Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:15 - ପବିତ୍ର ବାଇବଲ

15 ଆମ୍ଭେମାନେ ଯିହୂଦୀ ରୂପେ ଜନ୍ମ ହୋଇଛୁ, ଏବଂ ଆମ୍ଭେମାନେ ପାପୀ ଅଣଯିହୂଦୀମାନଙ୍କ ପରି ନୋହୁଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆମ୍ଭେମାନେ ଜନ୍ମରେ ଯିହୁଦୀ, ବିଜାତୀୟ ପାପୀ ନୋହୁ,

Gade chapit la Kopi

ଓଡିଆ ବାଇବେଲ

15 ଆମ୍ଭେମାନେ ଜନ୍ମରେ ଯିହୂଦୀ, ଅଣଯିହୂଦୀ ପାପୀ ନୋହୁଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ବାସ୍ତବିକ୍ ଆମେ ଜନ୍ମରୁ ଇହୁଦୀ; ତଥାକଥିତ “ପାପୀ ଅଣଇହୁଦୀ” ନୋହୁଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆମ୍ଭେମାନେ ଜନ୍ମରେ ଯିହୁଦୀ, ଅଣଯିହୁଦୀ ପାପୀ ନୋହୁଁ,

Gade chapit la Kopi




ଗାଲାତୀୟ 2:15
14 Referans Kwoze  

ଅତୀତରେ ଆମ୍ଭେ ମଧ୍ୟ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ୍ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଈର୍ଷାଳୁ ଓ ଦ୍ୱେଷପୂର୍ଣ୍ଣ ଜୀବନଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।


ଅତୀତରେ ଆମ୍ଭେ ସମସ୍ତେ ସେହିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବାରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦେହ ଗ୍ଭହୁଁଥିଲା ଓ ମନ ଭାବୁଥିଲା, ସେହି କାର୍ଯ୍ୟ କରୁଥିଲୁ। ଆମ୍ଭେ ମନ୍ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭେମାନେ ଅନ୍ୟମାନଙ୍କ ପରି ପରମେଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଦଣ୍ଡ ଭୋଗ କରିଥା’ନ୍ତୁ।


ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କ’ଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସେମାନେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ।


ଯଦିଓ ମୁଁ ନିଜ ଶକ୍ତିରେ ବିଶ୍ୱାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ୱାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ୱାସ କରିବାର ତା'ର କାରଣ ଅଛି, ତା'ହେଲେ ମୁଁ କହିବି ଯେ ତା’ ଅପେକ୍ଷା ମୋର ନିଜ ଉପରେ ବିଶ୍ୱାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍।


ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।


“କିନ୍ତୁ ପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।’”


ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଗ୍ଭରିଲେ, “ତୁମ୍ଭର ଗୁରୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”


ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ହତ୍ୟା କର। ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ନ କରିବା ପର୍ଯ୍ୟନ୍ତ ତାଙ୍କ ସହ ଯୁଦ୍ଧ କର।’


ଯୀଶୁ କହିଥିଲେ ଯେ, ମନୁଷ୍ୟୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତରେ କ୍ରୁଶରେ ମାରି ଦିଆଯିବା ପାଇଁ ଅବଶ୍ୟ ଦେଇ ଦିଆଯିବ। କିନ୍ତୁ ସେ ପୁଣି ମୃତ୍ୟୁରୁ ତୃତୀୟ ଦିନ ଜୀବିତ ହୋଇ ଉଠିବେ।”


ଆମ୍ଭେ ଯିହୂଦୀମାନେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ପାଇଁ ଯୀଶୁଙ୍କ ପାଖକୁ ଯାଇଛୁ। ଅତଏବ ଆମ୍ଭେ ମଧ୍ୟ ପାପୀ। ଏହାର ଅର୍ଥ କ’ଣ ଏହା ଯେ ଯୀଶୁ ଆମ୍ଭକୁ ପାପୀ କରୁଛନ୍ତି? ନା!


Swiv nou:

Piblisite


Piblisite