Biblia Todo Logo
Bib sou entènèt

- Piblisite -




ଏଜ୍ରା 7:1 - ପବିତ୍ର ବାଇବଲ

1 ଏହିସବୁ ଘଟଣାପରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଶାସନ ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲେ। ଉକ୍ତ ସରାୟ ଅସରିୟର ପୁତ୍ର, ଅସରିୟ ହି‌ଲ୍‌‌‌କିୟର ପୁତ୍ର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହିସବୁ ଘଟନା ଉତ୍ତାରେ ପାରସ୍ୟ-ରାଜ ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲ୍ରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରିୟ ହିଲ୍‍କୀୟର ସନ୍ତାନ,

Gade chapit la Kopi

ଓଡିଆ ବାଇବେଲ

1 ଏହିସବୁ ଘଟଣା ଉତ୍ତାରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରୀୟ ହିଲ୍‍କିୟର ସନ୍ତାନ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହିସବୁ ଘଟଣା ଉତ୍ତାରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରୀୟ ହିଲ୍‍କୀୟର ସନ୍ତାନ,

Gade chapit la Kopi




ଏଜ୍ରା 7:1
19 Referans Kwoze  

ଅର୍ତ୍ତକ୍ଷସ୍ତ ରାଜାଙ୍କର ଅଧିକାରର ବିଂଶତମ ବର୍ଷରେ ନିଶାନ ମାସରେ ଏହିପରି ଘଟିଥିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏହା ପୂର୍ବରୁ ମୁଁ ତାହାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି।


ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥା ଅଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡ଼ିବ।


ରାଜାଧିରାଜ ଅର୍ତ୍ତକ୍ଷସ୍ତଠାରୁ, ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ବ୍ୟବସ୍ଥା ଶିକ୍ଷକ ଓ ଯାଜକ ଏଜ୍ରାକୁ ଅଭିନନ୍ଦନ।


ଏଥିରେ ହାଗୟ ଭବିଷ୍ୟ‌ଦ୍‌ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରିୟର ଭବିଷ୍ୟ‌ଦ୍‌ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରିୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ।


“ତୁମ୍ଭେ ମହାଯାଜକ ହି‌ଲ୍‌‌‌କିୟ ନିକଟକୁ ଯାଅ, ତାଙ୍କୁ କୁହ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରୁଛନ୍ତି, ସେ ମୁଦ୍ରା ଏଠିକି ଆଣ।


ହି‌ଲ୍‌‌‌କିୟର ପୁତ୍ର ସରାୟ, ହି‌ଲ୍‌‌‌କିୟ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ ସାଦୋକର ପୁତ୍ର, ସାଦୋକ୍ ମରାୟୋତର ପୁତ୍ର, ମରାୟୋତ୍ ଅହିଟୁ‌‌‌‌ବ୍‌‌‌‌ର ପୁତ୍ର, ସରାୟ ପରମେଶ୍ୱରଙ୍କ ମନ୍ଦିରର ନିରୀକ୍ଷକ ଥିଲେ।


ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାରୁ ପୁଣି ଇସ୍ରାଏଲ ମଧ୍ୟରେ ବ୍ୟବସ୍ଥା ଓ ଆଜ୍ଞା ଶିକ୍ଷା ଦେବାକୁ ଆପଣାକୁ ବିନିଯୋଗ କରିଥିଲେ।


ହି‌ଲ୍‌‌‌କିୟ ସଚିବ ଶାଫ‌ନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା ନିୟମ ପୁସ୍ତକଟି ପାଇଅଛି!” ହି‌ଲ୍‌‌‌କିୟ ଶାଫ‌ନଙ୍କୁ ସେହି ପୁସ୍ତକଟି ଦେଲେ।


ସେହି ଲୋକମାନେ ପ୍ରଧାନ ଯାଜକ ହି‌ଲ୍‌‌‌କିୟଙ୍କ ନିକଟକୁ ଆସିଲେ ଓ ଲୋକମାନେ ମନ୍ଦିର ନିମନ୍ତେ ଦେଇଥିବା ଟଙ୍କା ତାଙ୍କୁ ଦେଲେ। ଲେବୀୟ ଦ୍ୱାରପାଳଗଣ ମନଃଶି, ଇଫ୍ରୟିମ ଓ ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କଠାରୁ ଟଙ୍କା ସଂଗ୍ରହ କରିଥିଲେ। ସେମାନେ ଯିହୁଦା, ବିନ୍ୟାମୀନ ଓ ଯିରୁଶାଲମରେ ବାସ କରୁଥିବା ସମସ୍ତ ଲୋକଙ୍କଠାରୁ ମଧ୍ୟ ଏହି ଟଙ୍କା ସଂଗ୍ରହ କରିଥିଲେ।


ଅସରିୟ ହି‌ଲ୍‌‌‌କିୟଙ୍କ ପୁତ୍ର ଥିଲେ। ହି‌ଲ୍‌‌‌କିୟ ମଶୁଲ୍ଲ‌ମ୍‌ଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ସାଦୋକଙ୍କ ପୁତ୍ର ଥିଲେ। ସାଦୋକ୍ ମରାୟୋତଙ୍କ ପୁତ୍ର ଥିଲେ। ମରାୟୋତ ଅହୀଟୂ‌ବ୍‌ଙ୍କ ପୁତ୍ର ଥିଲେ। ଅହୀଟୂବ୍ ପରମେଶ୍ୱରଙ୍କ ମନ୍ଦିରର ସୁରକ୍ଷା ଦାୟିତ୍ୱରେ ଥିବା ବିଶେଷ କାର୍ଯ୍ୟକାରୀ ଥିଲେ।


ପୁଣି ନବୂସ‌ର୍‌ଦ‌‌ନ୍‌ ପ୍ରଧାନ ଯାଜକ ସରାୟ ଦ୍ୱିତୀୟ ଯାଜକ ସିଫନିୟ ଓ ତିନି ଜଣ ଦ୍ୱାରପାଳଙ୍କୁ ନେଇ ଗଲା।


ସେତେବେଳେ ମହାଯାଜକ ହି‌ଲ୍‌‌‌କିୟ ଶାଫନ୍ ସମ୍ପାଦକଙ୍କୁ କହିଲା, “ଦେଖ, ଆମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ତା'ପରେ ଶାଫନ୍ ସେହି ପୁସ୍ତକ ପାଠ କଲେ।


ହି‌ଲ୍‌‌‌କିୟ, ଶଲ୍ଲୁମର ପୁତ୍ର, ଶଲ୍ଲୁମ ସାଦୋକର ପୁତ୍ର, ସାଦୋକ ଅହୀଟୂ‌‌‌‌ବ୍‌‌‌‌ର ପୁତ୍ର ଥିଲା।


ଏହା ପରେ ଅର୍ତ୍ତକ୍ଷସ୍ତର ଶାସନ ସମୟରେ ବିଶ୍ଳମ୍, ମିତ୍ରଦାତ୍, ଟାବେଲ ଓ ତାହାର ଅନ୍ୟ ସାଥୀମାନେ ପାରସ୍ୟର ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ। ସେହି ପତ୍ର ଅରାମୀୟ ଅକ୍ଷରରେ ଲେଖା ଯାଇ ତାହା ଅରାମୀୟ ଭାଷାରେ ଅନୁବାଦ କରାଯାଇଥିଲା।


ତେଣୁ ସମସ୍ତ ଲୋକମାନେ ଜଳଦ୍ୱାର ନିକଟରେ ଥିବା ଛକରେ ଏକ ମନରେ ଏକତ୍ରିତ ହେଲେ। ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଲିପିକାରଙ୍କୁ କହିଲେ।


Swiv nou:

Piblisite


Piblisite