷସ୍ତ ରାଜାର ପତ୍ରର ଅନୁଲିପି ପଢ଼ାଯା’ନ୍ତେ ସେମାନେ ଶୀଘ୍ର ଯିରୁଶାଲମକୁ ଯିହୁଦୀୟମାନଙ୍କ ନିକଟକୁ ଯାଇ ବଳ ଓ କ୍ଷମତାଦ୍ୱାରା ସେମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କଲେ।


ଆମ୍ଭେମାନେ ମହାରାଜଙ୍କୁ ଜଣାଉଅଛୁ ଯେ, ଯଦି ଏହି ନଗର ନିର୍ମିତ ଓ ଏହି ପ୍ରାଚୀର ସମାପ୍ତ ହେଲେ, ତଦ୍ଦ୍ୱାରା ନଦୀ ସେପାରିରେ ଆପଣଙ୍କର କୌଣସି ଅଂଶ ରହିବ ନାହିଁ।


ପରମେଶ୍ୱରଙ୍କ ଏହି ମନ୍ଦିରର କାର୍ଯ୍ୟରେ ହସ୍ତ ଦିଅ ନାହିଁ। ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ମନ୍ଦିର ସ୍ୱସ୍ଥାନରେ ନିର୍ମାଣ କରନ୍ତୁ।


ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୁଶାଲମସ୍ଥ ଯାଜକମାନଙ୍କ ବାକ୍ୟ ଅନୁଯାୟୀ ଯୁବାବୃଷ, ମେଷ, ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହାସବୁ ସେମାନଙ୍କ ପ୍ରୟୋଜନ, ତାହା ସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ।


ଏଜ୍ରା, ମୁଁ ଏବଂ ମୋର ସାତ ଜଣ ଉପଦେଷ୍ଟା ତୁମ୍ଭ ସହିତ ପଠାଉଛୁ। ତୁମ୍ଭେ ଯିହୁଦା ଓ ଯିରୁଶାଲମକୁ ଯିବା ଉଚିତ୍। ପରମେଶ୍ୱରଙ୍କର ବ୍ୟବସ୍ଥା ବିଷୟବସ୍ତୁଗୁଡ଼ିକରେ ଧ୍ୟାନ ଦେବା ଉଚିତ୍, ଯେଉଁଥିରେ ତୁମ୍ଭେ ଜଣେ ବିଜ୍ଞ ଅଟ।


ରାଜା ଆଜ୍ଞା ଦେଲେ ଯେ, ପ୍ରତ୍ୟେକ ଦିନ ଗାୟକମାନଙ୍କୁ ପୁରସ୍କାର ଦିଆଯିବା ଉଚିତ୍।


“ମୁଁ ଆଦେଶ ଦେଲି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ୱରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍। ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି। ତାଙ୍କର ରାଜ୍ୟ ଅବିନାଶୀ ଓ ତାଙ୍କର ପ୍ରଭୁତ୍ୱର ଅନ୍ତ ନାହିଁ।


ଏଥିରେ ହାଗୟ ଭବିଷ୍ୟ‌ଦ୍‌ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରିୟର ଭବିଷ୍ୟ‌ଦ୍‌ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରିୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ।


ରାଜା ଆସଫଙ୍କ ନିମନ୍ତେ ମୋତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି।” ସେ ଆସଫଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କବାଟ ପାଇଁ ମୋତେ ଖଣ୍ଡେ କାଠ ଦେବା ଲାଗି କହିଲେ।” ରାଜା ଏପରି କରିଥିଲେ କାରଣ ପରମେଶ୍ୱର ମୋ’ ପାଇଁ ମଙ୍ଗଳମୟ ଥିଲେ।


Swiv nou:

Piblisite


Piblisite