ଏଜ୍ରା 9:6 - ପବିତ୍ର ବାଇବଲ6 ହେ ମୋର ପରମେଶ୍ୱର, ମୁଁ ଲଜ୍ଜିତ ହୋଇଅଛି। ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ମୁହଁ ଦେଖାଇବାକୁ ଲଜ୍ଜିତ କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କର ମସ୍ତକର ଉପରକୁ ଉଠିଅଛି। ଆମ୍ଭମାନଙ୍କ ଦୋଷ ସ୍ୱର୍ଗସ୍ପର୍ଶୀ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)6 ହେ ମୋହର ପରମେଶ୍ଵର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ଵର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ଵରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି। Gade chapit laଓଡିଆ ବାଇବେଲ6 “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି। Gade chapit la |
କିନ୍ତୁ ସଦାପ୍ରଭୁଙ୍କର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରୁ ଜଣେ ଥିଲେ। ଏହି ଭବିଷ୍ୟଦ୍ବକ୍ତାଙ୍କର ନାମ ଥିଲା ଓବେଦ୍। ଓବେଦ୍ ଶମରିୟାକୁ ଫେରି ଆସିଥିବା ଇସ୍ରାଏଲୀୟ ସୈନ୍ୟଦଳକୁ ଭେଟିଲେ। ଓବେଦ୍ ଇସ୍ରାଏଲୀୟ ସୈନ୍ୟଦଳକୁ କହିଲେ, “ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ସେ ତୁମ୍ଭମାନଙ୍କ ଦ୍ୱାରା ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ, କାରଣ ସେ ସେମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କରିଛନ୍ତି। ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଅତ୍ୟନ୍ତ କଦର୍ଯ୍ୟ ଭାବରେ ହତ୍ୟା ଓ ଦଣ୍ଡିତ କରିଅଛ।