Biblia Todo Logo
Bib sou entènèt

- Piblisite -




ଏଜ୍ରା 9:4 - ପବିତ୍ର ବାଇବଲ

4 ସେତେବେଳେ ନିର୍ବାସିତ ଲୋକମାନଙ୍କର ଅପରାଧ ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ। ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ଓ ମୋ’ ଗ୍ଭରିପଟେ ସେମାନେ ଏକତ୍ରିତ ହେବା ପର୍ଯ୍ୟନ୍ତ ଆଘାତ ପାଇ ବସିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ଵରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।

Gade chapit la Kopi

ଓଡିଆ ବାଇବେଲ

4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।

Gade chapit la Kopi




ଏଜ୍ରା 9:4
13 Referans Kwoze  

ଏବେ ଆମ୍ଭେମାନେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହିସବୁ ସ୍ତ୍ରୀମାନଙ୍କୁ ଓ ଏମାନଙ୍କଠାରୁ ଜାତ ସନ୍ତାନମାନଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ଚୁକ୍ତି କରିବା ଏବଂ ଏହା ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ କରାଯାଉ।


ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଅଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ।” ମାତ୍ର “ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦେବା।


ପ୍ରଥମ ମେଷଶାବକ ପ୍ରଭାତରେ ଓ ଅନ୍ୟଟି ସନ୍ଧ୍ୟା ସମୟରେ ଉତ୍ସର୍ଗ କରିବ।


ମୋ’ ଚକ୍ଷୁରୁ ଅଶ୍ରୁ ନଦୀପରି ବହୁଛି। କାରଣ ଲୋକମାନେ ତୁମ୍ଭର ବ୍ୟବସ୍ଥାମାନ ପାଳନ କରୁ ନାହାନ୍ତି।


ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନ ବିଷୟରେ ଓ ଏଠାରେ ବାସ କରୁଥିବା ଲୋକମାନଙ୍କ ବିଷୟରେ ପରମେଶ୍ୱରଙ୍କର ବାର୍ତ୍ତା ଶୁଣିଲ, ତୁମ୍ଭେମାନେ ଦୁଃଖ କଲ, ପରମେଶ୍ୱରଙ୍କ ଆଗରେ ନିଜକୁ ନମ୍ର କଲ ଏବଂ ଦୁଃଖରେ ନିଜର ବସ୍ତ୍ରକୁ ଚିରି ପକାଇଲ। ଆମ୍ଭେ ତାହା ଦେଖିଲୁ, ସଦାପ୍ରଭୁ କହନ୍ତି।


ଦିନେ ପିତର ଓ ଯୋହନ ଏକାଠି ମନ୍ଦିର ପରିସରକୁ ଗଲେ। ସେତେବେଳେ ଦିନ ତିନିଟା ହୋଇଥିଲା ଓ ତାହା ପ୍ରତିଦିନର ପ୍ରାର୍ଥନାର ସମୟ ଥିଲା।


ଯେତେବେଳେ ମୁଁ ପ୍ରାର୍ଥନା କରୁଥିଲି, ମୋର ପ୍ରଥମ ଦର୍ଶନରେ ଗାବ୍ରିଏଲ ଯାହାକୁ ମୁଁ ମୋ’ ନିକଟକୁ ଉଡ଼ିକି ଆସିବାର ଦେଖିଲି। ସେ ସନ୍ଧ୍ୟାବେଳେ ବଳିଦାନ ଉତ୍ସର୍ଗ ସମୟରେ ଆସି ମୋତେ ସ୍ପର୍ଶ କଲେ।


ତା'ପରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଯିରୁଶାଲମ ନଗର ମଧ୍ୟଦେଇ ଯାଅ ଓ ସହରରେ ଘଟିଥିବା ଘୃଣ୍ୟ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥାରେ ଦାଗ ଦିଅ।”


ତେଣୁ ଯିହୁଦା ଓ ବିନ୍ୟାମିନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୁଶାଲମରେ ଏକତ୍ରିତ ହେଲେ। ସେହି ଦିନ ନବମ ମାସର ବିଂଶତିତମ ଦିନ ଥିଲା। ଆଉ ସମସ୍ତ ଲୋକେ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହୋଉଥିଲେ।


ସେହି ସମୟରେ ମୁଁ ଦାନିୟେଲ, ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।


ସନ୍ଧ୍ୟା ସମୟରେ ଯେତେବେଳେ ଦ୍ୱିତୀୟ ମେଷ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନି ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।


ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଜଣେ ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିୟନୀୟା ସ୍ତ୍ରୀ କି ଆଣିଲା। ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ବିଳାପ କରୁଥିଲେ।


ତୁମ୍ଭେ ଯେଉଁ ଦିନ ସଦାପ୍ରଭୁଙ୍କ ବାକ୍ୟରେ କମ୍ପିତ ହେଉଅଛ, ତାଙ୍କର ବାକ୍ୟ ଶୁଣ। “ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି; ସେମାନେ କହି ଅଛନ୍ତି, ‘ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହୁଅନ୍ତୁ,’ ମାତ୍ର ସେମାନେ ଲଜ୍ଜିତ ହେବେ।”


Swiv nou:

Piblisite


Piblisite