Biblia Todo Logo
Bib sou entènèt

- Piblisite -




ଏଜ୍ରା 9:5 - ପବିତ୍ର ବାଇବଲ

5 ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଉଠିଲି। ମୋ’ ଦେହରେ ଚିରାବସ୍ତ୍ର ଓ ଗ୍ଭେଗା ଥିଲା। ମୁଁ ମୋର ଆଣ୍ଠୁମାଡ଼ି ସଦାପ୍ରଭୁ ମୋର ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ମନୋଦୁଃଖରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁ ପାତି ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,

Gade chapit la Kopi

ଓଡିଆ ବାଇବେଲ

5 ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋ’ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁ ପାତି ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,

Gade chapit la Kopi




ଏଜ୍ରା 9:5
15 Referans Kwoze  

ଏହି ପ୍ରାର୍ଥନା କଲାବେଳେ ରାଜା ଶଲୋମନ ଯଜ୍ଞବେଦି ସମ୍ମୁଖରେ ଆଣ୍ଠୁମାଡ଼ି ଓ ସ୍ୱର୍ଗଆଡ଼େ ହସ୍ତ ପ୍ରସାରଣ କଲେ। ତା'ପରେ ସେ ଛିଡ଼ା ହେଲେ ଓ ପ୍ରାର୍ଥନା ସମାପ୍ତ କଲେ।


ଯେତେବେଳେ ଏହା ଭିତରୁ କୌଣସି ଘଟଣା ଘଟେ ଏବଂ ଇସ୍ରାଏଲୀୟ ତୁମ୍ଭର ଯେକୌଣସି ଲୋକ ତା'ର ନିଜର ପାପ ପାଇଁ ଦୁଃଖ କରେ ଏବଂ ସେମାନଙ୍କର ହାତ ଏହି ମନ୍ଦିର ଆଡ଼କୁ ବଢ଼େଇ ତୁମ୍ଭକୁ ପ୍ରାର୍ଥନା କରନ୍ତି।


ତା'ପରେ ଶଲୋମନ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଛିଡ଼ା ହେଲେ ଓ ଇସ୍ରାଏଲର ସମଗ୍ର ସମାଜ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ। ସେ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କଲେ।


ମୋଶା ଫାରୋଙ୍କ ନିକଟରୁ ନଗର ବାହାରକୁ ଯାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଗଲା।


ମୋଶା ଫାରୋଙ୍କୁ କିହିଲେ, “ଯେତେବେଳେ ମୁଁ ଏ ନଗର ଛାଡ଼ିବି, ମୁଁ ସେତେବେଳେ ସଦାପ୍ରଭୁଙ୍କୁ ହାତଟେକି ପ୍ରାର୍ଥନା କରିବି, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଯିବ। ସେତେବେଳେ ତୁମ୍ଭେ ଜାଣିବ ସଦାପ୍ରଭୁ ଏହି ଭୂମିରେ ଅଛନ୍ତି।


ସେଥିପାଇଁ ପ୍ରାର୍ଥନାରେ ମୁଁ ପରମପିତାଙ୍କ ଆଗରେ ନତମସ୍ତକ ହୁଏ।


ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାଯ୍ୟ ଅପେକ୍ଷାରେ ଅଛି, ଯେପରି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ। ସେଲା


ସଦାପ୍ରଭୁ, ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମୋର ପ୍ରାର୍ଥନାକୁ ଗ୍ରହଣ କର। ସନ୍ଧ୍ୟା ବେଳର ଉତ୍ସର୍ଗ ପରି, ମୁଁ ମୋର ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।


ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବା! ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।


ଶଲୋମନ 2.6 ମିଟର ଲମ୍ବ ଓ 2.6 ମିଟର ପ୍ରସ୍ଥ ଓ 1.5 ମିଟର ଉଚ୍ଚତା ବିଶିଷ୍ଟ ପିତ୍ତଳର ଏକ ମଞ୍ଚ ନିର୍ମାଣ କରିଥିଲେ ଓ ତାହାକୁ ବାହାର ପ୍ରାଙ୍ଗଣର ମଧ୍ୟଭାଗରେ ସ୍ଥାପିତ କରିଥିଲେ। ଏହା ପରେ, ସେ ସେହି ମଞ୍ଚ ଉପରେ ଠିଆ ହେଲେ ଓ ଏକତ୍ରିତ ହୋଇଥିବା ସମଗ୍ର ଇସ୍ରାଏଲର ଲୋକମାନଙ୍କ ସମ୍ମୁଖରେ ଆଣ୍ଠୋଇ ପଡ଼ିଲେ। ଶଲୋମନ ଆକାଶ ଆଡ଼େ ଆପଣା ଦୁଇ ହସ୍ତ ବିସ୍ତାର କଲେ।


ସମୟ ପୁରିଗଲା ପରେ ଆମ୍ଭେ ସେଠାରୁ ବିଦାୟ ନେଲୁ। ସେତେବେଳେ ସେମାନେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ଯ୍ୟନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲୁ।


ତା'ପରେ ଯୀଶୁ ସେମାନଙ୍କଠାରୁ ପ୍ରାୟ ପଗ୍ଭଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡ଼ି ବସି ପଡ଼ି ପ୍ରାର୍ଥନା କଲେ,


“ତୁମ୍ଭେମାନେ ସବୁ ହସ୍ତ ପ୍ରସାରଣ କରି ମୋତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହୋଇ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭେମାନେ ସବୁ ଅନେକ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ପରିପୂର୍ଣ୍ଣ।


ସେହି ସମୟରେ ମୁଁ ଦାନିୟେଲ, ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।


ଯେତେବେଳେ ମୁଁ ସେମାନଙ୍କଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହେଲି। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି।


Swiv nou:

Piblisite


Piblisite