Biblia Todo Logo
Bib sou entènèt

- Piblisite -




ଏଜ୍ରା 7:6 - ପବିତ୍ର ବାଇବଲ

6 ଏହି ଏଜ୍ରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶା ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ୱରଙ୍କ ହସ୍ତ ତା’ ଉପରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହି ଏଜ୍ରା ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶା-ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲା; ପୁଣି, ତାହା ପ୍ରତି ତାହାର ପରମେଶ୍ଵର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାକୁ ପ୍ରଦାନ କଲା।

Gade chapit la Kopi

ଓଡିଆ ବାଇବେଲ

6 ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।

Gade chapit la Kopi




ଏଜ୍ରା 7:6
40 Referans Kwoze  

କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ୟ ଓ ଅଶ୍ୱାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭରସା କରନ୍ତି, “ସେମାନଙ୍କର ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ତାଙ୍କର ଶକ୍ତି ଓ କ୍ରୋଧ ସେମାନଙ୍କର ବିରୁଦ୍ଧରେ ଥାଏ।”


ପୁଣି ସେ ରାଜାର ଓ ତାଙ୍କର ମନ୍ତ୍ରୀଗଣର ଓ ରାଜାଙ୍କର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋ’ ପ୍ରତି ଅଧିକ ଦୟା ପ୍ରକାଶ କରିଅଛନ୍ତି। ମୁଁ ଶକ୍ତିଶାଳୀ ହେଲି କାରଣ ସଦାପ୍ରଭୁ ପରମେଶ୍ୱରଙ୍କର ହସ୍ତ ମୋ’ ଉପରେ ଥିଲା। ଏହି ପ୍ରକାରେ ମୁଁ ଇସ୍ରାଏଲର ଲୋକମାନଙ୍କର ମୁଖ୍ୟମାନଙ୍କୁ ମୋ’ ସହିତ ଯିବା ପାଇଁ ଏକତ୍ରିତ କଲି।


ଏହା ପରେ ଆମ୍ଭେମାନେ ଯିରୁଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟକୁ ପ୍ରସ୍ଥାନ କଲୁ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା। ଆଉ ପଥ ମଧ୍ୟରେ ଶତ୍ରୁ ଓ ଓଗାଳି ବସିବା ଲୋକମାନଙ୍କ ହସ୍ତରୁ ସେ ଆମ୍ଭକୁ ଉଦ୍ଧାର କଲେ।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


ମୁଁ ମଧ୍ୟ ସେହି ଲୋକମାନଙ୍କୁ ଜଣାଇ ଦେଲି ଯେ, ପରମେଶ୍ୱର ମୋ’ ଉପରେ ଦୟା କରିଛନ୍ତି ଏବଂ ଯାହା ମୋତେ ରାଜା କହିଥିଲେ, ମୁଁ ସେମାନଙ୍କୁ କହିଲି। ତା'ପରେ ସେହି ଲୋକମାନେ ଉତ୍ତର ଦେଲେ, “ତେବେ ଗ୍ଭଲ, ବର୍ତ୍ତମାନ ଆମ୍ଭେମାନେ କାର୍ଯ୍ୟ ଆରମ୍ଭ କରିବା।” ତେଣୁ ସେମାନେ ନିଜକୁ ଏହି ଉତ୍ତମ କାମରେ ନିୟୋଜନ କଲେ।


ରାଜା ଆସଫଙ୍କ ନିମନ୍ତେ ମୋତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି।” ସେ ଆସଫଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କବାଟ ପାଇଁ ମୋତେ ଖଣ୍ଡେ କାଠ ଦେବା ଲାଗି କହିଲେ।” ରାଜା ଏପରି କରିଥିଲେ କାରଣ ପରମେଶ୍ୱର ମୋ’ ପାଇଁ ମଙ୍ଗଳମୟ ଥିଲେ।


ତେଣୁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପରମେଶ୍ୱର ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ବଂଶଧରମାନଙ୍କ ମଧ୍ୟରୁ ଜଣେ ପ୍ରବେଶ ଲୋକକୁ ଏବଂ ଶେରେବିୟ ଓ ତାହାର ପୁତ୍ର ଓ ଭାତୃଗଣ ସମେତ 18 ଜଣଙ୍କୁ ପଠାଇଲି।


ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥା ଅଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡ଼ିବ।


କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୁଶାଲମରେ ଉପସ୍ଥିତ ହେଲେ।


ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ।


“ବର୍ତ୍ତମାନ ତୁମ୍ଭେମାନେ ଯଦି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସ୍ୱର ଶୁଣ ଏବଂ ସମସ୍ତ ଆଜ୍ଞା ପାଳନ କର, ଯାହା ମୁଁ ଆଜି ତୁମ୍ଭକୁ କହୁଅଛି, ତେବେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ପୃଥିବୀର ଅନ୍ୟ ଜାତିଗଣ ଅପେକ୍ଷା ବହୁ ଉଚ୍ଚରେ ରଖିବେ।


“ହଁ ଦେଖ, ସଦାପ୍ରଭୁ ମୋର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ସେହି ବ୍ୟବସ୍ଥାସବୁ ଶିକ୍ଷା ଦେଲି। ମୁଁ ତୁମ୍ଭମାନଙ୍କୁ ସେହିପରି ବ୍ୟବସ୍ଥା ଓ ବିଧି ଶିକ୍ଷା ଦେଇଅଛି, ଯେପରି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କ ଅନୁସାରେ ବାସ କରିବ।


ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କୁ ପୂର୍ବରୁ ମନେ ପକାଇ ଦେବାକୁ ଇଚ୍ଛା କରେ। ତୁମ୍ଭେମାନେ ଏହାକୁ ଗ୍ରହଣ କରିଥିଲ, ଓ ଏବେ ସୁଦ୍ଧା ଦୃଢ଼ ଭାବରେ ଧରି ରଖିଛ।


ଜ୍ଞାନୀ ଲୋକ କେଉଁଠାରେ ଅଛନ୍ତି? ବିଦ୍ୱାନ୍ ଲୋକ କେଉଁଠାରେ ଅଛନ୍ତି? ବର୍ତ୍ତମାନ ଯୁଗର ଦାର୍ଶନିକ କେଉଁଠାରେ ଅଛନ୍ତି? ପରମେଶ୍ୱର ଜାଗତିକ ଜ୍ଞାନକୁ ମୂର୍ଖତା ବୋଲି ଦର୍ଶାଇଛନ୍ତି।


ତା'ପରେ ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ବିଷୟରେ ଜାଣିଥିବା ପ୍ରତ୍ୟେକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି, ଯେ କି ଭଣ୍ଡାରରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।”


ମୁଁ ଏଠାରେ ଦେଖୁଛି, ଦେଖ! ସଦାପ୍ରଭୁଙ୍କର ହସ୍ତ ଏତେ ଛୋଟ ହୋଇଯାଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହୋଇ ନାହିଁ।


ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।


ସୁନ୍ଦର ଭାବନାସବୁ ମୋର ମନକୁ ଭରିଦିଏ, ଯେବେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କହେ। ଏହି ଶବ୍ଦଗୁଡ଼ିକ ମୋ’ ଜିହ୍ୱାରେ ପ୍ରବାହୀତ ହୋଇଥାଏ, ନିପୁଣ ଲେଖକର କଲମରୁ ଆସିଲା ପରି।


ତାହାର ଭାତୃଗଣ ଶମୟିୟ ଓ ଅସରେଲ, ମିଲଲୟ, ଗିଲଲୟ, ମାଯିୟ, ନଥନେଲ ଓ ଯିହୁଦା, ହନାନି। ଏହି ଲୋକମାନେ ପରମେଶ୍ୱରଙ୍କ ସେବକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ। ଲିପିକାର ଏଜ୍ରା ସେମାନଙ୍କ ଆଗେ ଆଗେ ଗ୍ଭଲିଲେ।


ଏହା ପରେ ଦ୍ୱିତୀୟ ଦିନ, ସମଗ୍ର ଲୋକଙ୍କର ପରିବାରର ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଏଜ୍ରା ଲିପିକାର ନିକଟରେ ଏକତ୍ରିତ ହେଲେ।


ଏହା ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି। ଏହା ସେମାନେ ଶୁଣିବାରୁ ଆମ୍ଭେମାନେ ପ୍ରତ୍ୟେକ ପ୍ରାଚୀରରେ ନିଜ ନିଜ କାର୍ଯ୍ୟକୁ ଫେରିଗଲୁ।


ଏହା ପରେ ରାତ୍ରି ସମୟରେ କିଛି ଲୋକଙ୍କ ସହିତ ବୁଲିବାକୁ ଗଲି। ପରମେଶ୍ୱର ଯିରୁଶାଲମ ପାଇଁ ଯାହା କରିବାକୁ ମୋତେ ପ୍ରେରଣା ଦେଇଥିଲେ, ତାହା ମୁଁ କାହାରିଠାରେ ପ୍ରକାଶ କଲି ନାହିଁ। ମୁଁ ଯେଉଁ ଘୋଡ଼ାରେ ଚଢ଼ିଥିଲି ସେହି ଘୋଡ଼ାକୁ ଛାଡ଼ି ଦେଲେ ମୋ’ ନିକଟରେ ଆଉ ଘୋଡ଼ା ନ ଥିଲା।


ଏବଂ ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ। କାରଣ ସଦାପ୍ରଭୁ ସେମାନଙ୍କୁ ଅନନ୍ଦିତ କରିଥିଲେ ଓ ପରମେଶ୍ୱରଙ୍କ ମନ୍ଦିର କାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇ ଥିଲେ।


ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରିୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ଓ ପତ୍ରଦ୍ୱାରା ସେହି ବିଷୟରେ ଉତ୍ତର ନଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କଲେ ନାହିଁ।


“‘ତୁମ୍ଭେମାନେ କହୁଛ ଯେ, “ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି।” ମାତ୍ର ଏହା ସତ୍ୟ ନୁହେଁ। କାରଣ ଅଧ୍ୟାପକଗଣଙ୍କ ମିଥ୍ୟା ଲେଖନୀ ମିଥ୍ୟା ଲେଖିଅଛି।


ଏମାନେ ସମସ୍ତେ ଯୋଷାଦକର ପୁତ୍ର ଯେଶୂୟର ପୁତ୍ର ଯୋୟାକୀମ ସମୟରେ, ଆଉ ରାଜ୍ୟପାଳ ନିହିମିୟା ଓ ଯାଜକ ଏଜ୍ରା ଓ ଲିପିକାର ସମୟରେ ଥିଲେ।


ଦେଶାଧ୍ୟକ୍ଷ ନିହିମିୟା, ଲିପିକାର ଓ ଯାଜକ ଏଜ୍ରା ଓ ଲେବୀୟମାନେ, ଯେଉଁମାନେ ବୁଝିବାରେ ଲୋକମାନଙ୍କୁ ସାହାଯ୍ୟ କଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ଶୋକ କର ନାହିଁ କି ରୋଦନ କର ନାହିଁ।” ସେମାନେ ଏହା କହିଲେ, କାରଣ ବ୍ୟବସ୍ଥା ବାକ୍ୟ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ।


ଏଜ୍ରା ଯାଜକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠମୟ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାର୍ଶ୍ୱରେ ତାଙ୍କ ନିକଟରେ ମତ୍ତଥିୟ, ଶେମା, ଅନାୟ, ଊରିୟ, ହି‌ଲ୍‌‌‌କିୟ, ମାସେୟ ଠିଆ ହେଲେ, ଏବଂ ତାଙ୍କ ବାମ ପାର୍ଶ୍ୱରେ ପଦାୟ ଓ ମୀଶାୟେଲ, ମ‌‌‌‌ଲ୍‌‌‌‌‌‌‌କିୟ, ହଶୁମ ଓ ହ‌ଶ୍‌ବଦ୍ଦାନା, ଜିଖରିୟ ଓ ମଶୁଲ୍ଲମ ଠିଆ ହେଲେ।


ଏହା ପରେ ସେହି ମନୁଷ୍ୟଟି କହିଲେ, “ଆଉ ତୁମ୍ଭର ନାମ ଯାକୁବ ହେବ ନାହିଁ। ତୁମ୍ଭର ନାମ ଇସ୍ରାଏଲ ହେବ ଏବଂ ତୁମ୍ଭେ ସେହି ନାମରେ ପରିଚିତ ହେବ କାରଣ ତୁମ୍ଭେ ପରମେଶ୍ୱରଙ୍କ ସହିତ ଏବଂ ମନୁଷ୍ୟ ସହିତ ଯୁଦ୍ଧ କରି ଜୟଲାଭ କଲ।”


“ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାର ବ୍ୟାଖ୍ୟା କରିବାର ଅଧିକାର ପାଇଛନ୍ତି।


ବୁ‌କ୍‌କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହ‌ସ୍‌ର ପୁତ୍ର ଥିଲା। ପୀନହ‌ସ୍‌ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।


ତେଣୁ ସମସ୍ତ ଲୋକମାନେ ଜଳଦ୍ୱାର ନିକଟରେ ଥିବା ଛକରେ ଏକ ମନରେ ଏକତ୍ରିତ ହେଲେ। ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଲିପିକାରଙ୍କୁ କହିଲେ।


ଏହି ନାମଗୁଡ଼ିକ ହେଉଛି ପିତୃବଂଶର ମୁଖ୍ୟମାନେ ଏବଂ ଅନ୍ୟ ଲୋକମାନେ ଯେଉଁମାନେ ଏଜ୍ରାଙ୍କ ସହିତ ବାବିଲୋ‍ନ୍‍ରୁ ଯିରୁଶାଲମକୁ ଆସିଥିଲେ। ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜାଙ୍କ ସମୟରେ ଯିରୁଶାଲମକୁ ଆସିଥିଲୁ। ଏହିଠାରେ ସେମାନଙ୍କର ଚିଠା ଦିଆଗଲା।


ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସିଲ। ସ୍ୱର୍ଗରୁ ସେମାନଙ୍କ ସହିତ କଥାବାର୍ତ୍ତା କଲ। ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।


ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ। ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।


ଏହା ପରେ ସେହି ଲୋକମାନେ ଜାଣିବେ, ଯେ ତୁମ୍ଭେ ମୋତେ ସାହାଯ୍ୟ କଲ। ଏହା ପରେ ସେମାନେ ଜାଣିବେ ଯେ ଏହାଥିଲା ତୁମ୍ଭର ଶକ୍ତି ଯାହାକି ମୋତେ ସାହାଯ୍ୟ କଲା।


ପରମେଶ୍ୱର ଯାକୁବକୁ ଆପଣା ଆଦେଶ ଦେଲେ, ପରମେଶ୍ୱର ଇସ୍ରାଏଲ ପ୍ରତି ଆପଣା ବ୍ୟବସ୍ଥା ଓ ବିଧି ପ୍ରକାଶ କଲେ!


Swiv nou:

Piblisite


Piblisite