Biblia Todo Logo
Bib sou entènèt

- Piblisite -




ଏଜ୍ରା 7:9 - ପବିତ୍ର ବାଇବଲ

9 କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୁଶାଲମରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲା, ପୁଣି ତାହା ପ୍ରତି ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

9 କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।

Gade chapit la Kopi




ଏଜ୍ରା 7:9
11 Referans Kwoze  

ଏହି ଏଜ୍ରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶା ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ୱରଙ୍କ ହସ୍ତ ତା’ ଉପରେ ଥିଲା।


ରାଜା ଆସଫଙ୍କ ନିମନ୍ତେ ମୋତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି।” ସେ ଆସଫଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କବାଟ ପାଇଁ ମୋତେ ଖଣ୍ଡେ କାଠ ଦେବା ଲାଗି କହିଲେ।” ରାଜା ଏପରି କରିଥିଲେ କାରଣ ପରମେଶ୍ୱର ମୋ’ ପାଇଁ ମଙ୍ଗଳମୟ ଥିଲେ।


ମୁଁ ମଧ୍ୟ ସେହି ଲୋକମାନଙ୍କୁ ଜଣାଇ ଦେଲି ଯେ, ପରମେଶ୍ୱର ମୋ’ ଉପରେ ଦୟା କରିଛନ୍ତି ଏବଂ ଯାହା ମୋତେ ରାଜା କହିଥିଲେ, ମୁଁ ସେମାନଙ୍କୁ କହିଲି। ତା'ପରେ ସେହି ଲୋକମାନେ ଉତ୍ତର ଦେଲେ, “ତେବେ ଗ୍ଭଲ, ବର୍ତ୍ତମାନ ଆମ୍ଭେମାନେ କାର୍ଯ୍ୟ ଆରମ୍ଭ କରିବା।” ତେଣୁ ସେମାନେ ନିଜକୁ ଏହି ଉତ୍ତମ କାମରେ ନିୟୋଜନ କଲେ।


ଆଉ ଏଜ୍ରା ପଞ୍ଚମ ମାସରେ ଅର୍ଥାତ୍ ରାଜାର ସେଇ ସପ୍ତମ ବର୍ଷରେ ଯିରୁଶାଲମରେ ଉପସ୍ଥିତ ହେଲେ।


କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ୟ ଓ ଅଶ୍ୱାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭରସା କରନ୍ତି, “ସେମାନଙ୍କର ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ତାଙ୍କର ଶକ୍ତି ଓ କ୍ରୋଧ ସେମାନଙ୍କର ବିରୁଦ୍ଧରେ ଥାଏ।”


ଏହା ପରେ ଆମ୍ଭେମାନେ ଯିରୁଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟକୁ ପ୍ରସ୍ଥାନ କଲୁ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା। ଆଉ ପଥ ମଧ୍ୟରେ ଶତ୍ରୁ ଓ ଓଗାଳି ବସିବା ଲୋକମାନଙ୍କ ହସ୍ତରୁ ସେ ଆମ୍ଭକୁ ଉଦ୍ଧାର କଲେ।


ପୁଣି ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ଆନନ୍ଦିତ ହେବ। ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତେଜ ହେବ। ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପରେ ପ୍ରକାଶିତ ହେବ। ଆଉ ମଧ୍ୟ ସେ ନିଜ ଶତ୍ରୁମାନଙ୍କ ଉପରେ କୁପିତ ହେବେ।


ପୁଣି ସେ ରାଜାର ଓ ତାଙ୍କର ମନ୍ତ୍ରୀଗଣର ଓ ରାଜାଙ୍କର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋ’ ପ୍ରତି ଅଧିକ ଦୟା ପ୍ରକାଶ କରିଅଛନ୍ତି। ମୁଁ ଶକ୍ତିଶାଳୀ ହେଲି କାରଣ ସଦାପ୍ରଭୁ ପରମେଶ୍ୱରଙ୍କର ହସ୍ତ ମୋ’ ଉପରେ ଥିଲା। ଏହି ପ୍ରକାରେ ମୁଁ ଇସ୍ରାଏଲର ଲୋକମାନଙ୍କର ମୁଖ୍ୟମାନଙ୍କୁ ମୋ’ ସହିତ ଯିବା ପାଇଁ ଏକତ୍ରିତ କଲି।


ତେଣୁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପରମେଶ୍ୱର ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ବଂଶଧରମାନଙ୍କ ମଧ୍ୟରୁ ଜଣେ ପ୍ରବେଶ ଲୋକକୁ ଏବଂ ଶେରେବିୟ ଓ ତାହାର ପୁତ୍ର ଓ ଭାତୃଗଣ ସମେତ 18 ଜଣଙ୍କୁ ପଠାଇଲି।


ତେଣୁ ଆମ୍ଭେମାନେ ଯିରୁଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ।


ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ। ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।


Swiv nou:

Piblisite


Piblisite