ଏଜ୍ରା 8:22 - ପବିତ୍ର ବାଇବଲ22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ୟ ଓ ଅଶ୍ୱାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭରସା କରନ୍ତି, “ସେମାନଙ୍କର ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ତାଙ୍କର ଶକ୍ତି ଓ କ୍ରୋଧ ସେମାନଙ୍କର ବିରୁଦ୍ଧରେ ଥାଏ।” Gade chapit laପବିତ୍ର ବାଇବଲ (Re-edited) - (BSI)22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ-କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ଵାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି , ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି, ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ। Gade chapit laଓଡିଆ ବାଇବେଲ22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ। Gade chapit la |
ଅସରିୟ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିୟ କହିଲେ, “ଆସା ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ, ତୁମ୍ଭେମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଯେତେବେଳେ ପରମେଶ୍ୱରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତରେ ଥିଲେ। ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ଖୋଜିବ, ତେବେ ତୁମ୍ଭେମାନେ ତାହାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।
ଏହିପରି ଭାବରେ ଘଟିବ ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ସଙ୍ଗରେ କରିଥିବା ଚୁକ୍ତିର ଖିଲାପ କର। ତୁମ୍ଭେ ପାଇଥିବା ସମସ୍ତ ଭୂମି ହରାଇବ ଯଦି ତୁମ୍ଭେ ଅନ୍ୟ ଲୋକମାନଙ୍କର ପ୍ରଭୁଙ୍କୁ ଉପାସନା କର ବା ଅନ୍ୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କୋପଦୃଷ୍ଟି ପକାଇବେ। ଏହା ପରେ ତୁମ୍ଭକୁ ସଦାପ୍ରଭୁ ଦେଇଥିବା ଭଲ ଭୂମିକୁ ହରାଇବାକୁ ପଡ଼ିବ।”