Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:19 - ପବିତ୍ର ବାଇବଲ

19 ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସେଠାରୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ରେରିତଙ୍କୁ ଦେଖା କଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ପ୍ରଭୁଙ୍କ ଭ୍ରାତା ଯାକୁବଙ୍କ ଛଡ଼ା ପ୍ରେରିତ-ମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।

Gade chapit la Kopi

ଓଡିଆ ବାଇବେଲ

19 କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ପ୍ରଭୁଙ୍କର ଭାଇ ଯାକୁବଙ୍କ ବ୍ୟତୀତ ମୋର ଅନ୍ୟ କୌଣସି ପ୍ରେରିତ ଶିଷ୍ୟ ସଙ୍ଗେ ସାକ୍ଷାତ ହୋଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।

Gade chapit la Kopi




ଗାଲାତୀୟ 1:19
12 Referans Kwoze  

ଏ ତ ସେହି ବଢ଼େଇର ପୁଅ। ତାହାଙ୍କର ମାଙ୍କ ନାମ ତ ମରିୟମ ଏବଂ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ତ ଏହାର ଭାଇମାନେ।


ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।


ଯୀଶୁ ଯେତେବେଳେ ଏହିସବୁ କଥା ସେଠାରେ ଜମା ହୋଇଥିବା ଲୋକମାନଙ୍କୁ କହୁଥିଲେ, ସେତେବେଳେ ତାହାଙ୍କ ମା ଏବଂ ଭାଇ ଆସି ବାହାରେ ଠିଆ ହେଲେ। ସେମାନେ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ।


ଜଣେ ବିଶ୍ୱାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗରେ ନେଇ ଯିବା ପାଇଁ କ’ଣ ଆମ୍ଭର ଅଧିକାର ନାହିଁ? ଅନ୍ୟ ପ୍ରେରିତମାନେ, ପ୍ରଭୁଙ୍କର ଭାଇମାନେ ଓ କେଫାତ ଏପରି କରୁଛନ୍ତି।


ଫିଲି‌ପ୍‌ପ ଓ ବାର୍ଥଲମି, ଥୋମା ଓ କରଆଦାୟକାରୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ମୁଁ ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ ଓ ଯାକୁବଙ୍କର ଭାଇ ଅଟେ। ଯେଉଁମାନେ ପରମେଶ୍ୱରଙ୍କ ଦ୍ୱାରା ଆହ୍ୱାନ ପାଇଛନ୍ତି ସେମାନଙ୍କ ନିକଟକୁ ଲେଖୁଛି। ପରମ ପିତା ପରମେଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ସୁରକ୍ଷିତ ଭାବେ ରଖାଯାଇଛ।


ମୁଁ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ ଯାକୁବ, ସାରା ପୃଥିବୀରେ ବ୍ୟାପି ହୋଇ ରହିଥିବା ପ୍ରଭୁଙ୍କ ଲୋକମାନଙ୍କୁ ନମସ୍କାର ଜଣାଏ।


ପିତର ସେମାନଙ୍କୁ ହାତରେ ଠାରି ଚୁ‌ପ୍‌ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସେମାନଙ୍କୁ ବୁଝାଇ କହିଲେ। ସେ ଏ ବିଷୟରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣେଇବା ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ।


ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଶିମୋନ ଯାହାଙ୍କୁ ଉ‌ଦ୍‌ଯୋଗୀ ବୋଲି କୁହନ୍ତି।


ଆନ୍ଦ୍ରିୟ, ଫିଲି‌ପ୍‌ପ, ବାର୍ଥଲମି, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ବା ଉ‌ଦ୍‌ଯୋଗୀ ଶିମୋନ ଜିଲୋଟ


ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲି‌ପ୍‌ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।


କେହି ଜଣେ ଯୀଶୁଙ୍କୁ କହିଲା, “ତୁମ୍ଭର ମା ଓ ଭାଇମାନେ ବାହାରେ ଠିଆ ହୋଇଛନ୍ତି। ସେମାନେ ତୁମ୍ଭକୁ ଦେଖିବାକୁ ଗ୍ଭହୁଁଛନ୍ତି।”


Swiv nou:

Piblisite


Piblisite