ଏଜ୍ରା 7:16 - ପବିତ୍ର ବାଇବଲ16 ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ସମସ୍ତ ସୁନା ଓ ରୂପା ପାଇବ। ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିର ପାଇଁ ସ୍ୱେଚ୍ଛାପୂର୍ବକ ଯାହା ଦେବେ ସେହିସବୁ ଉପହାର ନେବା ପାଇଁ ତୁମ୍ଭେ ରାଜା ଓ ତାଙ୍କର ସପ୍ତ ମନ୍ତ୍ରୀଙ୍କ ଦ୍ୱାରା ପ୍ରେରିତ ହେଉଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହିସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ଵାରା ପ୍ରେରିତ ହେଉଅଛ; Gade chapit laଓଡିଆ ବାଇବେଲ16 ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହିସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ୱାରା ପ୍ରେରିତ ହେଉଅଛ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହି ସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ୱାରା ପ୍ରେରିତ ହେଉଅଛ; Gade chapit la |
ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନୈବେଦ୍ୟ ଦେଉଥିଲେ, କୋରି ତାହାର ଦାୟିତ୍ୱରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାୟିତ୍ୱ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ହୋଇଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାୟିତ୍ୱ ମଧ୍ୟ ତାଙ୍କର ଥିଲା। କୋରି ପୂର୍ବଦିଗରେ ଥିବା ଦ୍ୱାରର ଦ୍ୱାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲେବୀୟ ଯିମ୍ନା।